ଓଡ଼ିଶା ଦଳଗତ ଚାମ୍ପିୟନ

ଭୁବନେଶ୍ୱର,୨୮ା୮(ସରୋଜ ଜେନା): ଜାତୀୟ ଥାଇ ବକ୍ସିଂ ଚାମ୍ପିୟନଶିପ ୨୦୨୩ ରବିବାର ଉଦଯାପିତ ହୋଇଯାଇଛି। ଦଳଗତ ବର୍ଗରେ ଓଡ଼ିଶା ଚାମ୍ପିୟନ ହୋଇଥିବା ବେଳେ ମହାରାଷ୍ଟ୍ର ପ୍ରଥମ ଓ ବିହାର ଦିତୀୟ ରନର୍ସ ଅପ ହୋଇଛନ୍ତି। ତିନି ଦିନ ଧରି ଚାଲିଥିବା ଏହି ଜାତୀୟ ଚାମ୍ପିୟାନଶିପରେ ବିଭିନ୍ନ ବର୍ଗର ପ୍ରାୟ ୧୭ ରାଜ୍ୟର ୫୪୦ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ୨୫ ତାରିଖର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ, ପଠାଣି ସାମନ୍ତ ପ୍ଲାନେଟାରିୟମ ନିର୍ଦେଶକ ଶୁଭେନ୍ଦୁ ପଟନାୟକ, ଜାତୀୟ ଥାଇ ବକ୍ସିଙ୍ଗ ଫେଡେରେସନ ସଭାପତି କୁଲଦୀପ ସୁମନସ୍କର, ସମ୍ପାଦକ ରବୀନ୍ଦ୍ର ସିଂ ଯୋଗ ଦେଇଥିଲେ। ୬୦ରୁ ୬୫ କିଗ୍ରା ଓଜନ ବର୍ଗରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଦେବଶ୍ରୀ ଦେବସ୍ମିତା ଛତିଶଗଡର ପ୍ରତିଯୋଗୀଙ୍କୁ ହରାଇ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ପୋଖରୀପୁଟ ଡିଏଭି ସ୍ଥିତ ବାଲଭବନରେ ୩ ଦିନିଆ ପ୍ରତିଯୋଗିତା ରବିବାର ଉଦ୍‌ଯାପିତ ହୋଇଛି। ୧୮ ରାଜ୍ୟରୁ ୫୦୦ରୁ ଅଧିକ ପ୍ରତିଯୋଗୀ ଏଥିରେ ଅଂଶଗ୍ରହଣ କରିଥିଲେ। ଡିଏମ୍‌ ସ୍କୁଲର ଦଶମ ଶ୍ରେଣୀ ଛାତ୍ରୀ ଦେବଶ୍ରୀ ଏହା ପୂର୍ବରୁ ମଧ୍ୟ ଅନେକ ରାଜ୍ୟ ତଥା ଜାତୀୟ ଟୁର୍ନାମେଣ୍ଟରେ ସଫଳତା ହାସଲ କରିଛନ୍ତି।
ଉଦଯାପନି ତଥା ଟ୍ରଫି ପ୍ରଦାନ ଉତ୍ସବରେ ଜାତୀୟ ଥାଇ ବକ୍ସିଂ ଫେଡେରେଶନ ସଭାପତି ଡ଼ଃ କୁଲଦୀପ ସୁମନସ୍କାର, ସମ୍ପାଦକ ରବୀନ୍ଦ୍ର ସିଂ, ଓଡିଶା ଥାଇ ବକ୍ସିଂ ଆସୋସିଏସନ ସମ୍ପାଦକ ଶୁଭେନ୍ଦୁ ସାମନ୍ତରାୟ, ଜବାହର ବାଲ ଭବନ ସମ୍ପାଦକ ସ୍ବପ୍ନେନ୍ଦୁ ସାମନ୍ତରାୟ,ଉପସଭାପତି ଭୁମୋହନ ପଟ୍ଟନାୟକ, ଓଡିଶା ଅଭିଭାବକ ମହାସଂଘ ସହ ଅଧକ୍ଷ ପ୍ରସନ୍ନ ବିଷୋୟୀ ପ୍ରମୁଖ ଯୋଗଦେଇ କୃତ ଦଳ ଓ ପ୍ରତିଯୋଗୀଙ୍କୁ ଟ୍ରଫି ପ୍ରଦାନ କରିଥିଲେ।
ଜାତୀୟ ଥାଇ ବକ୍ସିଂ ଆସୋସିଏଶନ ସଭାପତି ଡ. କୁଲଦୀପ ସଂସ୍କାର ଉଦ୍‌ଯାପନୀ ଉତ୍ସବରେ ଯୋଗ ଦେଇ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରିଥିଲେ। ଓଡ଼ିଶା ଥାଇ ବକ୍ସିଂ ଆସୋସିଏଶନ ସମ୍ପାଦକ ଶୁଭେନ୍ଦୁ ସାମନ୍ତରାୟଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି ଟୁର୍ନାମେଣ୍ଟ ଆୟୋଜିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri