ସ୍ତ୍ରୀ- ପୁଅ ଥାଉ ଥାଉ ଦ୍ୱିତୀୟ ବିବାହ କରିବାକୁ ଯାଉଥିଲେ, ପୁଅଙ୍କୁ ଟାଣିଟାଣି ଥାନାକୁ ଆଣିଲେ ବାପା

ବାସୁଦେବପୁର,୮।୫(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଏଡ଼ତାଳ ଗ୍ରାମର ଅଜୟ ଜେନା ନାମକ ଜଣେ ବିବାହିତ ଯୁବକ ମଙ୍ଗଳବାର ଚାନ୍ଦିମାଳ ଅଞ୍ଚଳର ଜଣେ ମହିଳାଙ୍କୁ ଦ୍ୱିତୀୟ ବିବାହ କରିବାକୁ ଉଦ୍ୟମ କରି ହଟହଟା ହୋଇଛନ୍ତି। ଏହି ଘଟଣା ବାସୁଦେବପୁର ଅଞ୍ଚଳରେ ଆଲୋଡ଼ନ ଖେଳାଇ ଦେଇଛି। ଅଜୟ ଦ୍ୱିତୀୟ ବିବାହ କରିବାକୁ ଯାଉଥିବା ଜାଣିପାରି ତାଙ୍କ ବାପା ବିଷ୍ଣୁମୋହନ ଏବଂ ପତ୍ନୀ ତୁଳସୀ ଜେନା ବାସୁଦେବପୁର ଯାଦବ ପଡ଼ିଆ ନିକଟରେ ପହଞ୍ଚି ତାଙ୍କୁ ଧରି ବାସୁଦେବପୁର ଥାନାରେ ଜିମା ଦେଇଛନ୍ତି।

ପ୍ରାୟ ୧୦ ବର୍ଷ ତଳେ ଅଜୟ ଓ ତୁଳସୀ ବିବାହ କରିିଥିଲେ। ତାଙ୍କର ୮ ବର୍ଷର ପୁଅ ରହିଛି। ଏହାସତ୍ତ୍ୱେ ପରେ ଅଜୟଙ୍କ ଚାନ୍ଦିମାଳ ଅଞ୍ଚଳର ଜଣେ ମହିଳାଙ୍କ ସହ ପ୍ରେମସମ୍ପର୍କ ଗଢ଼ି ଉଠିଥିଲା। ଦୁହେଁ ବିବାହ କରିବାକୁ ଉଦ୍ୟମ କରୁଥିବା ବେଳେ ହଟହଟା ହୋଇଛନ୍ତି। ବାସୁଦେବପୁର ଥାନାରେ ଏହି ଘଟଣା ପହଞ୍ଚିବା ପରେ ତଦନ୍ତ ଚାଲିଛି। ଅଜୟ ତାଙ୍କ ପ୍ରେମିକାଙ୍କ ସହ ରହିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଶେଷରେ ଅଜୟ ଏବଂ ତାଙ୍କ ପରିବାରଲୋକେ ବାପା ଏବଂ ପତ୍ନୀଙ୍କ ମଧ୍ୟରେ ଆପୋଷ ଲେଖାପଢ଼ା ହେବା ପରେ ଅଜୟ ତାଙ୍କ ପ୍ରେମିକାଙ୍କୁ ନେଇ ଯାଇଛନ୍ତି। ଅପରପକ୍ଷେ ବିଷ୍ଣୁମୋହନ ତାଙ୍କ ବୋହୂଙ୍କୁ ନେଇ ଘରକୁ ଯାଇଥିଲେ। ତେବେ ଅଜୟ ଆଉ ପୈତୃକ ଘରକୁ ଯିବେ ନାହିଁ ବୋଲି ଲିଖିତ ଭାବେ ଜଣାଇଥିବା ସୂଚନା ମିଳିଛି। ଏ ନେଇ ଏଏସ୍‌ଆଇ ବି କେ ଦାସ ମହାପାତ୍ରଙ୍କୁ ପଚାରିବାରୁ ଏହା ଏକ ପାରିବାରିକ ଘଟଣା। ଦୁଇ ପକ୍ଷ ଲିଖିତ ଭାବେ ଥାନାରେ ଜଣାଇ ଘରକୁ ଯାଇଥିଲେ। ଏ ବାବାଦରେ ଥାନାରେ କୌଣସି ଲିଖିତ ମାମଲା ରୁଜୁ ହୋଇ ନ ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିହାରୀ କଏଦୀ ଫେରାର ଘଟଣା: ଚୌଦ୍ୱାର ଜେଲ ଅଧୀକ୍ଷକ ଗିରଫ

କଟକ,୨୦।୯(ପ୍ରଭୁ କଲ୍ୟାଣ ପାଲ ): ବିହାରୀ କଏଦୀ ଫେରାର ଘଟଣାରେ ଗିରଫ ହେଲେ ଚୌଦ୍ୱାର ଜେଲ ଅଧୀକ୍ଷକ ସୁଜିତ ରାଉଳ। ଜେଲ ମିନିଟି ବୁକ୍‌ରେ ଜାଲିଆତି ନେଇ…

ଅଡବା ପୋଲିସକୁ ବଡ଼ ସଫଳତା, ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ହଜାରେ କେଜି ଜବତ

ମୋହନା,୨୦।୯( ମନ୍ମଥ ମିଶ୍ର ): ଗଜପତି ଜିଲାରେ ବେଆଇନ ଗଞ୍ଜେଇ କାରବାର ବିରୋଧରେ ଚାଲିଥିବା ସ୍ୱତନ୍ତ୍ର ଅଭିଯାନରେ ଅଡବା ପୋଲିସ ଏକ ବଡ଼ ସଫଳତା ହାସଲ କରିଛି…

କାଲି ନୂଆଁଖାଇବେ କଳାହାଣ୍ଡି ଗଡ଼ଜାତବାସୀ, ଉତ୍ସବ ମୁଖର ପୁରପଲ୍ଲୀ

ଭବାନୀପାଟଣା,୨୦।୯ (ଉତ୍ତମ କୁମାର ଦାଶ): ନୂଆଁଖାଇ କଳାହାଣ୍ଡି ଜିଲାର ଏକ ମୁଖ୍ୟ ପରମ୍ପରା। ପଶ୍ଚିମ ଓଡ଼ିଶାର ଅନ୍ୟ ଜିଲାରେ ପଞ୍ଚମୀ ତିଥିରେ ନୂଆଁଖାଇ ପାଳନ ହେଉଥିବା ବେଳେ…

ନ୍ୟୁଜିଲ୍ୟାଣ୍ଡ ଗସ୍ତରେ ବଦଳିବେ ଟିମ୍ ଇଣ୍ଡିଆର କ୍ୟାପ୍ଟେନ, ଶୁଭମନ୍ ଗିଲ୍‌ଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍ ଦଳ ବର୍ତ୍ତମାନ ଏସୀୟ କ୍ରୀଡ଼ା ପାଇଁ ଯାତ୍ରା କରୁଥିବା ବେଳେ, ଏହି ସମୟ ମଧ୍ୟରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଏକ ଦିନିକିଆ (ODI) ସିରିଜ୍…

ଉଲ୍ଲାସ ପକ୍ଷରୁ ନିଆରା ପ୍ରୟାସ, ୧୮ ରୁ୬୦ ବର୍ଷର ଲୋକଙ୍କୁ ସାକ୍ଷାରତା କରିବ…

କେସିଙ୍ଗା,୨୦ା୯(ତୁମେଶ୍ୱର ସାହୁ): ସମଗ୍ର ରାଜ୍ୟରେ ୧୮ ରୁ ୬୦ବର୍ଷର ଲୋକଙ୍କୁ ସାକ୍ଷରତା କରିବା ପାଇଁ ଉଲ୍ଲାସ ପକ୍ଷରୁ ରବିବାର ପରୀକ୍ଷା ଅନୁଷ୍ଠିତ ହୋଇଛି । ଏହି ପରିପ୍ରେକ୍ଷୀରେ…

ଭଡ଼ାଘରେ ଚାଲିଥିଲା ଅନ୍‌ଲାଇନ୍‌ ବେଟିଂ କାରବାର, ଚଢ଼ାଉ କରି ୩ ଜଣଙ୍କୁ…

ଛତ୍ରପୁର,୨୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ସାଇବର ପୋଲିସ ଏକ ଅନଲାଇନ୍‌ ବେଟିଂ ଆପ୍‌ ଠକେଇ ନେଟ୍‌ଓ୍ବର୍କର ପର୍ଦ୍ଦାଫାଶ କରି ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ…

୮୫ ବର୍ଷରେ MA ପାସ୍‌ କଲେ ଲାଲ ଚାନ୍ଦ; ଏବେ PhD ପାଇଁ ପ୍ରସ୍ତୁତି, କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୨୦ା୯: କୁହାଯାଏ, ପାଠପଢ଼ା ପାଇଁ ବୟସ କେବେ ବି ବାଧା ହୋଇପାରେ ନାହିଁ। ମନରେ ଦୃଢ଼ ଇଚ୍ଛା ଥିଲେ ଯେକୌଣସି ବୟସରେ ଲକ୍ଷ୍ୟ ହାସଲ କରିହୁଏ ।…

ଲଘୁଚାପକୁ ନେଇ ବଡ଼ ଅପଡେଟ୍‌: ମତ୍ସ୍ୟଜୀବୀଙ୍କୁ ଏଭଳି ପରାମର୍ଶ ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୦ା୯: ଭୁବନେଶ୍ୱର,୨୦ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ଶନିବାର ସାନ୍ଧ୍ୟାରେ ଲଘୁଚାପର ରୂପ ନେଇଛି। ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?