Odisha Elections 2024

ସ୍ତ୍ରୀ- ପୁଅ ଥାଉ ଥାଉ ଦ୍ୱିତୀୟ ବିବାହ କରିବାକୁ ଯାଉଥିଲେ, ପୁଅଙ୍କୁ ଟାଣିଟାଣି ଥାନାକୁ ଆଣିଲେ ବାପା

ବାସୁଦେବପୁର,୮।୫(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଏଡ଼ତାଳ ଗ୍ରାମର ଅଜୟ ଜେନା ନାମକ ଜଣେ ବିବାହିତ ଯୁବକ ମଙ୍ଗଳବାର ଚାନ୍ଦିମାଳ ଅଞ୍ଚଳର ଜଣେ ମହିଳାଙ୍କୁ ଦ୍ୱିତୀୟ ବିବାହ କରିବାକୁ ଉଦ୍ୟମ କରି ହଟହଟା ହୋଇଛନ୍ତି। ଏହି ଘଟଣା ବାସୁଦେବପୁର ଅଞ୍ଚଳରେ ଆଲୋଡ଼ନ ଖେଳାଇ ଦେଇଛି। ଅଜୟ ଦ୍ୱିତୀୟ ବିବାହ କରିବାକୁ ଯାଉଥିବା ଜାଣିପାରି ତାଙ୍କ ବାପା ବିଷ୍ଣୁମୋହନ ଏବଂ ପତ୍ନୀ ତୁଳସୀ ଜେନା ବାସୁଦେବପୁର ଯାଦବ ପଡ଼ିଆ ନିକଟରେ ପହଞ୍ଚି ତାଙ୍କୁ ଧରି ବାସୁଦେବପୁର ଥାନାରେ ଜିମା ଦେଇଛନ୍ତି।

ପ୍ରାୟ ୧୦ ବର୍ଷ ତଳେ ଅଜୟ ଓ ତୁଳସୀ ବିବାହ କରିିଥିଲେ। ତାଙ୍କର ୮ ବର୍ଷର ପୁଅ ରହିଛି। ଏହାସତ୍ତ୍ୱେ ପରେ ଅଜୟଙ୍କ ଚାନ୍ଦିମାଳ ଅଞ୍ଚଳର ଜଣେ ମହିଳାଙ୍କ ସହ ପ୍ରେମସମ୍ପର୍କ ଗଢ଼ି ଉଠିଥିଲା। ଦୁହେଁ ବିବାହ କରିବାକୁ ଉଦ୍ୟମ କରୁଥିବା ବେଳେ ହଟହଟା ହୋଇଛନ୍ତି। ବାସୁଦେବପୁର ଥାନାରେ ଏହି ଘଟଣା ପହଞ୍ଚିବା ପରେ ତଦନ୍ତ ଚାଲିଛି। ଅଜୟ ତାଙ୍କ ପ୍ରେମିକାଙ୍କ ସହ ରହିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଶେଷରେ ଅଜୟ ଏବଂ ତାଙ୍କ ପରିବାରଲୋକେ ବାପା ଏବଂ ପତ୍ନୀଙ୍କ ମଧ୍ୟରେ ଆପୋଷ ଲେଖାପଢ଼ା ହେବା ପରେ ଅଜୟ ତାଙ୍କ ପ୍ରେମିକାଙ୍କୁ ନେଇ ଯାଇଛନ୍ତି। ଅପରପକ୍ଷେ ବିଷ୍ଣୁମୋହନ ତାଙ୍କ ବୋହୂଙ୍କୁ ନେଇ ଘରକୁ ଯାଇଥିଲେ। ତେବେ ଅଜୟ ଆଉ ପୈତୃକ ଘରକୁ ଯିବେ ନାହିଁ ବୋଲି ଲିଖିତ ଭାବେ ଜଣାଇଥିବା ସୂଚନା ମିଳିଛି। ଏ ନେଇ ଏଏସ୍‌ଆଇ ବି କେ ଦାସ ମହାପାତ୍ରଙ୍କୁ ପଚାରିବାରୁ ଏହା ଏକ ପାରିବାରିକ ଘଟଣା। ଦୁଇ ପକ୍ଷ ଲିଖିତ ଭାବେ ଥାନାରେ ଜଣାଇ ଘରକୁ ଯାଇଥିଲେ। ଏ ବାବାଦରେ ଥାନାରେ କୌଣସି ଲିଖିତ ମାମଲା ରୁଜୁ ହୋଇ ନ ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି-ଭାଜପା କର୍ମୀ ଗଣ୍ଡଗୋଳ: ୪ ଗିରଫ

ରାଉରକେଲା, ୧୯ା୫(ସଙ୍ଗୀତା ଜେନା): ରଘୁନାଥପାଲି ଥାନା ଅନ୍ତର୍ଗତ ଗଙ୍ଗାଧରପାଲି ବସ୍ତି ଅଞ୍ଚଳରେ ହୋଇଥିବା ବିଜେଡି ଓ ଭାଜପା ଗଣ୍ଡଗୋଳ ମାମଲାରେ ରବିବାର ପୋଲିସ ୨ଟି ପୃଥକ...

ଶାଢ଼ି ବାଣ୍ଟି ଧରାପଡ଼ିଲେ ୨ଯୁବକ

ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସୋମବାର ସାଧାରଣ ନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ହେବ। ତେବେ ଭୋଟରଙ୍କୁ ନିଜ ସପକ୍ଷକୁ ଟାଣିବା ପାଇଁ ମତଦାନ ପୂର୍ବରୁ...

କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା, ବଜ୍ରପାତରେ…

ଆସିକା,୧୯ା୫(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଳା କୋଟିନଡା ଥାନା ଅନ୍ତର୍ଗତ ହୁମୁକି ଗ୍ରାମରେ ରବିବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ସହ ବଜ୍ରପାତ ହୋଇଥିଲା।...

ଗରମ ପେଜ ପଡ଼ି ପୋଲିଂ କର୍ମଚାରୀ ଆହତ

ଆସିକା/ଧରାକୋଟ,୧୯ା୫(ସୁରେନ୍ଦ୍ର ନାଥ ସାହୁ/ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଅଧୀନ ମଛାକୋଟ ପଞ୍ଚାୟତର ମଥୁରା ପଦନାପୁର ଗ୍ରାମର ଏକ ବୁଥରେ ଅଘଟଣ ଘଟିଛି।...

ଗାଁକୁ ଗାଁ ବୁଲି ଭୋଟ ଭିକ୍ଷା କଲେ ସୂର୍ଯ୍ୟବଂଶୀ

ଧାମନଗର,୧୯।୫(ଦେବେନ୍ଦ୍ର ଆନ୍ଦିଆ)-ଧାମନଗର ବିଧାନସଭା ଆସନ ପାଇଁ ଦ୍ୱିତୀୟ ଥର ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଅସୁରାଳି ଜୋନ୍‌ରେ ନିର୍ବାଚନ ପ୍ରଚାରକୁ ଜୋରଦାର...

ବିଜେଡି ନିର୍ବାଚନୀ ସଭାରେ ବିଡିଓଙ୍କ ଉପସ୍ଥିତି : ଅଭିଯୋଗ ଆଣିଲା ବିରୋଧୀ

ହାଟଡିହୀ,୧୯।୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ହାଟଡିହୀ ବ୍ଲକ ଛେନାପଦୀଠାରେ ରବିବାର ବିଜେଡି ପକ୍ଷରୁ ଏକ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ...

ଭୁବନେଶ୍ୱରରେ ମୋଦି, ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୧୯।୫: ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ରବିବାର ପହଞ୍ଚିଛନ୍ତି। ପ୍ରଥମେ ସେ ଦଳୀୟ କର୍ମୀଙ୍କ...

“ଯଦି ସୁଯୋଗ ମିଳେ, ମନା କରିବି ନାହିଁ”: ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ନେଇ ଜୁଏଲ ଓରାମଙ୍କ ବୟାନ

ଭୁବନେଶ୍ୱର,୧୯ା୫: ଓଡ଼ିଶାରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ହେବ ତାକୁ ନେଇ କଳ୍ପନା ଜଳ୍ପନା ଚାଲିଥିବା ବେଳେ ସୁନ୍ଦରଗଡ଼ ଏମପି ତଥା ଭାଜପାର ଲୋକ ସଭା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri