Posted inରାଜ୍ୟ

ଡାଲି ଜାତୀୟ ଫସଲରେ ଆତ୍ମନିର୍ଭର ହେବ ଓଡ଼ିଶା, ଏପରି ରହିଛି ସରକାରୀ ଟାର୍ଗେଟ

ନୂଆଦିଲ୍ଲୀ,୨୪।୧୦: ଡାଲି ଜାତୀୟ ଫସଲ ଉତ୍ପାଦନରେ ଭାରତକୁ ଆତ୍ମନିର୍ଭର କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନରେ ଅନୁପ୍ରାଣିତ ହୋଇ ଓଡ଼ିଶାକୁ ଡାଲିର “ବିହନ କେନ୍ଦ୍ର” (Seed Hub) ରେ ପରିଣତ କରିବାକୁ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଲକ୍ଷ୍ୟ ରଖିଛନ୍ତି।

ଗୁରୁବାର ଲୋକସେବା ଭବନରେ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ସଘନ କୃଷି କାର୍ଯ୍ୟକ୍ରମ ବୈଠକରେ ଡାଲି କ୍ଷେତ୍ରରେ ଆତ୍ମନିର୍ଭରଶୀଳତା ଉପରେ ଗୁରୁତ୍ୱ ଦିଆଯାଇଥିଲା। ରାଜ୍ୟରେ କ୍ଲଷ୍ଟର ପଦ୍ଧତି ମାଧ୍ୟମରେ ହରଡ଼, କଳା ଚଣା ଏବଂ ଅନ୍ୟାନ୍ୟ ଡାଲି ଚାଷକୁ ପ୍ରୋତ୍ସାହିତ କରିବାକୁ ନିଷ୍ପତ୍ତି ନିଆଯାଇଛି।

ବୈଠକରେ ICRISAT ଦ୍ୱାରା ବିକଶିତ ଏକ ନୂତନ ହରଡ଼ ପ୍ରଜାତି ICPV25444 ଉପରେ ଆଲୋଚନା କରାଯାଇଥିଲା, ଯାହାର ବିଶେଷତ୍ଵ ହେଲା, ଏହା ଯେକୌଣସି ଋତୁରେ ଚାଷ କରାଯାଇପାରିବ। ଏହା ୪୫° ସେଲସିୟସ୍ ପର୍ଯ୍ୟନ୍ତ ତୀବ୍ର ଗରମ ସହନ କରିବାର କ୍ଷମତା ରହିଛି। ୧୨୦ ଦିନ ମଧ୍ୟରେ ଉଚ୍ଚ ଅମଳକ୍ଷମ ଉତ୍ପାଦନ ଦେଇପାରିବ।

ଉପ-ମୁଖ୍ୟମନ୍ତ୍ରୀ ଏହି ନୂତନ କିସମ ସହିତ ଓଡ଼ିଶା ରାଜ୍ୟ ବିହନ ନିଗମ ଲିମିଟେଡ୍ ଦ୍ୱାରା ପୁନରୁଦ୍ଧାର କରାଯାଉଥିବା ଡଙ୍ଗରରାଣୀ ଏବଂ କାନ୍ଦୁଲ ଭଳି ପାରମ୍ପରିକ ଓ ବିଲୁପ୍ତପ୍ରାୟ କିସମଗୁଡ଼ିକୁ ମଧ୍ୟ ଚାଷ କରିବାକୁ ପରାମର୍ଶ ଦେଇଛନ୍ତି।

ବୈଠକରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପ୍ରମୁଖ ଶାସନ ସଚିବ ଡକ୍ଟର ଅରବିନ୍ଦ କୁମାର ପାଢୀଙ୍କ ସମେତ ICRISAT ଓ ICARDA ର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

ସିକେ ନାଇଡୁ ଟ୍ରଫି: ଓଡ଼ିଶା-ବେଙ୍ଗଲ ମୁକାବିଲା

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ଆସନ୍ତା ୬ତାରିଖରୁ ବରଗଡ଼ କ୍ରିଷ୍ଣା ବିକାଶ କ୍ରିକେଟ୍‌ ଗ୍ରାଉଣ୍ଡରେ  ଓଡ଼ିଶା-ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ବୟସ ସି.କେ. ନାଇଡୁ ଟ୍ରଫିର ଇଲାଇଟ୍‌ ଗ୍ରୁପ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

‘ମନବଳ ଦୃଢ଼ ହେଲେ ହାରିବ କ୍ୟାନସର’

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ବିଶ୍ୱ କର୍କଟ ଦିବସ ଅବସରରେ ବୁଧବାର ବରଗଡ଼ ଫାଇଟର୍ସ ଗ୍ରୁପ୍‌ ପକ୍ଷରୁ ଏକ କର୍କଟ ସଚେତନତା ପଦଯାତ୍ରା ଓ ସଭା ଆୟୋଜିତ ହୋଇଯାଇଛି। ଏହି…

ବାପାଙ୍କୁ ଥଣ୍ଡା ପାନୀୟରେ ପାଇଖାନା ସଫା ଏସିଡ୍‌ ମିଶାଇ ପିଇବାକୁ ଦେଲେ ପୁଅ, ପରେ ପନିକିରେ ଗଳାକାଟି…

ବିଷମକଟକ,୪ା୨(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ସହରର ବ୍ରାହ୍ମଣ ସାହି ଅଞ୍ଚଳରେ ଘଟିଥିବା ଏକ ନିର୍ମମ ହତ୍ୟାକାଣ୍ଡ ସାରା ଅଞ୍ଚଳକୁ ଚକିତ କରିଦେଇଛି। ନିଜ ବାପାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri