ସ୍କୁଲରେ ଛାତ୍ରଙ୍କ ମୃତ୍ୟୁ ଘଟଣା: ଏସ୍‌ଆଇଟି ନଚେତ କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ଦାବି କରି ଗଞ୍ଜାମ ଏସ୍‌ପିଙ୍କୁ ଭେଟିଲେ ପରିବାର

ଛତ୍ରପୁର ,୧୯।୧୧(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧିନ କଳାଜମୁନା ଶ୍ରୀ ସାଇ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୫ମ ଶ୍ରେଣୀ ଛାତ୍ର କିରଣ ପ୍ରଧାନଙ୍କ ମୃତ୍ୟୁ ଘଟଣାରେ ନୂଆ ମୋଡ଼। ଏସ୍‌ଆଇଟି କିମ୍ବା କ୍ରାଇମବ୍ରାଞ୍ଚ ତଦନ୍ତ କରି ଦୋଷୀମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନିମନ୍ତେ ମଙ୍ଗଳବାର ଗଞ୍ଜାମ ଏସ୍‌ପିଙ୍କୁ ମୃତ ଛାତ୍ରଙ୍କ ପରିବାର ଏବଂ ଗ୍ରାମବାସୀ ଭେଟିଛନ୍ତି। ଛତ୍ରପୁର ଥାନା ଅନ୍ତର୍ଗତ କମାପଲ୍ଲୀ ଗ୍ରାମର ପ୍ରହ୍ଲାଦ ପ୍ରଧାନଙ୍କ ପୁଅ କିରଣ ପ୍ରଧାନ ଗଞ୍ଜାମ ବ୍ଲକ ଅନ୍ତର୍ଗତ କଳାଜମୁନା ଶ୍ରୀ ସାଇ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ରହି ପାଠ ପଢୁଥିଲେ। ତାଙ୍କୁ ଷଡ଼ଯନ୍ତ୍ର କରି ବିଷ ଦେଇ ମାରି ଦିଆଯାଇଥିବା ମୃତ କିରଣଙ୍କ ବାପା ପ୍ରହ୍ଲାଦ ଲିଖିତ ଭାବେ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କ ନିକଟରେ ଅଭିଯୋଗ କରିଛନ୍ତି।

ଗତ ଅଗଷ୍ଟ ୨୫ରେ କିରଣଙ୍କ ଦେହ ଖରାପ ହେବା ଭାବି ସ୍କୁଲ କର୍ତ୍ତୃପକ୍ଷ ତାଙ୍କୁ ତୁରନ୍ତ ଛତ୍ରପୁର ମେଡିକାଲ ଆଣିଥିଲେ। ଏହାର ସୂଚନା ପାଇ କିରଣଙ୍କ ବାପାମା’ ଛତ୍ରପୁର ମେଡିକାଲରେ ପହଞ୍ଚିଥିଲେ। ସେତେବେଳେ କିରଣ କଥାବାର୍ତ୍ତା କରୁଥିବାରୁ ବାପାମା’ଙ୍କୁ କହିଥିଲେ, ‘ସ୍କୁଲରେ ପାଠ ପଢ଼ୁଥିବା ସମ୍ପର୍କୀୟ ଭାଇ ଲିଟୁ ପ୍ରଧାନ ପାଣି ବୋତଲରେ କିଛି କଳା ଜିନିଷ ମିଶାଇ ବାଧ୍ୟ କରି ପିଇବା ପାଇଁ କହିଥିଲେ। ସେ ସେହି ପାଣିକୁ ପିଇ ଦେଇଥିଲେ। ଏହାର କିଛି ସମୟ ପରେ ତାଙ୍କୁ ବାନ୍ତି ହେବା ସହ ମୁଣ୍ଡ ବୁଲାଇଥିଲା। ଏନେଇ ସେ ସ୍କୁଲ ସାରଙ୍କୁ ଜଣାଇଥିଲେ। ’ ଏନେଇ ପ୍ରହ୍ଲାଦ ନିଜ ଅଭିଯୋଗପତ୍ରରେ ଦର୍ଶାଇଛନ୍ତି। ପୂର୍ବରୁ ଲିଟୁଙ୍କ ପରିବାର ସହ ଜମିଜମା ବିବାଦ ରହିଛି। ଏଣୁ ତାଙ୍କ ପରିବାର ଷଡ଼ଯନ୍ତ୍ର କରି ଏଭଳି ଜଘନ୍ୟ କାଣ୍ଡ ଘଟାଇଥିବା ସେ ସନ୍ଦେହ କରୁଥିବା ପ୍ରହ୍ଲାଦ ଅଭିଯୋଗ ପତ୍ରରେ ଉଲ୍ଲେଖ କରିଛନ୍ତି। ଏହାର ଏସ୍‌ଆଇଟି କିମ୍ବା କ୍ରାଇମବ୍ରାଞ୍ଚ ତଦନ୍ତ କରି ଦୋଷୀମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ସେମାନଙ୍କୁ ନ୍ୟାୟ ପ୍ରଦାନ କରିବା ନିମନ୍ତେ କମାପଲ୍ଲୀ ଗ୍ରାମବାସୀ ଓ ମୃତ କିରଣଙ୍କ ପରିବାରବର୍ଗ ଗଞ୍ଜାମ ଏସ୍‌ପିଙ୍କୁ ଅନୁରୋଧ କରିଛନ୍ତି। ଏହି ଅବସର ରେ ଆଇନଜୀବି ଚୈତନ୍ୟ ପ୍ରଧାନ, ଭିକାରୀପଲ୍ଲୀ ପଞ୍ଚାୟତର ପୂର୍ବତନ ସମିତି ସଭ୍ୟ ଭାଗିରଥୀ ପ୍ରଧାନ, ମଥୁରା ଚରଣ ସୁବୁଦ୍ଧି, ମାଗତା ପାତ୍ର, ପ୍ରଭାସି ବେହେରା, ପୂର୍ବତନ ସରପଞ୍ଚ ଗାଣ୍ଡୁଧର ଗୌଡ଼ଙ୍କ ସମେତ କମାପଲ୍ଲୀ ଗ୍ରାମର ଶତାଧିକ ମହିଳା ଓ ପୁରୁଷ ମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର

ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…

୩ ରାଶି ଉପରେ ରହିବ ରାହୁ-କେତୁଙ୍କ କୃପା: ଘର, ଗାଡ଼ିଠାରୁ ଚାକିରି ଯାଏ ସବୁ ସ୍ୱପ୍ନ ହେବ ପୂରଣ!

ଜ୍ୟୋତିଷ ଶାସ୍ତ୍ରରେ ରାହୁ ଏବଂ କେତୁଙ୍କୁ ଛାୟା ଗ୍ରହ ସହିତ ଅତ୍ୟନ୍ତ ପ୍ରଭାବଶାଳୀ ଗ୍ରହ ଭାବେ ବିବେଚନା କରାଯାଏ। ଏହି ଦୁଇ ଗ୍ରହଙ୍କ ପ୍ରଭାବ ବ୍ୟକ୍ତିଙ୍କ ଜୀବନରେ…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?