Posted inଖେଳ

ଓଡ଼ିଶା ଟି୨୦ କ୍ରିକେଟ ଲିଗ୍‌: ସୁପର ଓଭରରେ ଜିତିଲା ପାନ୍ଥର୍ସ

ଭୁବନେଶ୍ୱର, ୪।୧(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ କଟକର ବାରବାଟୀ ଷ୍ଟାଡିୟମରେ ଚାଲିଥିବା ଏମ୍‌ଜିଏମ୍‌ ଟି୨୦ କ୍ରିକେଟ ଲିଗ୍‌ର ରବିବାର ଅନୁଷ୍ଠିତ ମ୍ୟାଚରେ ଓଡ଼ିଶା ପାନ୍ଥର୍ସ ସୁପର ଓଭରରେ ବିଜୟୀ ହୋଇଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଓଡ଼ିଶା ଜାଗୁଆର୍ସ ୨୦ ଓଭରରେ ୭ ଉଇକେଟ ହରାଇ ୧୦୫ ରନ କରିଥିଲା। ଗିରିଜା ରାଉତ ସର୍ବାଧିକ ୩୬ ରନ କରିଥିବାବେଳେ ବିପକ୍ଷ ଦଳର ଜୟନ୍ତ ବେହେରା ଓ ଶୁଭମ୍‌ ନାୟକ ୨ଟି ଲେଖାଏ ଏବଂ ବସନ୍ତ ମହାନ୍ତି ଓ ଆଲୋକ ସାହୁ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ଜବାବରେ ପାନ୍ଥର୍ସ ପୂରା ୨୦ ଓଭର ଖେଳିଥିଲେ ହେଁ ୭ ଉଇକେଟ ହରାଇ ସେହି ୧୦୫ ରନରେ ସୀମିତ ରହିଥିଲା। ନିଶିକାନ୍ତ ରାଉତ ୩୨ ରନରେ ଅପରାଜିତ ରହିଥିଲେ ହେଁ ଦଳକୁ ଜିତାଇପାରି ନ ଥିଲେ। ସ୍ପର୍ଶ ସୋମାନି ୩୧ ଓ ଆଲୋକ ସାହୁ ୨୫ ରନ କରିଥିଲେ। ପ୍ରତିପକ୍ଷ ଦଳର ନିର୍ବିଶଙ୍କର ବାରିକ ୨ଟି ଏବଂ ମନୋଜ କାଶ୍ୟପ, ରାହୁଲ ଚୌଧାରୀ, ରଶ୍ମିରଞ୍ଜନ ସାହୁ ଓ ଅଭିଜିତ ବାରିକ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ସ୍କୋର ବରାବର ରହିବାରୁ ଫଳାଫଳ ନିର୍ଣ୍ଣୟ ପାଇଁ ସୁପରଓଭରର ସହାୟତା ନିଆ ଯାଇଥିଲା। ସୁପର ଓଭରରେ ପ୍ରଥମେ ବ୍ୟାଟିଂ କରିଥିବା ପାନ୍ଥର୍ସ ୭ ରନ କରି ୨ଟିଯାକ ଉଇକେଟ ହରାଇଥିଲା। ଜବାବରେ ଜାଗୁଆର୍ସ ୫ଟି ବଲ ଖେଳି ୪ ରନ କରିଥିବାବେଳେ ୨ ଉଇକେଟ ହରାଇ ଅଲ୍‌ଆଉଟ ହୋଇଯାଇଥିଲା। ବିଜୟୀ ଦଳର ନିଶିକାନ୍ତ ରାଉତ ମ୍ୟାନ ଅଫ ଦି ମ୍ୟାଚ ପୁରସ୍କାର ପାଇଥିଲେ। ପ୍ରତିଯୋଗିତାରେ ଅପରାଜେୟ ଥିବା ପାନ୍ଥର୍ସର ଏହା ୫ ମ୍ୟାଚରୁ ୫ ବିଜୟ ହୋଇଥିବାବେଳେ ଜାଗୁଆର୍ସର ୪ ମ୍ୟାଚରୁ ୪ ପରାଜୟ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

Video: ଆଉଟ୍‌ ଦେଇଥିବା ଅମ୍ପାୟାରଙ୍କଠାରୁ ‘ପ୍ରତିଶୋଧ’ ନେଲେ ବିରାଟ, ସର୍ବସମ୍ମୁଖରେ କଲେ ଏଭଳି…

ନୂଆଦିଲ୍ଲୀ,୨୩।୪: ବିରାଟ କୋହଲି କ୍ରିକେଟ ମଇଦାନରେ ନିଜର କ୍ରୋଧକୁ ନେଇ ପରିଚିତ। ଖେଳ ସମୟରେ ନିଜ ବିରୋଧୀ ଟିମ୍‌ର ମୁହଁ ଏବଂ ବ୍ୟାଟ୍‌ ଉଭୟର ଉଚିତ...

‘ପନ୍ତଙ୍କୁ ଚୟନ କରା ନ ଗଲେ ଭାରତ ମ୍ୟାଚ୍‌ରେ ପ୍ରଭାବ ପଡ଼ିବ’ 

ନୂଆଦିଲ୍ଲୀ,୨୩।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆର ଚୟନ ଚଳିତ ମାସ ଶେଷ ଆଡ଼କୁ ହୋଇପାରେ। ଦଳରେ ଅନେକ ଖେଳାଳିଙ୍କୁ ଚୟନ କରିବାକୁ ନେଇ ଏଯାଏ...

ହେଲା ବଡ଼ ଖୁଲାସା, ଏହି ଗୋଟିଏ ଭୁଲ୍‌ ପାଇଁ ଆର୍‌ସିବିରେ ନାହାନ୍ତି ଚହଲ…

ନୂଆଦିଲ୍ଲୀ,୨୩।୪: ଯୁଜବେନ୍ଦ୍ର ଚହଲଙ୍କୁ ଦଳରେ ନ ରଖିବାର ନିଷ୍ପତ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)କୁ ଅବଶୋଷ ରହିବ। କିଛି ଏଭଳି ପ୍ରତିକ୍ରିୟା ରଖିଛନ୍ତି ଫ୍ରାଞ୍ଚାଇଜ୍‌ର ପୂର୍ବ କ୍ରିକେଟ...

ଇତିହାସ ରଚିଲେ ଚହଲ: ଆଇପିଏଲ୍‌ରେ ଏମିତି କାରନାମା କରିବାରେ ପ୍ରଥମ ବୋଲର

ନୂଆଦିଲ୍ଲୀ,୨୩।୪: ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ୟୁଜବେନ୍ଦ୍ର ଚହଲ ତାଙ୍କ ଆଇପିଏଲ କ୍ୟାରିୟରରେ ୨୦୦ ଉଇକେଟ ପୂରଣ କରିଛନ୍ତି। ମୁମ୍ବାଇ...

ଅରେଞ୍ଜ କ୍ୟାପ୍‌ ଉପରେ କୋହଲଙ୍କ କବ୍‌ଜା: ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ରୋଚକ

ନୂଆଦିଲ୍ଲୀ,୨୩।୪: ବ୍ୟାଟ୍ସମ୍ୟାନ ଭାବରେ ବିରାଟ କୋହଲିଙ୍କ ଆଭିମୁଖ୍ୟ ଆଇପିଏଲ ୨୦୨୪ ରେ ଜାରି ରହିଛି। ବିରାଟ କୋହଲି ୮ଟି ମ୍ୟାଚରେ ହାରାହାରି ୬୩.୧୭ରେ ୩୭୯ ରନ...

ହଠାତ୍‌ ପଡ଼ିଆ ମଝିରେ ବିପକ୍ଷ ବ୍ୟାଟ୍ସମ୍ୟାନଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା: ଜାଣନ୍ତୁ କାହିଁକି

ମୁମ୍ବାଇ,୨୩।୪: ରାଜସ୍ଥାନ ରୟାଲ୍ସର ଓପନର୍‌ ଯଶସ୍ବୀ ଜୟସ୍ବାଲ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୬୦ ବଲରେ ୧୦୪ ରନର ଅପରାଜିତ ଇନିଂସ ଖେଳିଥିଲେ। ସେ ତାଙ୍କ ଇନିଂସରେ...

ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ

ଭୁବନେଶ୍ୱର,୨୩।୪: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ବା ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ ଭାବେ ବିଶ୍ୱଜିତ ବିଶ୍ୱାଳ ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା...

‘ଗୁକେଶ ଭବିଷ୍ୟତର ବିଶ୍ୱ ଚାମ୍ପିୟନ’

ନୂଆଦିଲ୍ଲୀ, ୨୪ା୪(ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ଜିତି ଭାରତର ଡି. ଗୁକେଶ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କେବଳ ଚେସ୍‌ ନୁହେଁ ସବୁ ମହଲରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri