Posted inଖେଳ

ଓଡ଼ିଶା ଟି୨୦ କ୍ରିକେଟ ଲିଗ୍‌: ପୁମାସକୁ ହରାଇଲା ଲାୟନ୍ସ

ଭୁବନେଶ୍ୱର, ୮।୧(କ୍ରୀଡ଼ା ପ୍ରତିନିଧି): ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ କଟକର ବାରବାଟୀ ଷ୍ଟାଡିୟମରେ ଚାଲିଥିବା ଏମ୍‌ଜିଏମ୍‌ ଟି୨୦ କ୍ରିକେଟ ଲିଗ୍‌ର ଗୁରୁବାର ଅନୁଷ୍ଠିତ ପ୍ରଥମ ମ୍ୟାଚରେ ଓଡ଼ିଶା ପୁମାସକୁ ୬ ଉଇକେଟରେ ପରାସ୍ତ କରିଛି ଓଡ଼ିଶା ଲାୟନ୍ସ। ଲୋ ସ୍କୋରିଂବିଶିଷ୍ଟ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରି ପୁମାସ ୮୬ ରନରେ ସୀମିତ ରହିଥିବାବେଳେ ଲାୟନ୍ସ ୧୭.୧ ଓଭରରେ ୪ ଉଇକେଟ ହରାଇ ବିଜୟ ଲକ୍ଷ୍ୟ ହାସଲ କରି ନେଇଛି।
ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ପୁମାସ ଆଶ୍ଚର୍ଯ୍ୟଜନକଭାବେ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ୨୦ ଓଭରରେ ୯ ଉଇକେଟ ହରାଇ ୮୬ ରନ କରିଥିଲା। କୌଣସି ବ୍ୟାଟ୍ସମ୍ୟାନ ୨୦ ସ୍ପର୍ଶ କରିପାରି ନ ଥିଲେ। ସୌଭାଗ୍ୟ ମହାନ୍ତି ସର୍ବାଧିକ ୧୯ ରନ କରିଥିବାବେଳେ ବିପକ୍ଷ ଦଳର ଦୀପକ ରଞ୍ଜନ ବେହେରା ୩ଟି, ଶିବାଶିଷ ସାହୁ ଓ ନଉତ୍ତମ ଭଞ୍ଜ ୨ଟି ଲେଖାଏ ଏବଂ ଆଲୋକ ମଙ୍ଗରାଜ ଗୋଟିଏ ଉଇକେଟ ନେଇଥିଲେ। ଲକ୍ଷ୍ୟ ବଡ଼ ନ ଥିବାରୁ ଲାୟନ୍ସ ପାଇଁ ବିଜୟ ସହଜ ହୋଇଥିଲା। ୧୧ଟି ବଲ୍‌ ଏବଂ ୬ ଉଇକେଟ ସୁରକ୍ଷିତ ଥାଇ ଦଳ ଲକ୍ଷ୍ୟସ୍ଥଳରେ ପହଞ୍ଚତ୍ ଯାଇଥିଲା। ସ୍ବସ୍ତିକ ସାମଲ ସର୍ବାଧିକ ୨୮ ଓ ରାକେଶ ପଟ୍ଟନାୟକ ୨୧ ରନ ସ୍କୋର କରିଥିଲେ। ପୁମାସର ଟୁକୁନା ସାହୁ ୨ଟି ଓ ଧିରାଜ ସିଂ ଗୋଟିଏ ଉଇକେଟ ନେଇଥିଲେ। ବିଜୟୀ ଦଳର ଶିବାଶିଷ ମ୍ୟାନ ଅଫ ଦି ମ୍ୟାଚ ବିବେଚିତ ହୋଇଥିଲେ। ଓସିଏ ସଦସ୍ୟ ପ୍ରଭାତ ଭୋଳ ଅତିଥିଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ। ଟୁର୍ନାମେଣ୍ଟରେ ୮ ମ୍ୟାଚରୁ ଲାୟନ୍ସର ଏହା ୪ର୍ଥ ବିଜୟ। ୧୬ ପଏଣ୍ଟ ସହ ଏହି ଦଳ ଟେବୁଲର ତୃତୀୟ ସ୍ଥାନରେ ଥିବାବେଳେ ପୁମାସ ୮ ମ୍ୟାଚରୁ ୩ୟ ପରାଜୟ ବରଣ କରିଥିଲେ ହେଁ ୨୦ ପଏଣ୍ଟରେ ସହ ଦ୍ୱିତୀୟ ସ୍ଥାନରେ ଅପରିବର୍ତ୍ତିତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri