Posted inଖେଳ

ଲେଜେଣ୍ଡ୍ସ ଲିଗ୍‌ରେ ପ୍ରଥମ ଥର ଓଡ଼ିଶା ଟିମ୍ କୋଣାର୍କ ସୂର୍ଯ୍ୟ: ଇର୍ଫାନ୍‌ ପଠାନ କ୍ୟାପଟେନ୍‌

ପ୍ୟାରିସ୍‌,୬ା୯: ଲେଜେଣ୍ଡ୍ସ ଲିଗ୍‌ କ୍ରିକେଟରେ ଓଡ଼ିଶାର ପ୍ରଥମ ଦଳ ଭାବେ କୋଣାର୍କ ସୂର୍ଯ୍ୟ ସାମିଲ ହୋଇଛି। ଶୁକ୍ରବାର ଭୁବନେଶ୍ୱରରେ ଟିମ ଲଞ୍ଚ ହେବା ସହ, ସମସ୍ତ ଖେଳାଳିଙ୍କ ନାମ ଘୋଷଣା କରାଯାଇଛି। ଇର୍ଫାନ ପଠାନଙ୍କୁ ଏହି ଅବସରରେ କୋଣାର୍କ ସୂର୍ଯ୍ୟର ଅଧିନାୟକ ଘୋଷଣା କରାଯାଇଥିଲା। ବିନୟ କୁମାର, ରାଜେଶ ବିଷ୍ଣୋଇ ଓ ଶାହାବାଜ୍‌ ନଦୀମଙ୍କ ଭଳି ଖେଳାଳିଙ୍କୁ ସାମିଲ କରାଯାଇଛି।

ଟି୨୦ ଫର୍ମାଟରେ ଏହି ଟୁର୍ନାମେଣ୍ଟ ଖେଳାଯିବ ବୋଲି ଜଣାପଡିଛି। ଓଡ଼ିଶା ରଣଜୀ ଦଳର ପୂର୍ବତନ ଓପନର ନଟରାଜ ବେହେରା ଏହି ଦଳରେ ଏକମାତ୍ର ଓଡ଼ିଆ ଭାବରେ ସ୍ଥାନ ପାଇଛନ୍ତି। ଶୁକ୍ରବାର ଟିମ ଲଞ୍ଚ୍‌ ଅବସରରେ ଓଡ଼ିଶା କ୍ରିକେଟ ଆସୋସିଏଶନ ସମ୍ପାଦକ ସଞ୍ଜୟ ବେହେରା, ପଳର୍ବତନ ଅଲିମ୍ପିଆନ ଅନୁରାଧା ବିଶ୍ୱାଳ, ଦୂତି ଚାନ୍ଦ, ପାରା ଅଲିମ୍ପିଆନ ପ୍ରମୋଦ ଭଗତ, ପୂର୍ବତନ କ୍ରିକେଟର ସତ୍ୟରଞ୍ଜନ ଶତପଥୀ, କଣ୍ଠଶିଳ୍ପୀ କ୍ରିଷ୍ନା ବେହୁରା, ସୁସ୍ମିତା ଦାସ, ଅଭିନେତା ସବ୍ୟସାଚି ଓ ଅଭିନେତ୍ରୀ ଅର୍ଚିତା ପ୍ରମୁଖ ସାମିଲ ହୋଇଥିଲେ।

ଦଳ: ଇର୍ଫାନ ପଠାନ୍‌, ଅମ୍ବାତି ରାୟୁଡୁ, ୟୁସୁଫ୍‌ ପଠାନ୍‌, ବିନୟ କୁମାର, ରାଜେଶ ବିଷ୍ଣୋଇ, ଶାହବାଜ ନଦୀମ୍‌, ପ୍ରବୀଣ ତାମ୍ବେ, ଦୀଓ୍ବେଶ ପଠାନିଆ, କେ.ପି. ଅପନ୍ନା, ନଟରାଜ ବେହେରା, ରସ୍‌ ଟେଲର, କେଭିନ୍‌ ଓ ବ୍ରାଏନ୍‌, ବେନ୍‌ ଲାଫ୍‌ଲିନ୍‌, ରିଚାର୍ଡ ଲେଭି, ନବୀନ ଷ୍ଟିଓ୍ବାର୍ଟ ଓ ଫିଡେଲ ଏଡଓ୍ବାଡର୍‌ସ।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri