Posted inଖେଳ

ଓଡ଼ିଶା ଟି୨୦ କ୍ରିକେଟ ଲିଗ୍‌: ପାନ୍ଥର୍ସ-ଲାୟନ୍ସ ଫାଇନାଲ

ଭୁବନେଶ୍ୱର, ୧୩।୧(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ କଟକର ବାରବାଟୀ ଷ୍ଟାଡିୟମରେ ଚାଲିଥିବା ଏମ୍‌ଜିଏମ୍‌ ଟି୨୦ କ୍ରିକେଟ ଲିଗ୍‌ର ଫାଇନାଲରେ ଓଡ଼ିଶା ପାନ୍ଥର୍ସ ଓ ଲାୟନ୍ସ ମଧ୍ୟରେ ମୁକାବିଲା ହେବ। ବୁଧବାର ଫାଇନାଲ ଅନୁଷ୍ଠିତ ହେବ। ମଙ୍ଗଳବାର ଅନୁଷ୍ଠିତ ପ୍ରଥମ ସେମିଫାଇନାଲରେ ଟାଇଗର୍ସକୁ ୫ ଉଇକେଟରେ ହରାଇ ଓଡ଼ିଶା ପାନ୍ଥର୍ସ ଫାଇନାଲରେ ପ୍ରବେଶ କରିଥିଲା। ପ୍ରଥମେ ବ୍ୟାଟିଂ କରିଥିବା ଟାଇଗର୍ସ ୨୦ ଓଭରରେ ୯ ଉଇକେଟ ହରାଇ ୧୧୭ ରନ କରିଥିବାବେଳେ ପାନ୍ଥର୍ସ ୧୯.୫ ଓଭରରେ ୫ ଉଇକେଟ ହରାଇ ୧୨୧ ରନ ସଂଗ୍ରହ କରି ନେଇଥିଲା। ସେହିପରି ଦ୍ୱିତୀୟ ମ୍ୟାଚରେ ଲାୟନ୍ସ ୭୫ ରନରେ ଓଡ଼ିଶା ପୁମାସ୍‌କୁ ପରାସ୍ତ କରିଥିଲା। ଲାୟନ୍ସ ୨୦ ଓଭରରେ ୨ ଉଇକେଟ ହରାଇ ୧୭୨ ରନ କରିଥିବାବେଳେ ପୁମାସ ୧୮.୨ ଓଭରରେ ୯୭ ରନକରି ଅଲଆଉଟ ହୋଇ ଯାଇଥିଲା।
ପ୍ରଥମ ମ୍ୟାଚରେ ଟସ୍‌ ଜିତି ଫିଲ୍ଡିଂ ନିଷ୍ପତ୍ତି ନେଇଥିଲା ପାନ୍ଥର୍ସ। ଅଧିନାୟକଙ୍କ ନିଷ୍ପତ୍ତିକୁ ଉଚିତ ସାବ୍ୟସ୍ତ କରି ବୋଲରମାନେ ବ୍ୟାଟିଂ ବିପର୍ଯ୍ୟୟ ଘଟାଇ ଟାଇଗର୍ସକୁ ବ୍ୟାକ୍‌ଫୁଟ୍‌କୁ ଠେଲି ଦେଇଥିଲେ। ଟାଇଗର୍ସ ପକ୍ଷରୁ ଅଧିନାୟକ ଦେବାଶିଷ ସାମନ୍ତରାୟ ସର୍ବାଧିକ ୩୧ ଓ ଉଇକେଟ କିପର ଦିବ୍ୟଶକ୍ତି ଚକ୍ରବର୍ତ୍ତୀ ୨୯ ରନ କରିଥିଲେ। ବିପକ୍ଷ ଦଳର ଜୟନ୍ତ ବେହେରା ୩ଟି, ଶୁଭମ୍‌ ନାୟକ ୨ଟି ଏବଂ ଆଲୋକ ସାହୁ ଗୋଟିଏ ଉଇକେଟ ନେଇଥିଲେ। ୧୧୮ ରନ ବିଜୟ ଲକ୍ଷ୍ୟନେଇ ପଡ଼ିଆକୁ ଓହ୍ଲାଇଥିବା ପାନ୍ଥର୍ସ ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟରେ ପଡ଼ି ୨୨ ରନ ମଧ୍ୟରେ ୩ଟି ଉଇକେଟ ହରାଇଥିଲେ ହେଁ ୫ ନମ୍ବର ବ୍ୟାଟ୍ସମ୍ୟାନ ଅଭିଷେକ ଯାଦବଙ୍କ ଦ୍ରୁତ ଅର୍ଦ୍ଧଶତକ ବଳରେ ବିଜୟ ହାସଲ କରିଥିଲା। ଅଭିଷେକ ୩୯ ବଲ୍‌ରୁ ୫ ଚୌକା ଓ ୧ ଛକା ସହ ୫୦ ରନରେ ଅପରାଜିତ ରହିଥିଲେ। ଆଲୋକ ସାହୁ ୧୨ ବଲ୍‌ରୁ ୧୬(୩ ଚୌକା) ରନରେ ଅପରାଜିତ ଥିବାବେଳେ ବିନିତ ମହାନ୍ତି ୧୬ ରନ କରି ଆଉଟ ହୋଇଥିଲେ। ପରାଜିତ ଦଳର ଶେଖର ମାଝି ୨ଟି ଏବଂ ମିନାଲ ପରିଡ଼ା, ହର୍ଷିତ ରାଠୋଡ ଓ ଦେବାଶିଷ ସାମନ୍ତରାୟ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ମ୍ୟାଚ ବିଜୟୀ ଇନିଂସ ପାଇଁ ଅଭିଷେକ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଥିଲେ। ଓସିଏ ସଦସ୍ୟ ଯୁଗଳ କିଶୋର ସାମଲ ଅତିଥିଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ।
ସ୍ବସ୍ତିକଙ୍କ ଶତକ
ଦ୍ୱିତୀୟ ମ୍ୟାଚରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଲାୟନ୍ସ ଓପନର ସ୍ବସ୍ତିକ ସାମଲଙ୍କ ବିସ୍ଫୋରକ ଶତକ ସହାୟତାରେ ବଡ଼ ସ୍କୋର ଛିଡ଼ା କରିଥିଲା। ୬୮ଟି ବଲ୍‌ର ସମ୍ମୁଖୀନ ହୋଇଥିବା ସ୍ବସ୍ତିକ ୭ ଚୌକା ଓ ୭ ଛକା ସହାୟତାରେ ୧୧୦ ରନ କରି ଅପରାଜିତ ରହିଥିଲେ। ସୁଜିତ ଲେଙ୍କା ୩୦ ବଲ୍‌ରୁ ୨ ଚୌକା ଓ ୧ ଛକା ସହ ୩୭ ରନରେ ଅପରାଜିତ ଥିଲେ। ବିପକ୍ଷ ଦଳର ଜୀତେନ୍ଦ୍ର ଥାପ୍ପା ଓ ଟୁକୁନା ସାହୁ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ୧୭୩ ରନ ବିଜୟ ଲକ୍ଷ୍ୟନେଇ ପଡ଼ିଆକୁ ଓହ୍ଲାଇଥିବା ପୁମାସ ଶୀଘ୍ର ଉଇକେଟମାନ ହରାଇ ବ୍ୟାକ୍‌ଫୁଟ୍‌କୁ ଚାଲି ଯାଇଥିଲା। ଦଳ ପକ୍ଷରୁ ସନ୍ଦିପ ପଟ୍ଟନାୟକ ସର୍ବାଧିକ ୨୬ ଓ ଜୀତେନ୍ଦ୍ର ଥାପ୍ପା ୨୧ ରନ କରିଥିଲେ। ବିଜୟୀ ଦଳର ବୋଲରଙ୍କ ମଧ୍ୟରେ ଶିବାଶିଷ ସାହୁ ସର୍ବାଧିକ ୪ଟି, ବିକାଶ ରାଉତ ୩ଟି ଏବଂ ଆଲୋକ ମଙ୍ଗରାଜ, ଦୀପକ ବେହେରା ଓ ନଉତ୍ତମ ଭଞ୍ଜ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘ଆମେ ୬ ବଲ୍‌ରେ ୬ ଛକା ମାରିବୁ’

ଲକ୍ଷ୍ନୌ,୨୫।୪: ସମାଜବାଦୀ ପାର୍ଟୀ(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ଗୁରୁବାର କନୈାଜ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ ଭାଜପା ପ୍ରାର୍ଥୀ ସୁବ୍ରତ...

ଏହି ଟିମ୍‌ ହେବ ଏଥର ଆଇପିଏଲ୍‌ ଚାମ୍ପିୟନ୍‌: ଭବିଷ୍ୟବାଣୀ କଲେ ୱାସିମ ଆକ୍ରମ

ନୂଆଦିଲ୍ଲୀ,୨୫।୪: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ୱାସିମ ଆକ୍ରମ ଆଇପିଏଲ ୨୦୨୪ର ବିଜେତାକୁ ନେଇ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଏହା ପୂର୍ବାନୁମାନ କରିବା କଷ୍ଟକର...

ପନ୍ତଙ୍କ ଛକାରେ କ୍ୟାମେରାମ୍ୟାନ୍‌ ଆହତ: ମ୍ୟାଚ୍‌ ପରେ ଏମିତି କଥା କହି ସମସ୍ତଙ୍କ ହୃଦୟ ଜିତିଲେ

ନୂଆଦିଲ୍ଲୀ,୨୫।୪: ଆଇପିଏଲ୍‌ ୨୦୨୪ରେ ରିଷଭ ପନ୍ତ ଭଲ ଫର୍ମ ଦେଖାଉଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୪୦ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଏକ...

ଏହି କ୍ରିକେଟର୍‌ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ

ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ...

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

ଭାରତର ଘରୋଇ କ୍ରିକେଟରମାନେ ବର୍ଷକୁ କୋଟିଏ ଟଙ୍କା ପାଇବେ ଦରମା, ବିସିସିଆଇର ବଡ଼ ନିଷ୍ପତି

ମୁମ୍ବାଇ,୨୫।୪: ଘରୋଇ ଖେଳାଳିଙ୍କ ଆୟ ବଢାଇବାକୁ ବିସିସିଆଇ ଚାହୁଁଛି। ଭାରତର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ନେତୃତ୍ୱରେ ଚୟନ କମିଟିକୁ ଦରମା ବୃଦ୍ଧି କରିବାର ଉପାୟ...

ଅଲିମ୍ପିକ କିମ୍ବଦନ୍ତୀ ଉସେନ ବୋଲ୍ଟ ହେଲେ ଟି-୨୦ ବିଶ୍ୱକପ୍‌ର ଆମ୍ବାସାଡାର

ନୂଆଦିଲ୍ଲୀ,୨୫।୪: ବିଶ୍ୱର କିମ୍ବଦନ୍ତୀ ଦ୍ରୁତ ଧାବକ ଉସେନ ବୋଲ୍ଟ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ର ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ ହୋଇଛନ୍ତି। ଜୁନ ୧ରୁ ଆମେରିକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri