୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର ନେତୃବୃନ୍ଦକୁ ନେଇ ଗଠିତ କୋର୍‌ କମିଟି ବୈଠକ ବସିଥିଲା। ୧ ଘଣ୍ଟାରୁ ଅଧିକ ସମୟ ଧରି ଶିକ୍ଷକଙ୍କ ବିଭିନ୍ନ ଦାବି ପ୍ରସଙ୍ଗରେ ଆଲୋଚନା ହୋଇଥିଲା। ସରକାରଙ୍କ ପକ୍ଷରୁ ଦୁଇ ମନ୍ତ୍ରୀ ସମସ୍ୟାର ଶୀଘ୍ର ସମାଧାନ ହେବ ବୋଲି କହିବା ସହ ଆନ୍ଦୋଳନକୁ ସ୍ଥଗିତ ରଖିବାକୁ ଅନୁରୋଧ କରିଥିବାରୁ ତାହା ଉପରେ ଆଲୋଚନା କରାଯାଇ ସର୍ବସମ୍ମତିକ୍ରମେ ଗ୍ରହଣ କରାଯାଇଥିଲା। ଏହାପରେ ଆସନ୍ତା ବିଧାନସଭା ଅଧିବେଶନ ପର୍ଯ୍ୟନ୍ତ ଆନ୍ଦୋଳନକୁ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନିଆଯାଇଥିବା ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ବୟ ସମିତିର ଆବାହକ ରଞ୍ଜନ କୁମାର ଦାସ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଅନୁଦାନ ଯୋଗ୍ୟ ବିଦ୍ୟାଳୟକୁ ଅନୁଦାନ ପ୍ରଦାନ କରିବା ସହିତ ଅବସର ନେଇଥିବା ବା ନେବାକୁ ଥିବା ଶିକ୍ଷକ ଓ କର୍ମଚାରୀଙ୍କୁ ଚାକିରି ସର୍ତ୍ତାବଳୀ ପ୍ରଦାନ, ପେନସନ୍‌, ଅବସରକାଳୀନ ସୁବିଧା, ସମସ୍ତ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟକୁ ସରକାରୀକରଣ, ପୁରୁଣା ପେନସନ୍‌ ପ୍ରଦାନ, ୬ଟି ନୋଶନାଲ୍‌ ଇନକ୍ରିମେଣ୍ଟ ସହିତ ବରିଷ୍ଠତା ପ୍ରଦାନ, ଅବସର ବୟସ ସୀମା ୬୨କୁ ବୃଦ୍ଧି, ବେସରକାରୀ ଶିକ୍ଷାନୁଷ୍ଠାନରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନ ଭୋଜନ, ଛାତ୍ରବୃତ୍ତି, ଶିକ୍ଷା ଉପକରଣ, ପୋଷାକ ଓ ସାଇକେଲ ପ୍ରଦାନ କରିବାକୁ ଶିକ୍ଷକମାନେ ଦାବି କରି ଆସୁଥିଲେ। ଦାବି ପୂରଣ କରିବାକୁ ପ୍ରତିଶ୍ରୁତି ଦେଇ ସରକାର କାହିଁକି ପ୍ରତାରଣା କରୁଥିଲେ। କାଳକ୍ଷେପଣ ନୀତି ସଦୃଶ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରି ୬ ମାସରେ ରିପୋର୍ଟ ଦେବାକୁ ସରକାର କହିଥିବାବେଳେ ଏହାର କାର୍ଯ୍ୟକାଳକୁ ପୁଣି ୬ ମାସ ବୃଦ୍ଧି କରିବା ପଛରେ କ’ଣ ରହସ୍ୟ ରହିଛି ବୋଲି ଶିକ୍ଷକମାନେ ପ୍ରଶ୍ନ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?