ଓଡ଼ିଶା ହେବ ଶିଳ୍ପର କ୍ୟାପିଟାଲ ହବ୍‌: ମୁଖ୍ୟମନ୍ତ୍ରୀ 

ଖୋର୍ଦ୍ଧା/ନିରାକାରପୁର,୩ା୪(ପ୍ରଭାତ ପାଣିଗ୍ରାହୀ/ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ରାଜ୍ୟର ବିକାଶରେ ସର୍ବାଧିକ ଗୁରୁତ୍ୱବହନ କରିବ। ଜିଲାରେ ୬ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ କରାଯାଇଛି। ଏହା ପୂର୍ଣ୍ଣ କାର୍ଯ୍ୟକ୍ଷମ ହେଲେ ଜିଲାରେ ୩୭ହଜାର ବେକାର ଶିକ୍ଷିତ ଯୁବତୀଯୁବକ ନିଯୁକ୍ତି ସୁଯୋଗ ପାଇପାରିବେ। ବିକାଶ କ୍ଷେତ୍ରରେ ଖୋର୍ଦ୍ଧା ଆଗରେ ରହିବ। ଶିଳ୍ପସଂସ୍ଥାରେ ଯୁବଶକ୍ତିଙ୍କ ଆବଶ୍ୟକତା ରହିଛି। ଯୁବବର୍ଗ ହେଉଛନ୍ତି ଶିଳ୍ପ ଅଭିବୃଦ୍ଧିର ଇଞ୍ଜିନ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।
ଗୁରୁବାର ଖୋର୍ଦ୍ଧା ହଳଦୀପଦା ଏବଂ ମୁଣ୍ଡାଆମ୍ବଠାରେ ୧୪ଟି ପ୍ରକଳ୍ପର  ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦ୍‌ଘାଟନ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେଇ  ମୁଖ୍ୟମନ୍ତ୍ରୀ କହିଥିଲେ, ସମୃଦ୍ଧ ଶିଳ୍ପ ସ୍ବପ୍ନ ସାକାର ପାଇଁ ଶିଳ୍ପ ଭିତ୍ତିଭୂମି ଆବଶ୍ୟକତା ରହିଛି। ଶିଳ୍ପ ଉଦ୍ୟୋଗପତିଙ୍କ ସହ ଚୁକ୍ତିନାମା ସ୍ବାକ୍ଷର ପରଠାରୁ ଆମ ସରକାର ନିରନ୍ତର ପ୍ରୟାସ ଜାରି ରଖିଥିଲେ, ତାହାର ପ୍ରଥମ ପାହାଚ ସଫଳ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ, ଦୂରଦୃଷ୍ଟି ଏବଂ ଓଡ଼ିଶା ପ୍ରତି ଭଲପାଇବା ଯୋଗୁ ଓଡ଼ିଶା ଆଜି ଶିଳ୍ପର କ୍ୟାପିଟାଲ ହବ୍‌ ହେବାକୁ ଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ କହିଥିଲେ, ପ୍ରଧାନମନ୍ତ୍ରୀଙ୍କ ଦିଗ୍‌ଦର୍ଶନ ଏବଂ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଆଗାମୀ ଦିନରେ ଓଡ଼ିଶା ଶିଳ୍ପରେ ଏକ ଅଗ୍ରଣୀ ରାଜ୍ୟରେ ପରିଣତ ହେବ। ଦୁଇମାସ ତଳେ ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମରେ ଯେଉଁ ପ୍ରତିଶ୍ରୁତି ସରକାର ଦେଇଥିଲେ, ତାହା ଏଠାରୁ ଶୁଭାରମ୍ଭ ହୋଇଛି। ଶିଳ୍ପର ଅଭିବୃଦ୍ଧି ସହ ସ୍ଥାନୀୟ ଯୁବକଙ୍କୁ ନିଯୁକ୍ତି ସୃଷ୍ଟି ଲକ୍ଷ୍ୟ ରହିଛି। ବିକାଶର ପ୍ରଗତିପଥରେ ଯୁବବର୍ଗ ଏବଂ ମହିଳାଙ୍କୁ ସହଭାଗୀ ହେବାକୁ ମନ୍ତ୍ରୀ ସ୍ବାଇଁ ଆହ୍ବାନ କରିଥିଲେ। ଆଗକୁ ଓଡ଼ିଶାରେ ଏଫ୍‌ଡିଆଇ ପାର୍କ ପାଇଁ ସିଙ୍ଗାପୁର ସରକାରଙ୍କ ସହ ମଧ୍ୟ ଆଲୋଚନା କରାଯାଇଛି। ୨୦୪୭ ସୁଦ୍ଧା ପ୍ରଧାନମନ୍ତ୍ରୀଙ୍କ ବିକଶିତ ଭାରତ ସ୍ବପ୍ନକୁ ଓଡ଼ିଶା ସାକାର ରୂପ ଦେବା ସହ ୨୦୩୬ ସୁଦ୍ଧା ସମୃଦ୍ଧ, ପ୍ରଗତିଶୀଳ ଓଡ଼ିଶା ଗଠନ ଲକ୍ଷ୍ୟ ରହିଛି। ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, ଜଟଣୀ ବିଧାୟକ ବିଭୂତି ଭୂଷଣ ବଳବନ୍ତରାୟ ଓ ଶିଳ୍ପ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ।
ଗୁରୁବାର ମଧ୍ୟାହ୍ନରେ ମୁଖ୍ୟମନ୍ତ୍ରୀ ହଳଦୀପଦା ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇ ସଭାସ୍ଥଳକୁ ଆସିଥିଲେ। ଏହି ଅବସରରେ ଭାଜପା ନେତା, କର୍ମୀମାନେ ମୁଖ୍ୟମନ୍ତ୍ରୀଙ୍କୁ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା ଜଣାଇ ସଭାସ୍ଥଳକୁ ପାଛୋଟି ନେଇଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…

ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର…

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ଲଗାଣ ବର୍ଷାରେ କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ କଲେ କେନ୍ଦୁଝର MP, ପୀଡ଼ିତଙ୍କୁ ଶୀଘ୍ର…

ବଞ୍ଚୋ, ୧।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ହୋଇଥିବା କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିବା ପାଇଁ କେନ୍ଦୁଝର MP ଅନନ୍ତ ନାୟକ…

ରାଧାରାଣୀଙ୍କୁ ଝୁରୁଛି ଗାଁ ମାଟି: ଅବଦାନ-ସଂଗ୍ରାମୀ ଭୂମିକାକୁ ମନେ ପକାଇଲେ…

ଦିଗପହଣ୍ଡି, ୧ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟସ୍ଥ ରୋହି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ରାଧାରାଣୀ ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶନିବାର…

ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri