Posted inଖେଳ

ଓଡ଼ିଶା ଟି୨୦ କ୍ରିକେଟ ଲିଗ୍‌ : ପାନ୍ଥର୍ସର ଚତୁର୍ଥ ବିଜୟ

ଭୁବନେଶ୍ୱର, ୨।୧(କ୍ରୀଡ଼ା ପ୍ରତିନିଧି)-
ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ କଟକର ବାରବାଟୀ ଷ୍ଟାଡିୟମରେ ଚାଲିଥିବା ଏମ୍‌ଜିଏମ୍‌ ଟି୨୦ କ୍ରିକେଟ ଲିଗ୍‌ର ଶୁକ୍ରବାର ଅନୁଷ୍ଠିତ ପ୍ରଥମ ମ୍ୟାଚରେ ଓଡ଼ିଶା ପାନ୍ଥର୍ସ ୭ ଉଇକେଟରେ ଟାଇଗର୍ସକୁ ପରାସ୍ତ କରିଛି। ଟାଇଗର୍ସ ପକ୍ଷରୁ ଧାର୍ଯ୍ୟ ୧୨୭ ରନର ବିଜୟ ଲକ୍ଷ୍ୟକୁ ପାନ୍ଥର୍ସ ୧୯.୩ ଓଭରରେ ୩ ଉଇକେଟ ହରାଇ ହାସଲ କରି ନେଇଥିଲା। ଚଳିତ ପ୍ରତିଯୋଗିତାରେ ପାନ୍ଥର୍ସର ଏହା କ୍ରମାଗତ ଦ୍ୱିତୀୟ ଏବଂ ମୋଟ ୪ର୍ଥ ବିଜୟ। ଏହା ବ୍ୟତୀତ ଏପର୍ଯ୍ୟନ୍ତ ଏକମାତ୍ର ଦଳଭାବେ ପାନ୍ଥର୍ସ ଅପରାଜେୟ ମଧ୍ୟ ରହିଛି। ୪ ମ୍ୟାଚରୁ ୧୬ ପଏଣ୍ଟ ପାଇ ଦଳ ଟେବୁଲର ଶୀର୍ଷରେ ନିଜର ସ୍ଥାନକୁ ସୁଦୃଢ଼ କରିଛି। ଅନ୍ୟପକ୍ଷରେ ଟାଇଗର୍ସ ୪ ମ୍ୟାଚରୁ ୨ ପରାଜୟ ଓ ୨ ବିଜୟ ସହ ୮ ପଏଣ୍ଟ ପାଇଛି।
ଟସ୍‌ ହାରି ପ୍ରଥମେ ବ୍ୟାଟିଂ ଆମନ୍ତ୍ରଣ ପାଇଥିଲା ଟାଇଗର୍ସ। ଦୁଇ ଓପନର ଆୟୁଷ ନାଏକ ଓ ଦିବ୍ୟଶକ୍ତି ଚକ୍ରବର୍ତ୍ତୀ ଭଲ ଆରମ୍ଭ କରିଥିଲେ ହେଁ ମିଡିଲ ଏବଂ ଲୋୟର ଅର୍ଡର ବ୍ୟାଟିଂ ବିପର୍ଯ୍ୟୟ ଯୋଗୁ ଦଳ ୨୦ ଓଭରରେ ୯ ଉଇକେଟ ହରାଇ ୧୨୬ ରନ କରି ପାରିଥିଲା। ଆୟୁଷ ଓ ଦିବ୍ୟଶକ୍ତି ୨୬ ରନ କରିଥିବାବେଳେ ଅନ୍ୟ ସମସ୍ତେ ଫେଲ୍‌ ମାରିଥିଲେ। ୭ ବ୍ୟାଟ୍ସମ୍ୟାନ ଦୁଇଅଙ୍କର ପହଞ୍ଚତ୍ପାରି ନ ଥିଲେ। ବିପକ୍ଷ ଦଳର ଆଲୋକ ସାହୁ ସର୍ବାଧିକ ୩ଟି, ଶୁଭମ୍‌ ନାୟକ ୨ଟି ଏବଂ ବସନ୍ତ ମହାନ୍ତି, ଜୟନ୍ତ ବେହେରା ଓ ପ୍ରଦୀପ ପ୍ରଧାନ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ଟାଇଗର୍ସ ୫ ରନରେ ପ୍ରଥମ ଏବଂ ୩୦ ରନରେ ଦ୍ୱିତୀୟ ଉଇକେଟ ହରାଇଥିଲେ ହେଁ ଅଭିଷେକ ଯାଦବଙ୍କ ଅପରାଜିତ ଦ୍ରୁତ ଅର୍ଦ୍ଧଶତକ ଏବଂ ବିନିତ ମହାନ୍ତିଙ୍କ ଉପଯୋଗୀ ୩୦ ରନ ସହାୟତାରେ ଟାର୍ଗେଟ୍‌ରେ ପହଞ୍ଚତ୍ ଯାଇଥିଲା। ୩୬ଟି ବଲ ଖେଳିଥିବା ଅଭିଷେକ ୩ଟି ଲେଖାଏ ଚୌକା ଓ ଛକା ମାରି ସର୍ବାଧିକ ୫୫* ରନ ସ୍କୋର କରିଥିଲେ। ଦଳର ୨ ଖେଳାଳି ରନ୍‌ଆଉଟ ହୋଇଥିବାବେଳେ ପ୍ରତିପକ୍ଷ ଦଳର ସଞ୍ଜୟ ଦାସ ଗୋଟିଏ ଉଇକେଟ ନେଇଥିଲେ। ମ୍ୟାଚ ବିଜୟୀ ଇନିଂସ ପାଇଁ ଅଭିଷେକ ଯାଦବ ମ୍ୟାନ ଅଫ ଦି ମ୍ୟାଚ ପୁରସ୍କାର ପାଇଥିଲେ। ହକି ଓଡ଼ିଶା ସମ୍ପାଦକ ତଥା ଓସିଏ ସଦସ୍ୟ ପ୍ରତାପ ଶତପଥୀ


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

୬ ବଲ୍‌ରେ ୫ ଉଇକେଟ୍‌ ନେଇ କ୍ରିକେଟ୍‌ ଜଗତରେ ହଇଚଇ କଲେ ଏହି କ୍ରିକେଟର୍‌: ପ୍ରଥମଥର ଘଟିଲା…

ଜାକର୍ତ୍ତା,୨୩।୧୨: ଟି-୨୦ କ୍ରିକେଟରେ ପାଞ୍ଚ ଉଇକେଟ ହାସଲ କରିବା ପ୍ରତ୍ୟେକ ବୋଲରଙ୍କ ସ୍ବପ୍ନ, କାରଣ ଚାରି ଓଭର ସ୍ପେଲରେ ଏହି ସଫଳତା ହାସଲ କରିବା ଅତ୍ୟନ୍ତ...

ମେସିଙ୍କ ଉପରେ ଖସିଲା ଦୁଃଖର ପାହାଡ଼: ଘଟିଗଲା ଏମିତି କିଛି…

ନୂଆଦିଲ୍ଲୀ,୨୩।୧୨: ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କ ଭଉଣୀ ମାରିଆ ସୋଲ ମିଆମିରେ ତାଙ୍କ ଏସ୍ୟୁଭି ଚଲାଉଥିବା ସମୟରେ ଏକ ଦୁର୍ଘଟଣାର ଶିକାର ହୋଇଛ୍‌ତି। ତାଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri