ଏଯାଏ ଛିଣ୍ଡୁନି ଅଙ୍କ, ଚିନ୍ତାରେ ଆଶାୟୀ; ଆଉ ୬-୧୫-୯ ଆସନ ବାକି

ଭୁବନେଶ୍ୱର,୨୭।୪: ନିର୍ବାଚନ ତାରିଖ ପାଖେଇ ଆସିଲେ ହେଁ ରାଜ୍ୟର ୩ ପ୍ରମୁଖ ଦଳ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିନାହାନ୍ତି। ଏଯାବତ ବିଜେଡି ୬, ଭାଜପା ୧୫ ଓ କଂଗ୍ରେସ ୯ ଆସନରେ ପ୍ରାର୍ଥୀ ଦେଇନାହିଁ। ସମୟ କମ୍‌ ଥିବାରୁ ଖୁବଶୀଘ୍ର ବାକି ଥିବା ଆସନରେ ପ୍ରାର୍ଥୀ ଘୋଷଣା ହୋଇପାରେ । ତୃତୀୟ ପର୍ଯ୍ୟାୟରେ ହେବାକୁ ଥିବା କଟକ ଲୋକ ସଭାର ଖଣ୍ଡପଡ଼ା, ଭୁବନେଶ୍ୱର ଲୋକ ସଭାର ବେଗୁନିଆ, ଖୋର୍ଦ୍ଧାରେ ବିଜେଡିର ପ୍ରାର୍ଥୀ ଘୋଷଣା ବାକି ରହିଛି । ସେହିପରି ଶେଷ ପର୍ଯ୍ୟାୟରେ ଭୋଟ ହେବାକୁ ଥିବା ଯାଜପୁରର କୋରେଇ, ବାଲେଶ୍ୱରର ଭୋଗରାଇ, ନୀଳଗିରି ବିଧାନସଭା ପାଇଁ ଟିକେଟ ଘୋଷଣା ବାକି ରହିଛି ।

ଅପରପକ୍ଷେ ଭାଜପା ବସ୍ତା, ଭୋଗରାଇ, ନୀଳଗିରି, ଭଣ୍ଡାରିପୋଖରୀ, ବାସୁଦେବପୁର, ବରୀ, ହିନ୍ଦୋଳ, ବାରବାଟୀ-କଟକ, ସାଲେପୁର, କେନ୍ଦ୍ରାପଡ଼ା, ବେଗୁନିଆ, ଖୋର୍ଦ୍ଧା, ତେଲକୋଇ, ଘଷିପୁରା, ଚମ୍ପୁଆ ପାଇଁ ପ୍ରାର୍ଥୀ ଘୋଷଣା କରିନାହିଁ । ସେହିଭଳି କଂଗ୍ରେସର କଟକ ବାରବାଟୀ, ଜଗତସିଂହପୁର, କାକଟପୁର, ବାଲେଶ୍ୱର, ଜଳେଶ୍ୱର, ଛତ୍ରପୁର, ବଡ଼ଚଣା, ପାଲଲହଡ଼ା ଓ ନୀଳଗିରି ପାଇଁ ଟିକେଟ ଘୋଷଣା ବାକି ରହିଛି । ଏହାକୁ ନେଇ ଆଶାୟୀମାନେ ଚିନ୍ତାରେ ରହିଛନ୍ତି। କେବେ ଦଳର ଅଙ୍କକଷା ସରିବ, କେବେ ପ୍ରାର୍ଥୀ ଘୋଷଣା କରାଯିବ ତା’ ଉପରେ ସମସ୍ତଙ୍କ ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?