Posted inରାଜ୍ୟ

ଚଳିତ ଶିକ୍ଷାବର୍ଷରୁ ଉଚ୍ଚଶିକ୍ଷା କ୍ଷେତ୍ରରେ ଆରମ୍ଭ ହେବ ଜାତୀୟ ଶିକ୍ଷା ନୀତି: ୪ ବର୍ଷ ହେବ ସ୍ନାତକ କୋର୍ସ, ୭ ବର୍ଷ ପରେ…

ଭୁବନେଶ୍ୱର,୯।୧୧: ୨୦୨୪-୨୫ ଶିକ୍ଷା ବର୍ଷରେ ଉଚ୍ଚଶିକ୍ଷା କ୍ଷେତ୍ରରେ ଜାତୀୟ ଶିକ୍ଷା ନୀତି-୨୦୨୦ କାର୍ଯ୍ୟକାରୀ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଓଡ଼ିଶା ସରକାର ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟ ଓ ଅନୁବନ୍ଧିତ ମହାବିଦ୍ୟାଳୟ ଗୁଡିକରେ ଏହି ନୂତନ ଶିକ୍ଷାନୀତି ପ୍ରବର୍ତ୍ତନ ପାଇଁ ଅନୁମୋଦନ ଦେଇଛନ୍ତି। ଏହି ପଦକ୍ଷେପ ରାଜ୍ୟର ଶିକ୍ଷା ପ୍ରଣାଳୀରେ ଅନେକ ପରିବର୍ତ୍ତନ ଆଣିବାକୁ ଉଦ୍ଦିଷ୍ଟ ହେବ ବୋଲି ଶନିବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ନୂତନ ଶିକ୍ଷା ନୀତି ୨୦୨୦ ଅନୁଯାୟୀ, ଓଡ଼ିଶାରେ ଚାରି ବର୍ଷର ସ୍ନାତକ କୋର୍ସ ଆରମ୍ଭ ହେବ। ଯେଉଁଥିରେ ପ୍ରତ୍ୟେକ ବର୍ଷ ପରେ ଯୋଗ୍ୟ ଛାତ୍ରମାନଙ୍କୁ ସାର୍ଟିଫିକେଟ, ଡିପ୍ଲୋମା, ଡିଗ୍ରୀ ଓ ଡିଗ୍ରୀ ଅନର୍ସ ପ୍ରଦାନ କରାଯିବ। ୟୁଜିସି ଦ୍ୱାରା ପ୍ରଦତ୍ତ କ୍ରେଡିଟ ଫ୍ରେମୱାର୍କ ଆଧାରରେ ରାଜ୍ୟସ୍ତରୀୟ କ୍ରେଡିଟ ଫ୍ରେମୱର୍କ ପ୍ରସ୍ତୁତ ହୋଇଛି। ଏଥିରେ ଦକ୍ଷତା ବିକାଶ ଓ ଇଣ୍ଟର୍ଣ୍ଣସିପ ପାଇଁ ସୁଯୋଗ ପ୍ରଦାନ ସହିତ ଉପଯୁକ୍ତ କ୍ରେଡିଟ ପ୍ରଦାନ କରାଯାଇଅଛି। କମ୍ୟୁନିଟି ସର୍ଭିସ ଓ Extra Curricular Activities, ଏନ୍‌ସିସି, ଏନ୍‌ଏସ୍‌ଏସ୍‌ ଇତ୍ୟାଦି ପାଇଁ ମଧ୍ୟ କ୍ରେଡିଟ ପ୍ରଦାନ କରାଯିବ। ଏହାଦ୍ୱାରା ଛାତ୍ରଛାତ୍ରୀମାନେ ନିଜ ଇଚ୍ଛାରେ ତାଙ୍କର ବିଷୟ ଗୁଡିକ ଚୟନ କରି ଏକାଧିକ ଥର ପାଇଁ ଉଚ୍ଚ ଶିକ୍ଷା ଅନୁଷ୍ଠାନମାନଙ୍କରେ ପ୍ରବେଶ ଓ ପ୍ରସ୍ଥାନ ସହିତ ୭ ବର୍ଷ ମଧ୍ୟରେ ତାଙ୍କର ଡିଗ୍ରୀ କୋର୍ସକୁ ପୂରଣ କରିପାରିବେ।

ଏହି ଶିକ୍ଷା ନୀତି ଦ୍ୱାରା ରାଜ୍ୟର ଉଚ୍ଚ ଶିକ୍ଷା ବ୍ୟବସ୍ଥାକୁ ଅଧିକ ଗୁଣାତ୍ମକ କରିବାକୁ ପଦକ୍ଷେପ ନିଆଯାଉଛି। ଏଥିରେ ଭିନ୍ନ ଯୋଜନାମାନଙ୍କ ମାଧ୍ୟମରେ ଅନୁସନ୍ଧାନ ଓ ନୂତନତାକୁ ବଢ଼ାଇବା, ପ୍ରାକ୍ଟିକାଲ ଆଧାରିତ ଶିକ୍ଷାକୁ ଓ ଶିଳ୍ପ ସହିତ ଇଣ୍ଟର୍ନସିପ ଆଦି ଦ୍ୱାରା ନିପୁଣତା ବଢ଼ାଇବା ଲକ୍ଷ୍ୟ କରାଯାଉଛି। ପାଠ୍ୟକ୍ରମକୁ ଅଧିକ ରୋଜଗାର ଭିତ୍ତିକ ଏବଂ ଶିଳ୍ପ ଆବଶ୍ୟକତା ଅନୁଯାୟୀ କରାଯିବ। ଏଥିପାଇଁ ବର୍ତ୍ତମାନରେ ୪୦ଟି ସ୍ନାତକ ମୂଳ ବିଷୟ ପାଇଁ ବିସ୍ତୃତ ମଡେଲ ସିଲାବସ୍‌ ସହିତ ୨ଟି ଦକ୍ଷତା ବୃଦ୍ଧି ପାଠ୍ୟକ୍ରମ, ୧୧୨ଟି Multi Disciplinary ପାଠ୍ୟକ୍ରମ, ୧୪ଟି ଧନ୍ଦା ମୂଳକ ପାଠ୍ୟକ୍ରମ, ୫୬ଟି ମୂଲ୍ୟ ଯୁକ୍ତ ପାଠ୍ୟକ୍ରମ ଓ ୮୪ଟି ଦକ୍ଷତା ବୃଦ୍ଧି ପାଠ୍ୟକ୍ରମ ଅନୁମୋଦନ କରାଯାଇଛି। ଏହାଦ୍ୱାରା ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ବିଶ୍ୱବିଦ୍ୟାଳୟଗୁଡ଼ିକ ନୂତନ ସିଲାବସ୍‌ ଏବଂ କ୍ରେଡିଟ୍‌ ଫ୍ରେମ୍‌ଓ୍ବାର୍କ ଅନୁଯାୟୀ ଜାତୀୟ ଶିକ୍ଷାନୀତି ଲାଗୁ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଅମାନିଆ ବାଇକ ଚାଳକଙ୍କୁ ସାବଡ଼ କଲା ଦାରିଙ୍ଗବାଡି ପୋଲିସ, ୮ ବାଇକ ଜବତ

ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ପାର୍ବଣ ଋତୁ ପାଇଁ ବଜାର ଚଳ ଚଞ୍ଚଳ ରହିଛି । ବଜାର ଛକରେ ଏକାଧିକ ଗଣେଶ ମେଢ଼ ରହିଥିବା ବେଳେ ଭିଡ଼ ଲାଗି ରହିଛି…

ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୧୫।୯: ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଚରଣ ଦାସ ମଙ୍ଗଳବାର ଏକ ବଡ଼ ସୂଚନା ଦେଇଛନ୍ତି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଅକ୍ଟୋବରରେ ଓଡ଼ିଶା ଆସିବେ…

କଂଗ୍ରେସରେ ବଡ଼ ସାଙ୍ଗଠନିକ ଅଦଳବଦଳ; ଏମାନଙ୍କୁ ବଡ଼ ସୁଯୋଗ ଦେବେ ରାହୁଲ-ପ୍ରିୟଙ୍କା

ନୂଆଦିଲ୍ଲୀ,୧୫।୯: କଂଗ୍ରେସରେ ସାଙ୍ଗଠନିକ ପୁନର୍ଗଠନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି । ପୁରୁଣା ନେତାଙ୍କ କାର୍ଯ୍ୟଦକ୍ଷତାର ସମୀକ୍ଷା ସହ ଯୁବ ଓ ସକ୍ରିୟ ନେତାଙ୍କୁ ସଂଗଠନରେ ଗୁରୁତ୍ୱପୂର୍ଣ୍ଣ…

ଶୈଳଶ୍ରୀ ପ୍ୟାଲେସ୍‌ରେ ନୂଆଁଖାଇ ପାଳିଲେ ରାଜ ପରିବାର

ବଲାଙ୍ଗୀର, ୧୫/୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ଅବସରରେ ମଙ୍ଗଳବାର ବଲାଙ୍ଗୀର ଶୈଳଶ୍ରୀ ପ୍ୟାଲେସ୍‌ରେ ରାଜପରିବାରର ସଦସ୍ୟମାନେ ନୂଆଁଖାଇ ପାଳନ କରିଥିଲେ। ପ୍ୟାଲେସ୍‌ ପରିସରରେ ଥିବା…

ବଲାଙ୍ଗୀରରେ ନୂଆଁଖାଇ ଉତ୍ସାହ: ମା’ ପାଟଣେଶ୍ୱରୀ, ମା’ ସମଲେଶ୍ୱରୀଙ୍କଠାରେ ନବାନ୍ନ ଅର୍ପଣ

ବଲାଙ୍ଗୀର, ୧୫।୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ପାଇଁ ମଙ୍ଗଳବାର ବଲାଙ୍ଗୀର ଜିଲାର ପୁରପଲ୍ଲୀ ଉତ୍ସବମୁଖର ହୋଇଉଠିଛି। ଜିଲାର ବିଭିନ୍ନ ଗାଁ ଓ ସହରରେ ଉତ୍ସାହ…

ଆଣ୍ଡ୍ରଏଡ୍‌ ୟୁଜର୍ସ ସାବଧାନ! ଫୋନ୍‌ରେ ରହିଛି ଏକାଧିକ ସୁରକ୍ଷା ତ୍ରୁଟି, ତୁରନ୍ତ କରନ୍ତୁ ଏହି କାମ

ନୂଆଦିଲ୍ଲୀ,୧୫।୯: ଆଣ୍ଡ୍ରଏଡ୍‌ ଫୋନ୍‌ ବ୍ୟବହାର କରୁଥିଲେ ସାବଧାନ । ଭାରତ ସରକାରଙ୍କ କମ୍ପ୍ୟୁଟର ଇମର୍ଜେନ୍ସି ରେସପନ୍ସ ଟିମ୍‌ (CERT-In) ପକ୍ଷରୁ ଆଣ୍ଡ୍ରଏଡ୍‌ ୟୁଜର୍ସଙ୍କ ପାଇଁ ହାଇ-ରିସ୍କ ସୁରକ୍ଷା…

ସମ୍ବଲପୁରରେ ପାଳିତ ହେଲା ନୂଆଁଖାଇ; ମା’ ସମଲେଶ୍ୱରୀଙ୍କ ପୀଠରେ ଲାଗି ହେଲା ନବାନ୍ନ

ସମ୍ବଲପୁର,୧୫।୯(ପ୍ରମୋଦ ବହିଦାର): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ପାଇଁ ସାରା ସମ୍ବଲପୁର ଉତ୍ସବମୁଖର ହୋଇଉଠିଛି । ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ…

ଭାରସାମ୍ୟ ହରାଇ ବାଇକ ସହ ଗଛରେ ପିଟିହେଲେ ଯୁବକ, ତାପରେ…..

ଉଦଳା,୧୫।୯(ସନ୍ତୋଷ ବାଛିନୀ): ଭୟଙ୍କର ଦୁର୍ଘଟଣା। ଦୃତଗତିରେ ବାଇକ ଚଲାଇ ଆସୁଥିବା ବେଳେ ଏକ ଗଛରେ ପିଟି ହୋଇ ତଳେ ପଡିଯାଇଥିଲେ ଯୁବକ । ଦୁର୍ଘଟଣା ଏତେ ଭୟଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?