ଆଳୁ ଉତ୍ପାଦନରେ ଆତ୍ମନିର୍ଭର ହେବ ଓଡ଼ିଶା: ତିନି ଲକ୍ଷ କ୍ଵିଣ୍ଟାଲ୍ ଆଳୁ ବାଣ୍ଟିବେ ସରକାର, ଏହି ନମ୍ବରରେ ୧୫୫୩୩୩…

ଭୁବନେଶ୍ୱର,୨୪।୧୦: ଓଡ଼ିଶାକୁ ଆଳୁ ଉତ୍ପାଦନରେ ଆତ୍ମନିର୍ଭରଶୀଳ କରିବା ଅଭିଯାନରେ ରାଜ୍ୟ ସରକାର ଚଳିତ ବର୍ଷ ୫୦ ହଜାରରୁ ଉର୍ଦ୍ଧ୍ବ ଏକର ଚାଷଜମିରେ ଆଳୁଚାଷ କରିବା ପାଇଁ ଯୋଜନା କରିଛନ୍ତି।

ଗୁରୁବାର ଲୋକସେବା ଭବନରେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ସିଂହଦେଓ ଚାଷୀଙ୍କୁ ଆଗୁଆ ୩ ଲକ୍ଷ କ୍ଵିଣ୍ଟାଲ୍ ଉନ୍ନତ ମାନର ପ୍ରାମାଣିକ ଆଳୁ ବିହନ ଯୋଗାଇ ଦେବା ପାଇଁ କୃଷି ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।

ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ଯେ, ନଭେମ୍ବର ମାସର ପ୍ରଥମ ସପ୍ତାହରୁ ବ୍ଲକ ଆବଶ୍ୟକତା ଅନୁଯାୟୀ ଏହି ଆଳୁ ବିହନ ଯୋଗାଣ କାର୍ଯ୍ୟ ଆରମ୍ଭ କରାଯିବ। ସମସ୍ତ ଜିଲାକୁ ସେମାନଙ୍କ ଆବଶ୍ୟକ ବିହନ ପରିମାଣର ତଥ୍ୟ ତୁରନ୍ତ କୃଷି ବିଭାଗକୁ ପ୍ରେରଣ କରିବାକୁ କୁହାଯାଇଛି।

ଏହି ବୈଠକରେ କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଅରବିନ୍ଦ କୁମାର ପାଢ଼ୀ, କୃଷି ନିର୍ଦ୍ଦେଶକ ଶୁଭମ ସକ୍ସେନା ଏବଂ ଉଦ୍ୟାନ କୃଷି ନିର୍ଦ୍ଦେଶକ କାଲୁଙ୍ଗେ ଗୋରଖ ୱାମନ ଉପସ୍ଥିତ ଥିଲେ।

ସେହିପରି ଅନ୍ୟାନ୍ୟ ଚାଷ ପାଇଁ ଯଥା, ପିଆଜ: ୬୦୦୦ ହେକ୍ଟର ଜମିରେ ୬୦୦ କ୍ଵିଣ୍ଟାଲ୍, ଲଙ୍କା: ୧୦୦୦ ହେକ୍ଟର ଜମିରେ ୧୦୦ କ୍ଵିଣ୍ଟାଲ୍, ରସୁଣ: ୩୦୦ ହେକ୍ଟର ଜମିରେ ୭୫୦୦ କ୍ଵିଣ୍ଟାଲ୍ ବିହନ ପ୍ରଦାନ କରାଯିବ।

ବିହନ ଅଭାବ କିମ୍ବା ସହାୟତା ଆବଶ୍ୟକ କରୁଥିବା ଚାଷୀମାନେ କୃଷି ବିଭାଗର ହେଲ୍ପଲାଇନ୍ ନମ୍ବର ୧୫୫୩୩୩ ରେ କିମ୍ବା ନିକଟସ୍ଥ ଉଦ୍ୟାନ କୃଷି ଅଧିକାରୀଙ୍କୁ ଯୋଗାଯୋଗ କରିବା ପାଇଁ ଅନୁରୋଧ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରୁଥିଲେ ସହନିର୍ଦ୍ଦେଶକ,ଜଣାପଡ଼ିବା ପରେ ଘଟିଲା…

ଭୁବନେଶ୍ୱର,୧୬।୯ (ପ୍ରସନଜିତ ସାହୁ):ଧାରାବାହିକ ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରି ତାଙ୍କ ଫଟୋ ଭାଇରାଲ ଘଟଣା ସାମ୍ନାକୁ ଆସିଛି। ଏନେଇ ସମ୍ପୃକ୍ତ ଅଭିନେତ୍ରୀ ଥାନାରେ ଅଭିଯୋଗ କରିବା ପରେ…

୬ଥର ପାଇଁ ଦାରା ସିଂଙ୍କ ମୁକ୍ତି ଆବେଦନ ଖାରଜ

ଭୁବନେଶ୍ୱର,୧୬ା୯(ସୁନିତ୍‌ ମିଶ୍ର): ଗ୍ରାହାମ୍‌ ଷ୍ଟେନ୍ସ ଏବଂ ତାଙ୍କ ୨ପୁଅ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଦାରା ସିଂଙ୍କୁ ଜେଲରୁ ମୁକ୍ତି ଦେବାକୁ କରାଯାଇଥିବା କ୍ଷମା ପ୍ରାର୍ଥନା ଉପରେ…

ଡିଜିପି ଚୟନ: ଆଜି ସୁପ୍ରିମକୋର୍ଟରେ ଶୁଣାଣି

ଭୁବନେଶ୍ୱର, ୧୬।୯(ସୁନିତ୍‌ ମିଶ୍ର): ଓଡ଼ିଶାର ଡିଜିପି ଚୟନ ନେଇ ବୁଧବାର ସୁପ୍ରିମକୋର୍ଟରେ ଶୁଣାଣି ହେବ। ପ୍ରଧାନ ବିଚାରପତି ସୂର୍ଯ୍ୟ କାନ୍ତ, ବିଚାରପତି ଜୟମାଲ୍ୟ ବାଗ୍‌ଚୀ ଏବଂ ଭି.ମୋହନଙ୍କ…

ଆଜିଠୁ ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଝଡ଼ବର୍ଷା!ଏହି ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ): ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ଖରାଦିନ ଭଳି ସକାଳୁ ଟାଇଁ ଟାଇଁ ଖରା ସାଧାରଣ…

ବିତ୍ତୀୟ ନିଅଣ୍ଟ ୨୩,୬୫୦ କୋଟିରୁ ଊର୍ଦ୍ଧ୍ୱ

ଭୁବନେଶ୍ୱର,୧୬।୯ (ରବିନାରାୟଣ ଜେନା): ରାଜ୍ୟର ଆର୍ଥିକ ପରିସ୍ଥିତିରେ ସୁଧାର ଆସୁନାହିଁ। କେନ୍ଦ୍ରୀୟ ଅନୁଦାନ ହାର ବର୍ଷକୁ ବର୍ଷ କମୁଥିବାବେଳେ ରାଜ୍ୟର ନିଜସ୍ବ ଉତ୍ସରୁ କମ୍‌ ପରିମାଣ ରାଜସ୍ବ…

ଆସାମ, ମିଜୋରାମ, ମହାରାଷ୍ଟ୍ର ଯିବ ଏସ୍‌ଟିଏଫ୍‌ ଟିମ୍‌

ଭୁବନେଶ୍ୱର,୧୬।୯(ତ୍ରିନାଥ ମହାନ୍ତି): ୨୦୨୨ ମସିହାରେ ଆସାମର କାଚାର ଜିଲାରୁ ୨ଟି ଶାବକ ଓରାଙ୍ଗଉଟାନ ଉଦ୍ଧାର ହୋଇଥିଲା। ୨୦୨୩ ଅକ୍ଟୋବରରେ ମିଜୋରାମର ଆଇଜଲ ଜିଲାରୁ ଗୋଟିଏ ଓରାଙ୍ଗଉଟାନ ଉଦ୍ଧାର…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?