ଆନ୍ଧ୍ର ସ୍କୁଲରେ ତାଲା ପକାଇବ ଓଡ଼ିଶା

ପାରଳାଖେମୁଣ୍ଡି,୧୯ା୨: ଗଜପତି ଜିଲା କାଶୀନଗର ତହସିଲ ହାଡୁଭାଙ୍ଗୀ ମୌଜା ଖାତା ନଂ.୮୨ (ପ୍ଲଟ୍‌ ନଂ.୮୧୩)ରେ ରହିଛି ଆନ୍ଧ୍ରର ଏକ ସରକାରୀ ବିଦ୍ୟାଳୟ। ମଣ୍ଡଳ ପରିଷଦ ଉନ୍ନୀତ ପାଠଶାଳା ନାମରେ ଏହି ବିଦ୍ୟାଳୟ ୧୯୭୪ ପୂର୍ବରୁ ପ୍ରତିଷ୍ଠା ହୋଇଥିବା ଜଣାପଡିଛି। ସ୍କୁଲରେ ପ୍ରଥମରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ର ପଢୁଛନ୍ତି। ଆନ୍ଧ୍ର ଶିକ୍ଷା ବିଭାଗ ଅଧୀନରେ ପରିଚାଳିତ ହେଉଛି। ଏହି ଜମିଟି ଏକ ରୟତି ଜମି ଏବଂ ଏହାର ମାଲିକ ଭାବେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ସମେତ ଅନ୍ୟମାନଙ୍କ ନାମ ରହିଛି। ବର୍ତ୍ତମାନ ସୀମା ବିବାଦ ତେଜିବା ପରେ ଜିଲା ପ୍ରଶାସନ ବିଦ୍ୟାଳୟକୁ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ସ୍କୁଲ ହୋଇଥିବା ଜମି ସମ୍ପୂର୍ଣ୍ଣ ଓଡ଼ିଶାର ବୋଲି ଉପଜିଲାପାଳ ସଂଗ୍ରାମ ପଣ୍ଡା ଶୁକ୍ରବାର ଗଣମାଧ୍ୟମକୁ କହିଛନ୍ତି। ତେବେ ବିଦ୍ୟାଳୟ ନିର୍ମାଣ ପାଇଁ ଜଣେ ବଦାନ୍ୟ ବ୍ୟକ୍ତି ଏହି ଜମି ଆନ୍ଧ୍ରକୁ ଦାନ କରିଥିଲେ। ମାତ୍ର ଓଡ଼ିଶାର କୌଣସି ସ୍ଥାନରେ ଆନ୍ଧ୍ର ସରକାର ବିଦ୍ୟାଳୟ ଚଳାଇ ପାରିବ ନାହିଁ ବୋଲି ରୋକ୍‌ଠୋକ ଭାବେ କହିଛନ୍ତି ଉପଜିଲାପାଳ ପଣ୍ଡା। ଏପରି କି ଉକ୍ତ ସ୍କୁଲକୁ ଗଜପତି ଜିଲା ପ୍ରସାଶନ ତୁରନ୍ତ ତାଲା ପକାଇବ ବୋଲି ସେ ସୂଚନା ଦେଇଛନ୍ତି। ଏହି ସ୍ଥାନକୁ ଆନ୍ଧ୍ର କୌଶଲ୍ୟପୁରମ୍‌ ବୋଲି ଘୋଷଣା କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ

କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri