Posted inଖେଳ

ଓଡ଼ିଶା ଦଳକୁ ୩ ରୌପ୍ୟ, ୧ ବ୍ରୋଞ୍ଜ

ଭୁବନେଶ୍ୱର, ୮ା୭,(ବିଜୟ ରଣା): ଦ୍ୱାଦଶ ଜାତୀୟ ଭୋବିନାମ ମାର୍ଶାଲ ଆଟର୍‌ସ ଚାମ୍ପିୟନଶିପ୍‌ ତେଲେଙ୍ଗାନାର ହାଇଦ୍ରାବାଦସ୍ଥିତ ଶାଲିମାର ହଲ୍‌ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଦେଶର ୧୬ଟି ରାଜ୍ୟରୁ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ଏଥିରେ ଓଡ଼ିଶା ଭୋବିନାମ ଆସୋସିଏଶନ ମୁଖ୍ୟ ତଥା ଜାତୀୟ କୋଚ୍‌ ଦୀପ୍ତି ରଞ୍ଜନ ମହାପାତ୍ରଙ୍କ ନେତୃତ୍ୱରେ ୩ ପ୍ରତିଯୋଗି ଓ ୪ ଅଫିସିଆଲ ଅଂଶଗ୍ରହଣ କରିଥିଲେ। ଏଥିରେ ଓଡ଼ିଶା ପ୍ରତିଯୋଗୀମାନେ ୩ ରୌପ୍ୟ ଓ ଗୋଟିଏ ବ୍ରୋଞ୍ଜ ଜିତିଛନ୍ତି। ସାଇ ସତ୍ୟମ ସେଠୀ ୫୫ କେଜିରୁ ଊର୍ଦ୍ଧ୍ୱ ବିଭାଗରେ ଗୋଟିଏ ଲେଖାଏଁ ରୌପ୍ୟ ଓ ବ୍ରୋଞ୍ଜ ଜିତିଥିଲେ। ୩୩ କେଜିରୁ କମ୍‌ ବିଭାଗରେ ବିଶ୍ୱରଞ୍ଜନ ଦାସ ରୌପ୍ୟ ହାସଲ କରିଥିଲେ। ସେହିପରି ସିନିୟର ପୁରୁଷ ବିଭାଗରେ ଏସ୍‌. ମୁରଲୀ ଶଙ୍କର ରୌପ୍ୟ ପଦକ ପାଇଥିଲେ। ଏହି ଅବସରରେ ଜାତୀୟ କୋଚ୍‌ ଦୀପ୍ତି ରଞ୍ଜନ ମହାପାତ୍ରଙ୍କୁ ଜାତୀୟ ସ୍ତରରେ ଆତ୍ମରକ୍ଷା କୌଶଳ କ୍ଷେତ୍ରରେ ଅବଦାନ ପାଇଁ ସମ୍ବର୍ଦ୍ଧିତ କରାଯାଇଥିଲା। ସୁବିର କୁମାର ବିଶ୍ୱାସ, ମନୋଜ କୁମାର ନାୟକ, ଏସ୍‌. ମୁରଲୀଶଙ୍କର ଓ ନସିମ ମଲିକଙ୍କୁ ବ୍ଲାକ୍‌ବେଲ୍ଟ ପ୍ରଦାନ କରାଯାଇଥିଲା। ଦଳ ଭୁବନେଶ୍ୱରରେ ପହଞ୍ଚତ୍ବା ପରେ ସଂଘ ପକ୍ଷରୁ ସେମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲକୁ ସାଂଘାତିକ ଧମକ ଦେଲା ପାକିସ୍ତାନ, ନେତାନ୍ୟାହୁଙ୍କୁ ଖୋଲାଖୋଲି ଚ୍ୟାଲେଞ୍ଜ କରି କହିଲା…

ଇସଲାମବାଦ,୨୮।୩: ଇରାନର ରାଜଧାନୀ ତେହେରାନରେ ପାକିସ୍ତାନୀ ଦୂତାବାସ ନିକଟରେ ଇସ୍ରାଏଲୀ-ଆମେରିକୀୟ ଆକ୍ରମଣର ରିପୋର୍ଟ ପରେ, ଇସଲାମାବାଦ ଇସ୍ରାଏଲକୁ ଏକ କଡ଼ା ଚେତାବନୀ ଦେଇଛି। ପାକିସ୍ତାନ କହିଛି ଯେ…

ଚୋରକୁ ଧରି ହାଜତରେ ପୂରାଇଥିଲା ପୋଲିସ, ଫେରାର ହୋଇଯିବା ପରେ…

ଧର୍ମଶାଳା/ବ୍ରହ୍ମବରଦା,୨୮ା୩(ଶିବପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନାରେ ଘଟିଛି ଏକ ଅଭାବନୀୟ ଘଟଣା। ପୋଲିସ ଚୋରକୁ ଧରି ହାଜତରେ ରଖିଥିବା ବେଳେ ରାତି ପ୍ରାୟ…

କୋହଲିଙ୍କ ଦକ୍ଷତା ମାନିଲା ଗିନିଜ୍‌ ବୁକ: IPL 2026 ପୂର୍ବରୁ ଏମିତି କିଛି ଶେୟାର କରି ସମସ୍ତଙ୍କୁ କଲା ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୩: IPL 2026 ପୂର୍ବରୁ ଗିନିଜ ବୁକ ସୋସିଆଲ ମିଡିଆ ମାଧ୍ୟମରେ ବିରାଟ କୋହଲିଙ୍କ ପାଞ୍ଚଟି IPL ରେକର୍ଡ ଉପରେ ଆଲୋକପାତ କରି ଏକ ପୋଷ୍ଟ ଶେୟାର…

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସମୀକ୍ଷା କଲେ କଳିକେଶ, ହସ୍ପିଟାଲରେ ରୋଗୀଙ୍କୁ…

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଓ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ଉପରେ ସମୀକ୍ଷା କରିଛନ୍ତି ବଲାଙ୍ଗୀର ବିଧାୟକ କଳିକେଶ…

ଯୁଦ୍ଧ ମଧ୍ୟରେ ଦେଶବାସୀଙ୍କୁ ବଡ଼ ଭରସା ଦେଲେ ପ୍ରଧାନମନ୍ତ୍ରୀ, କହିଲେ ଆପଣଙ୍କ ଉପରେ ଲଦିବୁ ନାହିଁ…

ନୂଆଦିଲ୍ଲୀ,୨୮।୩: ଯେତେବେଳେ ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ, କେହି ଭାବି ନଥିଲେ ଯେ ଏହା ଏକ ବିଶ୍ୱ ସଙ୍କଟରେ ପରିଣତ ହେବ।…

ଲୁଣାନଦୀର ଜଳସ୍ତର କମୁଛି: ଆଗାମୀ ଦିନରେ ଦେଖାଦେବ…

କେନ୍ଦ୍ରାପଡ଼ା, ୨୮ା୩ (ଜଗନ୍ନାଥ ଧଳ)ଡିସେମ୍ବର ମାସଠାରୁ କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଲୁଣାନଦୀର ଜଳସ୍ତର କମିବାରେ ଲାଗିଛି। ଫଳରେ ଆଗାମୀ ଦିନରେ କେନ୍ଦ୍ରାପଡ଼ା ପୌରାଞ୍ଚଳରେ ପିଇବା ପାଣି ସମସ୍ୟା…

LPG ଏବଂ PNG ର ଏକ୍ସପାଏରୀ ଡେଟ୍‌ ଅଛି କି? ଜାଣନ୍ତୁ କେମିତି କରିବେ ଚେକ୍‌…

ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ଇନ୍ଧନ ଯୋଗାଣ ନେଇ ଚିନ୍ତା ମଧ୍ୟରେ, ଭାରତର ଅନେକ ପରିବାର LPG ସିଲିଣ୍ଡର ପ୍ରତି ଅଧିକ ଧ୍ୟାନ ଦେଉଛନ୍ତି। ଏହା PNG…

ମୋଦିଙ୍କ ପାଇଁ ବଡ଼ କଥା କହିଦେଲେ ନେପାଳର ନୂଆ ପ୍ରଧାନମନ୍ତ୍ରୀ

କାଠମାଣ୍ଡୁ,୨୮।୩: ନେପାଳର ନୂଆ ପ୍ରଧାନମନ୍ତ୍ରୀ ବାଲେନ୍ଦ୍ର ଶାହା ଶନିବାର ଦିନ କହିଛନ୍ତି ଯେ ସେ ‘ଭାରତ ସହିତ ମିଶି କାମ କରିବାକୁ ଖୁବ ଆଗ୍ରହୀ ଅଛନ୍ତି।’ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri