ମାଡ଼ି ଆସୁଛି ବାତ୍ୟା

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ବାତ୍ୟା ହେବା ନେଇ ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ମଙ୍ଗଳବାର ସ୍ପଷ୍ଟ କରିଛନ୍ତି। ସେ କହିଛନ୍ତି, ଡିସେମ୍ବର ୪ ତାରିଖ (ଶନିବାର) ସକାଳେ ବାତ୍ୟା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ମଧ୍ୟରେ ସ୍ଥଳଭାଗ ଛୁଇଁବ। ଏହା ପ୍ରଭାବରେ ୩ ତାରିଖ ରାତିରୁ ବର୍ଷା ଆରମ୍ଭ ହୋଇଯିବ। ମଙ୍ଗଳବାର ପୂର୍ବାହ୍ନରେ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା କାଳକ୍ରମେ ପଶ୍ଚିମ-ଉତ୍ତର ପଶ୍ଚିମ ଗତିକରି ୨ ତାରିଖରରେ ଡିପ୍ରେଶନ ପରିଣତ ହେବ। ୩ ତାରିଖ ରାତିରୁ ଓଡ଼ିଶା ଉପକୂଳରେ ବର୍ଷା ଆରମ୍ଭ ହୋଇଯିବ। ୩ ତାରିଖ ମଧ୍ୟରାତ୍ରରୁ ପବନର ବେଗ ବଢ଼ିବ। ଘଣ୍ଟା ପ୍ରତି ୪୫ରୁ ୫୦ କିମି ବେଗରେ ପବନ ବହିବ। ୪ ତାରିଖ ସକାଳେ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳରେ ପହଞ୍ଚିବ। ତେବେ ଉପକୂଳରେ ପହଞ୍ଚିଲେ ବି ଏହା ତୁରନ୍ତ ସ୍ଥଳଭାଗ ଛୁଇଁ ନ ପାରେ। ଉପକୂଳ ଛୁଇଁବା ପରେ ବାତ୍ୟା ଉତ୍ତର-ଉତ୍ତରପୂର୍ବ ଦିଗକୁ ଗତି କରିବ। ତାଙ୍କ ସୂଚନା ଅନୁଯାୟୀ, ବାତ୍ୟାର ପ୍ରଭାବ ଉପକୂଳ ଓଡ଼ିଶାରେ ଅଧିକ ରହିବ। ପ୍ରଥମେ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବ। କାଳକ୍ରମେ ଉତ୍ତର ଉପକୂଳରେ ବର୍ଷାର ପରିମାଣ ବଢ଼ିବ। ୩ରୁ ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିବ। ୪ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୫ ତାରିଖରେ କିଛି ଜାଗାରେ ପ୍ରବଳ ବର୍ଷା ହୋଇପାରେ। ବାତ୍ୟା ସିଭିୟର ସାଇକ୍ଲୋନିକ ଷ୍ଟର୍ମର ରୂପ ନେଇପାରେ ବୋଲି ସେ କହିଛନ୍ତି। ତା’ସହିତ ସମୁଦ୍ର ମଧ୍ୟକୁ ଯାଇଥିବା ମତ୍ସ୍ୟଜୀବୀଙ୍କୁ ଡିସେମ୍ବର ୨ ତାରିଖ ସୁଦ୍ଧା ଫେରି ଆସିବାକୁ ସେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

ସାଢ଼େ ୯ ବର୍ଷ ପରେ ଶତକ ହାସଲ କରି ଇତିହାସ ରଚିଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୧୦।୧୦: ଦକ୍ଷିଣ ଆଫ୍ରିକା ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଡର୍ବାନର କିଙ୍ଗସମିଡ ଷ୍ଟାଡିୟମରେ ଚାଲିଛି। ଅଷ୍ଟ୍ରେଲିଆର ମଧ୍ୟ-କ୍ରମ ବ୍ୟାଟର ମ୍ୟାଟ ରେନଶ’ ଏହି ମ୍ୟାଚରେ…

CJP ବିରୋଧ ମଧ୍ୟରେ ରାହୁଲ ଗାନ୍ଧୀଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ: ’…ଗଣତନ୍ତ୍ରର ସୁଧାର ପୁନର୍ବାର ଆରମ୍ଭ ହେବ’

ନୂଆଦିଲ୍ଲୀ,୧୦।୧୦: CJP ବିରୋଧ ପ୍ରଦର୍ଶନ ମଧ୍ୟରେ, ରାହୁଲ ଗାନ୍ଧୀ ଗତକାଲି ‘ଇଣ୍ଡିଆ’ (INDIA) ମେଣ୍ଟର ନେତାମାନଙ୍କ ସହ ଏକ ବୈଠକ କରିଥିଲେ ଏବଂ ସେଥିରେ ମୋଦି ସରକାରଙ୍କୁ…

ଉଠୁଛି ପଡୁଛି ସାରାଦେଶ: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବି ବରଗଡ଼ରେ ତୀବ୍ର ଆନ୍ଦୋଳନ

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ଭୋଟ୍‌ ଚୋରି ଅଭିଯୋଗ ନେଇ ସାରାଦେଶ ଉଠୁଛି ଓ ପଡୁଛି। ଏଭଳି ଅଭିଯୋଗ ନେଇ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନଶ କୁମାରଙ୍କ ଇସ୍ତଫା ଦାବିରେ…

‘ଅଙ୍ଗୁର ଖଟା’, CJP ବିରୋଧ ପ୍ରଦର୍ଶନ ମଧ୍ୟରେ କାହିଁକି ଏପରି କହିଲେ କଙ୍ଗନା ରାନାଓ୍ବତ? ବୟାନ ହେଲାଣି ଭାଇରାଲ

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀର ଜନ୍ତର ମନ୍ତର ଠାରେ କଂଗ୍ରେସ ଦଳ ଦ୍ୱାରା ଆୟୋଜିତ ବିକ୍ଷୋଭ ଏବଂ ତା’ପରେ ରାଷ୍ଟ୍ରପତିଙ୍କ ସହ ରାହୁଲ ଗାନ୍ଧୀଙ୍କ ସାକ୍ଷାତକୁ ନେଇ ଭାଜପା ସାଂସଦ…

ନବରାତ୍ରୀରେ ବିରଳ ସଂଯୋଗ: ସିଂହ, ତୁଳା ସମେତ ୫ ରାଶି ଉପରେ ଧନବର୍ଷା! ମିଳିବ ବଡ଼ ଚାକିରିର ଅଫର୍‌

ଶାରଦୀୟ ନବରାତ୍ରୀର ପ୍ରତିପଦା ତିଥିରେ ସୂର୍ଯ୍ୟୋଦୟ ସମୟରେ ହସ୍ତା ନକ୍ଷତ୍ର ଏବଂ ଶୁକ୍ଳ ଯୋଗ ରହିବ। ବୃହସ୍ପତି ଓ ଚନ୍ଦ୍ରଙ୍କ ମଧ୍ୟରେ ଗଜକେଶରୀ ଯୋଗ ପ୍ରଭାବଶାଳୀ ରହିବ।…

ଏବେ କିଏ ନେବେ CJPର ନେତୃତ୍ୱ? ଏକ୍ସରେ ଅଭିଜିତ ଦୀପକେ କହିଲେ ‘ବର୍ତ୍ତମାନ…’

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀ ପୋଲିସ ଦ୍ୱାରା ଦଳର ନେତା ଅଭିଜିତ ଦୀପକେ, ସୌରଭ ଦାସ ଏବଂ ଆଶୁତୋଷ ରଙ୍କାଙ୍କୁ ଅଟକ ରଖାଯିବା ପରେ ‘କକରୋଚ ଜନତା ପାର୍ଟି’ (CJP)…

IND vs WI, 3rd T20 Playing-11: ଶୋଚନୀୟ ପରାଜୟ ପରେ ଭାରତୀୟ ଦଳରେ ପରିବର୍ତ୍ତନ; ଏହି ଅଲରାଉଣ୍ଡରଙ୍କ ସ୍ଥାନ ନେବେ …

ନୂଆଦିଲ୍ଲୀ,୧୦।୧୦: ଦ୍ୱିତୀୟ ଟି-୨୦ ମ୍ୟାଚରେ ୱେଷ୍ଟ ଇଣ୍ଡିଜ ବ୍ୟାଟରମାନେ ଭାରତୀୟ ବୋଲରଙ୍କୁ ନିର୍ଦ୍ଦୟ ଭାବେ ପ୍ରହାର କରିଥିଲେ। ଭାରତ ୨୫୦ ରନର ସ୍କୋରକୁ ରକ୍ଷା କରିବାରେ ବିଫଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?