ଓଡ଼ିଶା ହେବ ଶିଳ୍ପର କ୍ୟାପିଟାଲ ହବ୍‌: ମୁଖ୍ୟମନ୍ତ୍ରୀ 

ଖୋର୍ଦ୍ଧା/ନିରାକାରପୁର,୩ା୪(ପ୍ରଭାତ ପାଣିଗ୍ରାହୀ/ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ରାଜ୍ୟର ବିକାଶରେ ସର୍ବାଧିକ ଗୁରୁତ୍ୱବହନ କରିବ। ଜିଲାରେ ୬ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ କରାଯାଇଛି। ଏହା ପୂର୍ଣ୍ଣ କାର୍ଯ୍ୟକ୍ଷମ ହେଲେ ଜିଲାରେ ୩୭ହଜାର ବେକାର ଶିକ୍ଷିତ ଯୁବତୀଯୁବକ ନିଯୁକ୍ତି ସୁଯୋଗ ପାଇପାରିବେ। ବିକାଶ କ୍ଷେତ୍ରରେ ଖୋର୍ଦ୍ଧା ଆଗରେ ରହିବ। ଶିଳ୍ପସଂସ୍ଥାରେ ଯୁବଶକ୍ତିଙ୍କ ଆବଶ୍ୟକତା ରହିଛି। ଯୁବବର୍ଗ ହେଉଛନ୍ତି ଶିଳ୍ପ ଅଭିବୃଦ୍ଧିର ଇଞ୍ଜିନ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।
ଗୁରୁବାର ଖୋର୍ଦ୍ଧା ହଳଦୀପଦା ଏବଂ ମୁଣ୍ଡାଆମ୍ବଠାରେ ୧୪ଟି ପ୍ରକଳ୍ପର  ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦ୍‌ଘାଟନ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେଇ  ମୁଖ୍ୟମନ୍ତ୍ରୀ କହିଥିଲେ, ସମୃଦ୍ଧ ଶିଳ୍ପ ସ୍ବପ୍ନ ସାକାର ପାଇଁ ଶିଳ୍ପ ଭିତ୍ତିଭୂମି ଆବଶ୍ୟକତା ରହିଛି। ଶିଳ୍ପ ଉଦ୍ୟୋଗପତିଙ୍କ ସହ ଚୁକ୍ତିନାମା ସ୍ବାକ୍ଷର ପରଠାରୁ ଆମ ସରକାର ନିରନ୍ତର ପ୍ରୟାସ ଜାରି ରଖିଥିଲେ, ତାହାର ପ୍ରଥମ ପାହାଚ ସଫଳ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ, ଦୂରଦୃଷ୍ଟି ଏବଂ ଓଡ଼ିଶା ପ୍ରତି ଭଲପାଇବା ଯୋଗୁ ଓଡ଼ିଶା ଆଜି ଶିଳ୍ପର କ୍ୟାପିଟାଲ ହବ୍‌ ହେବାକୁ ଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ କହିଥିଲେ, ପ୍ରଧାନମନ୍ତ୍ରୀଙ୍କ ଦିଗ୍‌ଦର୍ଶନ ଏବଂ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଆଗାମୀ ଦିନରେ ଓଡ଼ିଶା ଶିଳ୍ପରେ ଏକ ଅଗ୍ରଣୀ ରାଜ୍ୟରେ ପରିଣତ ହେବ। ଦୁଇମାସ ତଳେ ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମରେ ଯେଉଁ ପ୍ରତିଶ୍ରୁତି ସରକାର ଦେଇଥିଲେ, ତାହା ଏଠାରୁ ଶୁଭାରମ୍ଭ ହୋଇଛି। ଶିଳ୍ପର ଅଭିବୃଦ୍ଧି ସହ ସ୍ଥାନୀୟ ଯୁବକଙ୍କୁ ନିଯୁକ୍ତି ସୃଷ୍ଟି ଲକ୍ଷ୍ୟ ରହିଛି। ବିକାଶର ପ୍ରଗତିପଥରେ ଯୁବବର୍ଗ ଏବଂ ମହିଳାଙ୍କୁ ସହଭାଗୀ ହେବାକୁ ମନ୍ତ୍ରୀ ସ୍ବାଇଁ ଆହ୍ବାନ କରିଥିଲେ। ଆଗକୁ ଓଡ଼ିଶାରେ ଏଫ୍‌ଡିଆଇ ପାର୍କ ପାଇଁ ସିଙ୍ଗାପୁର ସରକାରଙ୍କ ସହ ମଧ୍ୟ ଆଲୋଚନା କରାଯାଇଛି। ୨୦୪୭ ସୁଦ୍ଧା ପ୍ରଧାନମନ୍ତ୍ରୀଙ୍କ ବିକଶିତ ଭାରତ ସ୍ବପ୍ନକୁ ଓଡ଼ିଶା ସାକାର ରୂପ ଦେବା ସହ ୨୦୩୬ ସୁଦ୍ଧା ସମୃଦ୍ଧ, ପ୍ରଗତିଶୀଳ ଓଡ଼ିଶା ଗଠନ ଲକ୍ଷ୍ୟ ରହିଛି। ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, ଜଟଣୀ ବିଧାୟକ ବିଭୂତି ଭୂଷଣ ବଳବନ୍ତରାୟ ଓ ଶିଳ୍ପ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ।
ଗୁରୁବାର ମଧ୍ୟାହ୍ନରେ ମୁଖ୍ୟମନ୍ତ୍ରୀ ହଳଦୀପଦା ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇ ସଭାସ୍ଥଳକୁ ଆସିଥିଲେ। ଏହି ଅବସରରେ ଭାଜପା ନେତା, କର୍ମୀମାନେ ମୁଖ୍ୟମନ୍ତ୍ରୀଙ୍କୁ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା ଜଣାଇ ସଭାସ୍ଥଳକୁ ପାଛୋଟି ନେଇଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri