Posted inଖେଳ

ଓଡ଼ିଶା ଟି୨୦ କ୍ରିକେଟ ଲିଗ୍‌ : ପାନ୍ଥର୍ସର ଚତୁର୍ଥ ବିଜୟ

ଭୁବନେଶ୍ୱର, ୨।୧(କ୍ରୀଡ଼ା ପ୍ରତିନିଧି)-
ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ କଟକର ବାରବାଟୀ ଷ୍ଟାଡିୟମରେ ଚାଲିଥିବା ଏମ୍‌ଜିଏମ୍‌ ଟି୨୦ କ୍ରିକେଟ ଲିଗ୍‌ର ଶୁକ୍ରବାର ଅନୁଷ୍ଠିତ ପ୍ରଥମ ମ୍ୟାଚରେ ଓଡ଼ିଶା ପାନ୍ଥର୍ସ ୭ ଉଇକେଟରେ ଟାଇଗର୍ସକୁ ପରାସ୍ତ କରିଛି। ଟାଇଗର୍ସ ପକ୍ଷରୁ ଧାର୍ଯ୍ୟ ୧୨୭ ରନର ବିଜୟ ଲକ୍ଷ୍ୟକୁ ପାନ୍ଥର୍ସ ୧୯.୩ ଓଭରରେ ୩ ଉଇକେଟ ହରାଇ ହାସଲ କରି ନେଇଥିଲା। ଚଳିତ ପ୍ରତିଯୋଗିତାରେ ପାନ୍ଥର୍ସର ଏହା କ୍ରମାଗତ ଦ୍ୱିତୀୟ ଏବଂ ମୋଟ ୪ର୍ଥ ବିଜୟ। ଏହା ବ୍ୟତୀତ ଏପର୍ଯ୍ୟନ୍ତ ଏକମାତ୍ର ଦଳଭାବେ ପାନ୍ଥର୍ସ ଅପରାଜେୟ ମଧ୍ୟ ରହିଛି। ୪ ମ୍ୟାଚରୁ ୧୬ ପଏଣ୍ଟ ପାଇ ଦଳ ଟେବୁଲର ଶୀର୍ଷରେ ନିଜର ସ୍ଥାନକୁ ସୁଦୃଢ଼ କରିଛି। ଅନ୍ୟପକ୍ଷରେ ଟାଇଗର୍ସ ୪ ମ୍ୟାଚରୁ ୨ ପରାଜୟ ଓ ୨ ବିଜୟ ସହ ୮ ପଏଣ୍ଟ ପାଇଛି।
ଟସ୍‌ ହାରି ପ୍ରଥମେ ବ୍ୟାଟିଂ ଆମନ୍ତ୍ରଣ ପାଇଥିଲା ଟାଇଗର୍ସ। ଦୁଇ ଓପନର ଆୟୁଷ ନାଏକ ଓ ଦିବ୍ୟଶକ୍ତି ଚକ୍ରବର୍ତ୍ତୀ ଭଲ ଆରମ୍ଭ କରିଥିଲେ ହେଁ ମିଡିଲ ଏବଂ ଲୋୟର ଅର୍ଡର ବ୍ୟାଟିଂ ବିପର୍ଯ୍ୟୟ ଯୋଗୁ ଦଳ ୨୦ ଓଭରରେ ୯ ଉଇକେଟ ହରାଇ ୧୨୬ ରନ କରି ପାରିଥିଲା। ଆୟୁଷ ଓ ଦିବ୍ୟଶକ୍ତି ୨୬ ରନ କରିଥିବାବେଳେ ଅନ୍ୟ ସମସ୍ତେ ଫେଲ୍‌ ମାରିଥିଲେ। ୭ ବ୍ୟାଟ୍ସମ୍ୟାନ ଦୁଇଅଙ୍କର ପହଞ୍ଚତ୍ପାରି ନ ଥିଲେ। ବିପକ୍ଷ ଦଳର ଆଲୋକ ସାହୁ ସର୍ବାଧିକ ୩ଟି, ଶୁଭମ୍‌ ନାୟକ ୨ଟି ଏବଂ ବସନ୍ତ ମହାନ୍ତି, ଜୟନ୍ତ ବେହେରା ଓ ପ୍ରଦୀପ ପ୍ରଧାନ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ଟାଇଗର୍ସ ୫ ରନରେ ପ୍ରଥମ ଏବଂ ୩୦ ରନରେ ଦ୍ୱିତୀୟ ଉଇକେଟ ହରାଇଥିଲେ ହେଁ ଅଭିଷେକ ଯାଦବଙ୍କ ଅପରାଜିତ ଦ୍ରୁତ ଅର୍ଦ୍ଧଶତକ ଏବଂ ବିନିତ ମହାନ୍ତିଙ୍କ ଉପଯୋଗୀ ୩୦ ରନ ସହାୟତାରେ ଟାର୍ଗେଟ୍‌ରେ ପହଞ୍ଚତ୍ ଯାଇଥିଲା। ୩୬ଟି ବଲ ଖେଳିଥିବା ଅଭିଷେକ ୩ଟି ଲେଖାଏ ଚୌକା ଓ ଛକା ମାରି ସର୍ବାଧିକ ୫୫* ରନ ସ୍କୋର କରିଥିଲେ। ଦଳର ୨ ଖେଳାଳି ରନ୍‌ଆଉଟ ହୋଇଥିବାବେଳେ ପ୍ରତିପକ୍ଷ ଦଳର ସଞ୍ଜୟ ଦାସ ଗୋଟିଏ ଉଇକେଟ ନେଇଥିଲେ। ମ୍ୟାଚ ବିଜୟୀ ଇନିଂସ ପାଇଁ ଅଭିଷେକ ଯାଦବ ମ୍ୟାନ ଅଫ ଦି ମ୍ୟାଚ ପୁରସ୍କାର ପାଇଥିଲେ। ହକି ଓଡ଼ିଶା ସମ୍ପାଦକ ତଥା ଓସିଏ ସଦସ୍ୟ ପ୍ରତାପ ଶତପଥୀ


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବଦଳିଲା ଭାରତ-ଇଂଲଣ୍ଡ ଟି-୨୦ ମ୍ୟାଚର ସମୟ, ଜାଣନ୍ତୁ କେତେବେଳେ ଆରମ୍ଭ ହେବ…

ନୂଆଦିଲ୍ଲୀ,୨।୭: ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଟିମ ଇଣ୍ଡିଆ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳୁଛି। ବର୍ଷା ଯୋଗୁ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହିତ ଜଡିତ ସମସ୍ତ ଟ୍ରେଡ ଡିଲ୍‌ କେବଳ ଗୁଜବ; ମୁମ୍ବାଇ ଇଣ୍ଡିଆନ୍ସରୁ ଆସୁଥିବା ଖବର ଆପଣଙ୍କ ହୋସ୍‌ ଉଡାଇ ଦେବ

ନୂଆଦିଲ୍ଲୀ,୨।୭: ୨୦୨୪ ପରି, ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଆଲୋଚନାର ବିଷୟ ପାଲଟିଛନ୍ତି। ତିନି ବର୍ଷ ପୂର୍ବେ ମୁମ୍ବାଇ ଇଣ୍ଡିଆନ୍ସ ଏକ ଟ୍ରେଡ ଡିଲ୍‌ ମାଧ୍ୟମରେ ହାର୍ଦ୍ଦିକଙ୍କୁ…

Video: ଶାହରୁଖ ଖାନଙ୍କ କ୍ରିକେଟ ଷ୍ଟାଡିୟମ! ଅଲିମ୍ପିକ୍ସ ସମୟରେ ଏହି ସ୍ଥାନରେ ଖେଳାଯିବ ମ୍ୟାଚ, ପୂଜାରୀଙ୍କୁ ଡାକି ହେଲା ପୂଜା

ନୂଆଦିଲ୍ଲୀ,୨।୭: ୧୨୮ ବର୍ଷର ଲମ୍ବା ଅପେକ୍ଷା ପରେ ୨୦୨୮ ଲସ ଆଞ୍ଜେଲସ ଅଲିମ୍ପିକ୍ସରେ କ୍ରିକେଟ ପୁନରାଗମନ କରୁଛି, ଏବଂ ପ୍ରଶଂସକମାନେ ଏହାକୁ ନେଇ ଅତ୍ୟନ୍ତ ଉତ୍ସାହିତ। ଚଳିତ…

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ…

ଗୋଲ୍ଡେନ୍‌ ବୁଟ୍‌ ରେସ୍‌ରେ ମେସିଙ୍କ ସମକକ୍ଷ ଏମ୍‌ବାପେ

ଇଷ୍ଟ ରଦରଫୋର୍ଡ,୨ା୭ (ଏପି):ଚଳିତ ଫିଫା ବିଶ୍ୱକପ୍‌ରେ ଫ୍ରାନ୍ସ ତା’ର ବିଜୟଧାରା ଜାରି ରଖି ପ୍ରି-କ୍ୱାର୍ଟରରେ ପ୍ରବେଶ କରିଛି। କିଲିଆନ ଏମ୍‌ବାପେଙ୍କ ଡବଲ ଗୋଲ୍‌ ବଳରେ ବୁଧବାର ଅନୁଷ୍ଠିତ…

ଆଜି ଭାରତ-ଇଂଲଣ୍ଡ ମ୍ୟାଚ୍‌: ବୈଭବଙ୍କ ଉପରେ ଇଂଲଣ୍ଡ ଅଧିନାୟକ ବଡ଼ ବୟାନ, ଦେଲେ

ଚେଷ୍ଟର ଲେ ଷ୍ଟ୍ରିଟ,୧।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ T20 ସିରିଜର ପ୍ରଥମ ମ୍ୟାଚ୍‌ ଜୁଲାଇ ୧ ତାରିଖ ଅର୍ଥାତ୍‌ ଆଜି ଖେଳାଯିବ। ଖେଳ ପୂର୍ବରୁ, ଇଂଲଣ୍ଡ…

ଟି୨୦ ବିଶ୍ୱକପ୍‌: ଫାଇନାଲରେ ପହଞ୍ଚିଲା ଅଷ୍ଟ୍ରେଲିଆ

ଲଣ୍ଡନ,୩୦ା୬: ଆଶ୍‌ଲେ ଗାର୍ଡନରଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ଓ ବେଥ୍‌ ମୁନିଙ୍କ ଅପରାଜିତ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଅଷ୍ଟ୍ରେଲିଆ ଚଳିତ ମହିଳା ଟି୨୦ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିଛି।…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri