ଓଡ଼ିଶା ଦଳଗତ ଚାମ୍ପିୟନ

ଭୁବନେଶ୍ୱର,୨୮ା୮(ସରୋଜ ଜେନା): ଜାତୀୟ ଥାଇ ବକ୍ସିଂ ଚାମ୍ପିୟନଶିପ ୨୦୨୩ ରବିବାର ଉଦଯାପିତ ହୋଇଯାଇଛି। ଦଳଗତ ବର୍ଗରେ ଓଡ଼ିଶା ଚାମ୍ପିୟନ ହୋଇଥିବା ବେଳେ ମହାରାଷ୍ଟ୍ର ପ୍ରଥମ ଓ ବିହାର ଦିତୀୟ ରନର୍ସ ଅପ ହୋଇଛନ୍ତି। ତିନି ଦିନ ଧରି ଚାଲିଥିବା ଏହି ଜାତୀୟ ଚାମ୍ପିୟାନଶିପରେ ବିଭିନ୍ନ ବର୍ଗର ପ୍ରାୟ ୧୭ ରାଜ୍ୟର ୫୪୦ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ୨୫ ତାରିଖର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ, ପଠାଣି ସାମନ୍ତ ପ୍ଲାନେଟାରିୟମ ନିର୍ଦେଶକ ଶୁଭେନ୍ଦୁ ପଟନାୟକ, ଜାତୀୟ ଥାଇ ବକ୍ସିଙ୍ଗ ଫେଡେରେସନ ସଭାପତି କୁଲଦୀପ ସୁମନସ୍କର, ସମ୍ପାଦକ ରବୀନ୍ଦ୍ର ସିଂ ଯୋଗ ଦେଇଥିଲେ। ୬୦ରୁ ୬୫ କିଗ୍ରା ଓଜନ ବର୍ଗରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଦେବଶ୍ରୀ ଦେବସ୍ମିତା ଛତିଶଗଡର ପ୍ରତିଯୋଗୀଙ୍କୁ ହରାଇ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ପୋଖରୀପୁଟ ଡିଏଭି ସ୍ଥିତ ବାଲଭବନରେ ୩ ଦିନିଆ ପ୍ରତିଯୋଗିତା ରବିବାର ଉଦ୍‌ଯାପିତ ହୋଇଛି। ୧୮ ରାଜ୍ୟରୁ ୫୦୦ରୁ ଅଧିକ ପ୍ରତିଯୋଗୀ ଏଥିରେ ଅଂଶଗ୍ରହଣ କରିଥିଲେ। ଡିଏମ୍‌ ସ୍କୁଲର ଦଶମ ଶ୍ରେଣୀ ଛାତ୍ରୀ ଦେବଶ୍ରୀ ଏହା ପୂର୍ବରୁ ମଧ୍ୟ ଅନେକ ରାଜ୍ୟ ତଥା ଜାତୀୟ ଟୁର୍ନାମେଣ୍ଟରେ ସଫଳତା ହାସଲ କରିଛନ୍ତି।
ଉଦଯାପନି ତଥା ଟ୍ରଫି ପ୍ରଦାନ ଉତ୍ସବରେ ଜାତୀୟ ଥାଇ ବକ୍ସିଂ ଫେଡେରେଶନ ସଭାପତି ଡ଼ଃ କୁଲଦୀପ ସୁମନସ୍କାର, ସମ୍ପାଦକ ରବୀନ୍ଦ୍ର ସିଂ, ଓଡିଶା ଥାଇ ବକ୍ସିଂ ଆସୋସିଏସନ ସମ୍ପାଦକ ଶୁଭେନ୍ଦୁ ସାମନ୍ତରାୟ, ଜବାହର ବାଲ ଭବନ ସମ୍ପାଦକ ସ୍ବପ୍ନେନ୍ଦୁ ସାମନ୍ତରାୟ,ଉପସଭାପତି ଭୁମୋହନ ପଟ୍ଟନାୟକ, ଓଡିଶା ଅଭିଭାବକ ମହାସଂଘ ସହ ଅଧକ୍ଷ ପ୍ରସନ୍ନ ବିଷୋୟୀ ପ୍ରମୁଖ ଯୋଗଦେଇ କୃତ ଦଳ ଓ ପ୍ରତିଯୋଗୀଙ୍କୁ ଟ୍ରଫି ପ୍ରଦାନ କରିଥିଲେ।
ଜାତୀୟ ଥାଇ ବକ୍ସିଂ ଆସୋସିଏଶନ ସଭାପତି ଡ. କୁଲଦୀପ ସଂସ୍କାର ଉଦ୍‌ଯାପନୀ ଉତ୍ସବରେ ଯୋଗ ଦେଇ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରିଥିଲେ। ଓଡ଼ିଶା ଥାଇ ବକ୍ସିଂ ଆସୋସିଏଶନ ସମ୍ପାଦକ ଶୁଭେନ୍ଦୁ ସାମନ୍ତରାୟଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି ଟୁର୍ନାମେଣ୍ଟ ଆୟୋଜିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପିପିଏଲ୍‌କୁ ‘ବେଷ୍ଟ ଆନୁଆଲ ରିପୋର୍ଟ ଆଓ୍ବାର୍ଡ’

ଭୁବନେଶ୍ୱର ,୨୮।୪ (ଅଭୟ ଦାଶ): ପାରାଦୀପ ଫସ୍‌ଫେଟ ଲିମିଟେଡ୍‌ (ପିପିଏଲ୍‌)କୁ ନିକଟରେ ସମ୍ମାନଜନକ ‘ବେଷ୍ଟ ଆନୁଆଲ ରିପୋର୍ଟ ଆଓ୍ବାର୍ଡ’ ପ୍ରଦାନ କରାଯାଇଛି। ବିଶେଷକରି କର୍ପୋରେଟ ଗଭର୍ନାନ୍ସ...

ସଫେଇ ଦେଲା ଏମଡିଏଚ

ନୂଆଦିଲ୍ଲୀ,୨୮।୪: ମସଲାରେ କ୍ୟାନସର ଭଳି ମାରାତ୍ମକ ରୋଗ ସୃଷ୍ଟି କାରୀ କୀଟନାଶକ ଔଷଧ ମିଳିବା ଖବର ଜଣାପଡିବା ପରେ ବିବାଦ ଦେଖାଦେଇଛି। ଚାଲିଥିବା ବିବାଦ ମଧ୍ୟରେ...

ଅଙ୍କୁରା ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର, ନୂଆ ଜୀବନ ପାଇଲେ ବାଲୁଗାଁର ଯାଆଁଳା ଶିଶୁ

ଭୁବନେଶ୍ୱର ,୨୮।୪: ରାଜ୍ୟର ଅଗ୍ରଣୀ ଘରୋଇ ଚିକିତ୍ସାଳୟ ତଥା ମେଡିକାଲ ଚେନ୍‌ ଅଙ୍କୁରାର ଭୁବନେଶ୍ୱର ଶାଖା (ଅଙ୍କୁରା ହସ୍ପିଟାଲ)ରେ ଏକ ବିରଳ ଅସ୍ତ୍ରୋପଚାର ସଫଳତାର ସହ...

୬ ଦେଶକୁ ରପ୍ତାନି ହେବ ପିଆଜ

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା): ପିଆଜ ରପ୍ତାନି ଉପରେ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରପ୍ତାନି ଉପରେ ନିଷେଧାଦେଶ ସତ୍ତ୍ୱେ ୬ ଦେଶକୁ ୯୯,୧୫୦ ମେଟ୍ରିକ୍‌...

ରାଜସ୍ଥାନର ଅଷ୍ଟମ ବିଜୟ, ସଞ୍ଜୁ ସାମସନ୍‌ଙ୍କ ଅଧିନାୟକ ପାଳି

ନୂଆଦିଲ୍ଲୀ,୨୭ା୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ରେ ଶନିବାର ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ୭ ଉଇକେଟରେ ହରାଇ ଅଷ୍ଟମ ବିଜୟ ହାସଲ କରିଛି ରାଜସ୍ଥାନ ରୟାଲ୍ସ। ଟସ୍‌ ହାରି...

ହାଇସ୍କୋରିଂ ମ୍ୟାଚ୍‌ରେ କ୍ୟାପିଟାଲ୍ସ ବିଜୟୀ

ନୂଆଦିଲ୍ଲୀ,୨୭ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଶନିବାର ଅନୁଷ୍ଠିତ ଡବଲ୍‌ ହେଡରର ହାଇସ୍କୋରିଂ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସକୁ ୧୦ ରନ୍‌ରେ ପରାସ୍ତ କରିଛି ଦିଲ୍ଲୀ କ୍ୟାପିଟାଲ୍ସ। ପ୍ରଥମେ...

୧୦ ହଜାର ନବାଗତଙ୍କୁ ନିଯୁକ୍ତି ଦେବା ଏହି ଭାରତୀୟ ଆଇଟି କମ୍ପାନୀ

ନୂଆଦିଲ୍ଲୀ,୨୭।୪: ଭାରତର ତୃତୀୟ ବୃହତ୍ତମ ଆଇଟି କମ୍ପାନୀ ଏଚସିଏଲଟେକ୍ ୨୦୨୫ ଆର୍ଥିକ ବର୍ଷରେ ୧୦,୦୦୦ ରୁ ଅଧିକ ନବାଗତଙ୍କୁ ନିଯୁକ୍ତି ଦେବାକୁ ଯାଉଛି। ଯେଉଁ ସମୟରେ...

ଆମେରିକାରେ ସିଇଓ ହେବାକୁ ହେଲେ ଭାରତୀୟ ହେବା ଆବଶ୍ୟକ, ଜାଣନ୍ତୁ ଏପରି କାହିଁକି କହିଲେ ଆମେରିକାର ରାଷ୍ଟ୍ରଦୂତ ?

ନୂଆଦିଲ୍ଲୀ,୨୭।୪: ଗୁଗ୍‌ଲ, ୟୁଟ୍ୟୁବ୍, ମାଇକ୍ରୋସଫ୍ଟ, ଷ୍ଟାରବକ୍ସ, ଆଇବିଏମ୍ ଏବଂ ଆଡୋବ ଭଳି ଦୁନିଆର ଅନେକ ବଡ କମ୍ପାନୀର ସିଇଓ ଭାରତୀୟ ଅଟନ୍ତି। ବହୁ ଆମେରିକୀୟ କମ୍ପାନୀର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri