Posted inରାଜ୍ୟ

ଚଳିତ ଶିକ୍ଷାବର୍ଷରୁ ଉଚ୍ଚଶିକ୍ଷା କ୍ଷେତ୍ରରେ ଆରମ୍ଭ ହେବ ଜାତୀୟ ଶିକ୍ଷା ନୀତି: ୪ ବର୍ଷ ହେବ ସ୍ନାତକ କୋର୍ସ, ୭ ବର୍ଷ ପରେ…

ଭୁବନେଶ୍ୱର,୯।୧୧: ୨୦୨୪-୨୫ ଶିକ୍ଷା ବର୍ଷରେ ଉଚ୍ଚଶିକ୍ଷା କ୍ଷେତ୍ରରେ ଜାତୀୟ ଶିକ୍ଷା ନୀତି-୨୦୨୦ କାର୍ଯ୍ୟକାରୀ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଓଡ଼ିଶା ସରକାର ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟ ଓ ଅନୁବନ୍ଧିତ ମହାବିଦ୍ୟାଳୟ ଗୁଡିକରେ ଏହି ନୂତନ ଶିକ୍ଷାନୀତି ପ୍ରବର୍ତ୍ତନ ପାଇଁ ଅନୁମୋଦନ ଦେଇଛନ୍ତି। ଏହି ପଦକ୍ଷେପ ରାଜ୍ୟର ଶିକ୍ଷା ପ୍ରଣାଳୀରେ ଅନେକ ପରିବର୍ତ୍ତନ ଆଣିବାକୁ ଉଦ୍ଦିଷ୍ଟ ହେବ ବୋଲି ଶନିବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ନୂତନ ଶିକ୍ଷା ନୀତି ୨୦୨୦ ଅନୁଯାୟୀ, ଓଡ଼ିଶାରେ ଚାରି ବର୍ଷର ସ୍ନାତକ କୋର୍ସ ଆରମ୍ଭ ହେବ। ଯେଉଁଥିରେ ପ୍ରତ୍ୟେକ ବର୍ଷ ପରେ ଯୋଗ୍ୟ ଛାତ୍ରମାନଙ୍କୁ ସାର୍ଟିଫିକେଟ, ଡିପ୍ଲୋମା, ଡିଗ୍ରୀ ଓ ଡିଗ୍ରୀ ଅନର୍ସ ପ୍ରଦାନ କରାଯିବ। ୟୁଜିସି ଦ୍ୱାରା ପ୍ରଦତ୍ତ କ୍ରେଡିଟ ଫ୍ରେମୱାର୍କ ଆଧାରରେ ରାଜ୍ୟସ୍ତରୀୟ କ୍ରେଡିଟ ଫ୍ରେମୱର୍କ ପ୍ରସ୍ତୁତ ହୋଇଛି। ଏଥିରେ ଦକ୍ଷତା ବିକାଶ ଓ ଇଣ୍ଟର୍ଣ୍ଣସିପ ପାଇଁ ସୁଯୋଗ ପ୍ରଦାନ ସହିତ ଉପଯୁକ୍ତ କ୍ରେଡିଟ ପ୍ରଦାନ କରାଯାଇଅଛି। କମ୍ୟୁନିଟି ସର୍ଭିସ ଓ Extra Curricular Activities, ଏନ୍‌ସିସି, ଏନ୍‌ଏସ୍‌ଏସ୍‌ ଇତ୍ୟାଦି ପାଇଁ ମଧ୍ୟ କ୍ରେଡିଟ ପ୍ରଦାନ କରାଯିବ। ଏହାଦ୍ୱାରା ଛାତ୍ରଛାତ୍ରୀମାନେ ନିଜ ଇଚ୍ଛାରେ ତାଙ୍କର ବିଷୟ ଗୁଡିକ ଚୟନ କରି ଏକାଧିକ ଥର ପାଇଁ ଉଚ୍ଚ ଶିକ୍ଷା ଅନୁଷ୍ଠାନମାନଙ୍କରେ ପ୍ରବେଶ ଓ ପ୍ରସ୍ଥାନ ସହିତ ୭ ବର୍ଷ ମଧ୍ୟରେ ତାଙ୍କର ଡିଗ୍ରୀ କୋର୍ସକୁ ପୂରଣ କରିପାରିବେ।

ଏହି ଶିକ୍ଷା ନୀତି ଦ୍ୱାରା ରାଜ୍ୟର ଉଚ୍ଚ ଶିକ୍ଷା ବ୍ୟବସ୍ଥାକୁ ଅଧିକ ଗୁଣାତ୍ମକ କରିବାକୁ ପଦକ୍ଷେପ ନିଆଯାଉଛି। ଏଥିରେ ଭିନ୍ନ ଯୋଜନାମାନଙ୍କ ମାଧ୍ୟମରେ ଅନୁସନ୍ଧାନ ଓ ନୂତନତାକୁ ବଢ଼ାଇବା, ପ୍ରାକ୍ଟିକାଲ ଆଧାରିତ ଶିକ୍ଷାକୁ ଓ ଶିଳ୍ପ ସହିତ ଇଣ୍ଟର୍ନସିପ ଆଦି ଦ୍ୱାରା ନିପୁଣତା ବଢ଼ାଇବା ଲକ୍ଷ୍ୟ କରାଯାଉଛି। ପାଠ୍ୟକ୍ରମକୁ ଅଧିକ ରୋଜଗାର ଭିତ୍ତିକ ଏବଂ ଶିଳ୍ପ ଆବଶ୍ୟକତା ଅନୁଯାୟୀ କରାଯିବ। ଏଥିପାଇଁ ବର୍ତ୍ତମାନରେ ୪୦ଟି ସ୍ନାତକ ମୂଳ ବିଷୟ ପାଇଁ ବିସ୍ତୃତ ମଡେଲ ସିଲାବସ୍‌ ସହିତ ୨ଟି ଦକ୍ଷତା ବୃଦ୍ଧି ପାଠ୍ୟକ୍ରମ, ୧୧୨ଟି Multi Disciplinary ପାଠ୍ୟକ୍ରମ, ୧୪ଟି ଧନ୍ଦା ମୂଳକ ପାଠ୍ୟକ୍ରମ, ୫୬ଟି ମୂଲ୍ୟ ଯୁକ୍ତ ପାଠ୍ୟକ୍ରମ ଓ ୮୪ଟି ଦକ୍ଷତା ବୃଦ୍ଧି ପାଠ୍ୟକ୍ରମ ଅନୁମୋଦନ କରାଯାଇଛି। ଏହାଦ୍ୱାରା ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ବିଶ୍ୱବିଦ୍ୟାଳୟଗୁଡ଼ିକ ନୂତନ ସିଲାବସ୍‌ ଏବଂ କ୍ରେଡିଟ୍‌ ଫ୍ରେମ୍‌ଓ୍ବାର୍କ ଅନୁଯାୟୀ ଜାତୀୟ ଶିକ୍ଷାନୀତି ଲାଗୁ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ତେଲେଙ୍ଗାନାରେ ପୁଣି କୁକୁରଙ୍କୁ ହତ୍ୟା, ୫୦୦ ପରେ ଏବେ ୧୦୦ଜଣଙ୍କୁ ବିଷ ଦେଇ ମାରିଦେଲେ

ହାଇଦ୍ରାବାଦ,୨୧ା୧: ପୁଣିଥରେ ତେଲେଙ୍ଗାନାରେ ବହୁ ସଂଖ୍ୟକ ବୁଲା କୁକୁରଙ୍କୁ ହତ୍ୟା କରାଯାଇଛି । ହାଇଦ୍ରାବାଦରୁ ମାତ୍ର ୫୦ କିଲୋମିଟର ଦୂର ରଙ୍ଗାରେଡ୍ଡି ଜିଲ୍ଲାରେ ୧୦୦ କୁକୁରଙ୍କୁ...

ଜୋମାଟୋ ପ୍ୟାରେଣ୍ଟ କମ୍ପାନୀ ‘ଇଟର୍‌ନାଲ୍‌ CEO ପଦ ଛାଡିଲେ ଦୀପିନ୍ଦର ଗୋୟଲ

ନୂଆଦିଲ୍ଲୀ,୨୧।୧: ଜୋମାଟୋର ପ୍ୟାରେଣ୍ଟ କମ୍ପାନୀ ‘ଇଟର୍‌ନାଲ୍‌’ର ନେତୃତ୍ୱରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କମ୍ପାନୀର ପ୍ରତିଷ୍ଠାତା ଦୀପିନ୍ଦର ଗୋୟଲ ସିଇଓ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ...

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ...

ଭାବପ୍ରବଣ କରିଦେବ ଖବର! ମାଲିକଙ୍କ ମୃତଦେହ ପାଖରେ ରାତିସାରା ବସି ରହିଲା ପୋଷା କୁକୁର, ଅନ୍ତିମ ସଂସ୍କାର ପାଇଁ ୪ କିଲୋମିଟର…

ନୂଆଦିଲ୍ଲୀ,୨୧ା୧: ମଧ୍ୟପ୍ରଦେଶର ଶିବପୁରୀ ଜିଲ୍ଲାରେ ମଣିଷ ଏବଂ ପଶୁମାନଙ୍କ ମଧ୍ୟରେ ଏକ ଅନନ୍ୟ ସମ୍ପର୍କକୁ ଦର୍ଶାଉଥିବା ଏକ ଭିଡିଓ ଇଣ୍ଟରନେଟରେ ଦ୍ରୁତ ଗତିରେ ଭାଇରାଲ ହେଉଛି...

ଏହି ମୋଗଲ ଶାସକ ପ୍ରତିଦିନ ପିଉଥିଲେ ଗଙ୍ଗାଜଳ, କାରଣ ଜାଣିଲେ…

ଗଙ୍ଗାକୁ ବିଶ୍ୱର ସବୁଠାରୁ ପବିତ୍ର ନଦୀ ବୋଲି ବିବେଚନା କରାଯାଏ। ଭାରତରେ ଗଙ୍ଗାକୁ ମାତା ବୋଲି କୁହାଯାଏ। ଧାର୍ମିକ ବିଶ୍ୱାସ ଅନୁଯାୟୀ, ଗଙ୍ଗାରେ ସ୍ନାନ କରିବା...

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri