Posted inଖେଳ

ଓଡ଼ିଶା ଟି୨୦ କ୍ରିକେଟ ଲିଗ୍‌: ଟାଇଗର୍ସ ୨୯ ରନରେ ବିଜୟୀ

ଭୁବନେଶ୍ୱର,୬।୧(ସ୍ପୋଟର୍‌ସ ବ୍ୟୁରୋ): ଓଡ଼ିଶା ଟି୨୦ କ୍ରିକେଟ ଲିଗ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରଥମ ମ୍ୟାଚ୍‌ରେ ଓଡ଼ିଶା ଟାଇଗର୍ସ ୨୯ ରନରେ ଓଡ଼ିଶା ଚିତାସ୍‌କୁ ପରାସ୍ତ କରିଛି। ମଙ୍ଗଳବାର ଟୁର୍ନାମେଣ୍ଟରେ ୧୯ତମ ମ୍ୟାଚ୍‌ରେ ଟସ୍‌ ଜିତି ଟାଇଗର୍ସ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ ହରାଇ ୧୫୩ ରନ ସଂଗ୍ରହ କରିଥିଲା। ଜବାବରେ ଚିତାସ ୪ ଉଇକେଟ ହରାଇ ୧୨୪ ରନରରେ ସୀମିତ ରହି ପରାସ୍ତ ହୋଇଥିଲା। ଏଥି ସହିତ ଟାଇଗର୍ସ ୭ଟି ମ୍ୟାଚ୍‌ ଖେଳି ୩ ବିଜୟ ଓ ୪ ପରାଜୟ ସହ ୧୨ ପଏଣ୍ଟ ପାଇଁ ତାଲିକାର ଚତୁର୍ଥ ସ୍ଥାନରେ ରହିଛି। ଅନ୍ୟପଟେ ଚିତାସ ୭ଟି ମ୍ୟାଚ୍‌ ଖେଳି ୩ ବିଜୟ, ୪ ପରାଜୟ ସହ ସମାନ ୧୨ ପଏଣ୍ଟ ପାଇଥିଲେ ମଧ୍ୟ ନେଟ୍‌ ରନ୍‌ ରେଟ୍‌ରେ ପଛରେ ରହି ପଞ୍ଚମ ସ୍ଥାନରେ ରହିଛି। ୪୯ ରନର ଦ୍ରୁତ ଅପରାଜିତ ଇନିଂସ ଖେଳିଥିବା ଟାଇଗର୍ସ ଅଧିନାୟକ ଦେବାଶିଷ ସାମନ୍ତରାୟ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି।
୧୫୪ ରନ ବିଜୟ ଲକ୍ଷ୍ୟର ପିଛା କରି ଚିତାସ ଆବଶ୍ୟକ ହାରରେ ରନ୍‌ ସଂଗ୍ରହ କରିପାରି ନ ଥିଲା। ଦଳ ତରଫରୁ ମାରୋଜୁ ପ୍ରଶାନ୍ତ ସର୍ବାଧିକ ୫୪ ରନର ଅର୍ଦ୍ଧଶତକୀୟ ପାଳି ଖେଳିଥିଲେ। ଅଭିଷେକ ରାଉତ ୩୮ ରନ କରି ଅପରାଜିତ ରହିଥିଲେ। ଅଧିନାୟକ ଅନୁରାଗ ଷଡଙ୍ଗୀ ୧୦ ରନକରି ଆଉଟ ହୋଇଥିବା ବେଳେ ଅନ୍ୟମାନେ ବିଫଳ ହୋଇଥିଲେ। ବୋଲିଂରେ ଟାଇଗର୍ସର ବି. ଶବ ୨ ଓ ମିନାଲ ପରିଡା ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ଟାଇଗର୍ସ ତରଫରୁ ଦେବାଶିଷ ସର୍ବାଧିକ ଅପରାଜିତ ୪୯, ଅମିନ ଖାଁ ୪୫, ଦିବ୍ୟଶକ୍ତି ଚକ୍ରବର୍ତ୍ତୀ ୧୧, ରାକେଶ ଗୋଛାୟତ ୧୭ ରନ ସଂଗ୍ରହ କରିଥିଲେ। ହର୍ଶିତ ରାଠୋର ୨୨ ରନ କରି ଅପରାଜିତ ରହିଥିଲେ। ବୋଲିଂରେ ଚିତାସ ତରଫରୁ ଅଭିଜିତ ହୋତା, ମନୋଜ ବାରିକ, ଅନୁରାଗ ଓ ଅଭିଷେକ ରାଉତ ଗୋଟିଏ ଲେଖାଏ ଉଇକେଟ ହାସଲ କରିଥିଲେ।
ସେହିପରି ମଙ୍ଗଳବାର ଅନୁଷ୍ଠିତ ଟୁର୍ନାମେଣ୍ଟ ଦଶମ ମ୍ୟାଚ୍‌ରେ ଓଡ଼ିଶା ଲାୟନ୍ସ ୪ ଉଇକେଟରେ ଓଡ଼ିଶା ଜାଗୁଆର୍ସକୁ ହରାଇଛି। ଟସ୍‌ ଜିତି ଜାଗୁଆର୍ସ ପ୍ରଥମେ ବ୍ୟାଟିଂ କରି ୯ ଉଇକେଟ ହରାଇ ୧୧୧ ରନ ସଂଗ୍ରହ କରିଥିଲା। ଜବାବରେ ଲାୟନ୍ସ ୧୯ ଓଭରରେ ୬ ଉଇକେଟ ହରାଇ ୧୧୭ ରନ କରି ବିଜୟୀ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ତତୀର୍ଥ ଇରମ

ସାରା ଦେଶରେ ସ୍ବାଧୀନତା ପାଇଁ ଯେଉଁ ଆନ୍ଦୋଳନ ଆରମ୍ଭ ହେଲା ସେଥିରେ ଅନେକ ହଜାର କ୍ରାନ୍ତିକାରୀ ଯୋଗଦେଇ କାରାବରଣ କରିଥିଲେ। ଓଡ଼ିଶାରେ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ…

ରାଷ୍ଟ୍ର ନିର୍ମାଣ ପ୍ରତି ସମର୍ପିତ ଜଣେ ମହାପୁରୁଷ

ଖୁବ୍‌ ସୁନ୍ଦର ଉକ୍ତିଟିଏ ଅଛି, ”ବୃକ୍ଷ କବହୁଁ ନହିଁ ଫଲ ଭଖୈ, ନଦୀ ନ ସଂଚୈ ନୀର୍‌। ପରମାରଥ କେ କାରନେ, ସାଧୁନ ଧରା ଶରୀର।“ ଏହାର…

ସୁନାମୀ କ’ଣ? ଏହା ଆସିବା ପୂର୍ବରୁ କ’ଣ ମିଳିବ ସଙ୍କେତ, କେମିତି ପାଇବେ ରକ୍ଷା ଜାଣନ୍ତୁ…

ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ…

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

୮% ମହଙ୍ଗା ହେବ ଗୃହୋପକରଣ, ଇଲେକ୍‌ଟ୍ରୋନିକ୍ସ ସାମଗ୍ରୀ

ନୂଆଦିଲ୍ଲୀ,୨୮ା୯: ସାଧାରଣତଃ ପାର୍ବଣ ସମୟରେ ଭାରତୀୟ ବଜାରରେ ଅଧିକ କାରବାର ହୋଇଥାଏ। କାରଣ ଦଶହରା ଏବଂ ଦୀପାବଳିରେ ଲୋକମାନେ ଅନେକ କିସମର ଗୃହ ଉପକରଣ ଏବଂ ଇଲେକଟ୍ରୋନିକ୍ସ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବନ୍ୟା ପ୍ରପୀଡ଼ିତଙ୍କୁ ମାଗଣା ରାଶନ ସହ ମିଳିବ…

କୋରାପୁଟ/କୋଟପାଡ଼,୨୮ା୯ (ଅମିତାଭ ବେହେରା/ କେ.ରାଜଶେଖର ରାଓ): ବନ୍ୟା ପ୍ରପୀଡ଼ିତଙ୍କ ସହ ରାଜ୍ୟ ସରକାର ସବୁବେଳେ ଅଛନ୍ତି। ସରକାରଙ୍କ ପକ୍ଷରୁ ପ୍ରପୀଡ଼ିତଙ୍କୁ ରିଲିଫ କୋଡ୍‌ ଅନୁଯାୟୀ ସବୁ ପ୍ରକାର…

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?