Posted inଖେଳ

ଓଡ଼ିଶା ଟି୨୦ କ୍ରିକେଟ ଲିଗ୍‌: ପୁମାସ ୫ ଉଇକେଟରେ ବିଜୟୀ

ଭୁବନେଶ୍ୱର, ୭।୧(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ କଟକର ବାରବାଟୀ ଷ୍ଟାଡିୟମରେ ଚାଲିଥିବା ଏମ୍‌ଜିଏମ୍‌ ଟି୨୦ କ୍ରିକେଟ ଲିଗ୍‌ର ବୁଧବାର ଅନୁଷ୍ଠିତ ପ୍ରଥମ ମ୍ୟାଚରେ ଓଡ଼ିଶା ପୁମାସ ୫ ଉଇକେଟରେ ଜାଗୁଆର୍ସକୁ ପରାସ୍ତ କରିଛି। ଜାଗୁଆର୍ସ ୨୦ ଓଭରରେ ୮ ଉଇକେଟ ହରାଇ ୧୧୩ ରନ କରିଥିବାବେଳେ ପୁମାସ ୧୮ ଓଭରରେ ୫ ଉଇକେଟ ହରାଇ ୧୧୭ ରନ ସଂଗ୍ରହ କରି ନେଇଥିଲା। ଚଳିତ ଲିଗ୍‌ରେ ୭ ମ୍ୟାଚରୁ ପୁମାସର ଏହା ୫ମ ବିଜୟ। ଏଥିସହ ଦଳ ୨୦ ପଏଣ୍ଟ ସହିତ ଦ୍ୱିତୀୟ ସ୍ଥାନ ଅଧିକାର କରିଛି। ଅନ୍ୟପକ୍ଷରେ ଜାଗୁଆର୍ସ ୭ ମ୍ୟାଚରୁ ୬ଷ୍ଠ ପରାଜୟ ବରଣ କରିଛି।
ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଜାଗୁଆର୍ସ ପ୍ରତିପକ୍ଷ ବୋଲରଙ୍କୁ ସାମ୍ନା କରିପାରି ନ ଥିଲା। ନିୟମିତ ବ୍ୟବଧାନରେ ଉଇକେଟ ପତନ ମଧ୍ୟ ଦଳପାଇଁ ମହଙ୍ଗା ପଡ଼ିଥିଲା। ଫଳରେ ଦଳ ସମ୍ମାନଜନକ ସ୍କୋରରେ ପହଞ୍ଚତ୍ପାରି ନ ଥିଲା। ଦଳ ପକ୍ଷରୁ ଅଧିନାୟକ ଗିରିଜା ରାଉତ ସର୍ବାଧିକ ୨୬ ରନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସାମ୍‌ସୁଲ ଖାଁ ୨୧ ଓ ନିର୍ବିଶଙ୍କର ବାରିକ ୧୯ ରନର ଅବଦାନ ରଖିଥିଲେ। ବିପକ୍ଷ ବୋଲରଙ୍କ ମଧ୍ୟରେ ଧିରାଜ ସିଂ ଓ ଟୁକୁନା ସାହୁ ୨ଟି ଲେଖାଏ ଏବଂ ପ୍ରଶାନ୍ତ ରଣା, ଜିତେନ୍ଦ୍ର ଥାପ୍ପା ଓ ପ୍ରୟାସ ସିଂ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ୧୧୪ ରନର ବିଜୟ ଲକ୍ଷ୍ୟନେଇ ପଡ଼ିଆକୁ ଓହ୍ଲାଇଥିବା ପୁମାସର ଆରମ୍ଭ ମଧ୍ୟ ଭଲ ହୋଇ ନ ଥିଲା। ତେବେ ଅଧିନାୟକ ଅରବିନ୍ଦ ସିଂ ୨୮ ବଲରୁ ୩୫ (୨ ଚୌକା, ୧ ଛକା) ରନରେ ଅପରାଜିତ ରହି ୨ ଓଭର ପୂର୍ବରୁ ଦଳକୁ ବିଜୟୀ କରାଇଥିଲେ। ପୂର୍ଣ୍ଣଚନ୍ଦ୍ର ମାଝି ୨୭ ଓ ସନ୍ଦୀପ ପଟ୍ଟନାୟକ ୨୧ ରନ ସ୍କୋର କରିଥିଲେ। ପରାଜିତ ଦଳର ରଶ୍ମିରଞ୍ଜନ ସାହୁ ୨ଟି ଏବଂ ମନୋଜ କାଶ୍ୟପ, ରାହୁଲ ଚୌଧାରୀ ଓ ସନ୍ଦୀପ ଚୌହାନ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ଅରବିନ୍ଦ ମ୍ୟାନ ଅଫ ଦି ମ୍ୟାଚ ବିବେଚିତ ହୋଇଥିଲେ। ଓସିଏ ସଦସ୍ୟ ତଥା ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ରେଜିଷ୍ଟ୍ରାର ଜାହାଙ୍ଗୀର ଖାଁ ଅତିଥିଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri