୫୧ ପଦକ ସହ ଶୀର୍ଷରେ ଓଡ଼ିଶା

ଭୁବନେଶ୍ୱର, ୧୧।୧(ବ୍ୟୁରୋ): ଦକ୍ଷତା ବିକାଶ କ୍ଷେତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ହୋଇପାରିଛି। ନୂଆଦିଲ୍ଲୀସ୍ଥିତ ତାଲକଟୋରା ଇନ୍‌ଡୋର୍‌ ଷ୍ଟାଡିୟମଠାରେ ଆୟୋଜିତ ଇଣ୍ଡିଆ ସ୍କିଲ୍ସ ୨୦୨୧ ପ୍ରତିଯୋଗିତାରେ ସର୍ବାଧିକ ପଦକ ଜିତି ସ୍କିଲ-ଇନ୍‌-ଓଡ଼ିଶା ପ୍ରତିଯୋଗୀ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। କୌଶଳ ବିକାଶ ଏବଂ ଉଦ୍ୟମିତା ମନ୍ତ୍ରଣାଳୟ ଅଧୀନ ରାଷ୍ଟ୍ରୀୟ କୌଶଳ ବିକାଶ ନିଗମ ଦ୍ୱାରା ଜାନୁୟାରୀ ୬ରୁ ୧୦ ପର୍ଯ୍ୟନ୍ତ ଏହି ପ୍ରତିଯୋଗିତା ଚାଲିଥିଲା। ଓଡ଼ିଶା ୧୦ ସ୍ବର୍ଣ୍ଣ , ୧୮ ରୌପ୍ୟ, ୯ କାଂସ୍ୟ ପଦକ ଓ ୧୪ ମେଡାଲିୟନ ଅଫ୍‌ ଏକ୍ସଲେନ୍ସ ସହ ମୋଟ ୫୧ଟି ପଦକ ହାସଲ କରି ଶୀର୍ଷ ସ୍ଥାନରେ ରହିଛି। ସ୍ବର୍ଣ୍ଣ ପଦକ ବିଜେତାଙ୍କୁ ୧ ଲକ୍ଷ, ରୌପ୍ୟ ବିଜେତାଙ୍କୁ ୭୫ ହଜାର ଏବଂ କାଂସ୍ୟ ପଦକ ବିଜେତାଙ୍କୁ ୫୦ ହଜାର ଟଙ୍କାର ଆର୍ଥିକ ପୁରସ୍କାର ମିଳିଛି। ଏହି ପ୍ରତିଯୋଗିତାରେ ଓଡ଼ିଶାରୁ ୭୬ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ମୋଟ୍‌ ୭୬ ଜଣ ପ୍ରତିଯୋଗୀଙ୍କ ମଧ୍ୟରୁ ୧୭ ଜଣ ଯୁବତୀ ଥିଲେ। ବିଜେତାମାନେ ୨୦୨୨ ଅକ୍ଟୋବରରେ ଚାଇନା ସାଂଘାଇରେ ହେବାକୁ ଥିବା ୱାଲର୍‌ଡ ସ୍କିଲ୍ସ ପ୍ରତିଯୋଗିତାରେ ଦେଶକୁ ପ୍ରତିନିଧିତ୍ୱ କରିବାର ସୁଯୋଗ ପାଇବେ। ସୂଚନାଯୋଗ୍ୟ, ୱାଲର୍‌ଡ ସ୍କିଲ୍ସ ପ୍ରତିଯୋଗିତା ନିମନ୍ତେ ଓଡ଼ିଶାର ମିଶନ ୨-୩-୪ ଅର୍ଥାତ୍‌ ଦୁଇଟି ସ୍ବର୍ଣ୍ଣ, ତିନୋଟି ରୌପ୍ୟ ଏବଂ ଚାରୋଟି କାଂସ୍ୟ ପଦକ ହାସଲ ଲକ୍ଷ୍ୟ ରହିଛି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଖୁସିବ୍ୟକ୍ତ କରିବା ସହ ବିଜେତାମାନେ ଆହୁରି କଠିନ ପରିଶ୍ରମ କରି ୱାଲର୍‌ଡ ସ୍କିଲ୍ସ ପ୍ରତିଯୋଗିତାରେ ସଫଳତା ହାସଲ କରିବାକୁ କାମନା କରିଛନ୍ତି। ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣର ଅଧ୍ୟକ୍ଷ ସୁବ୍ରତ ବାଗ୍‌ଚୀ ଓ ସିଇଓ ତଥା ବୈଷୟିକ ଶିକ୍ଷା ଏବଂ ପ୍ରଶିକ୍ଷଣ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ରେଘୁ ଜି ନୂଆଦିଲ୍ଲୀଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ପ୍ରତିଯୋଗୀଙ୍କୁ ଉତ୍ସାହିତ କରିବା ସହ ସାଂଘାଇ ୱାଲର୍‌ଡ ସ୍କିଲ୍ସରେ ଶ୍ରେଷ୍ଠ ପ୍ରଦର୍ଶନ କରି ଦେଶର ଗୌରବ ବୃଦ୍ଧି କରିବା ପାଇଁ ଶୁଭେଚ୍ଛା ଜଣାଇଥିଲେ। ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ମନ୍ତ୍ରୀ ପ୍ରେମାନନ୍ଦ ନାୟକ ମଧ୍ୟ ବିଜେତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରନ୍ଧନ ଗ୍ୟାସ୍‌ ବିକ୍ରି କଟକଣା: ଛାତ୍ରୀଛାତ୍ର, କର୍ମଜୀବୀ, ଶ୍ରମିକ ଚିନ୍ତାରେ

ଖୋଲା ବଜାରରେ ଖୁଚୁରାରେ ବିକ୍ରି ହେଉଥିବା ରନ୍ଧନ ଗ୍ୟାସ୍‌ ଆଉ ମିଳିବ ନାହିଁ। ହିତାଧିକାରୀ ଠିକ୍‌ ସମୟରେ ଗ୍ୟାସ୍‌ ପାଉ ନ ଥିବାବେଳେ ବେଆଇନ କାରବାର ବୃଦ୍ଧି…

ଓପିଏସସି କାର୍ଯ୍ୟାଳୟ ଆଗରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ରଙ୍କ ଧାରଣା

କଟକ,୬।୪(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ର ପ୍ରତିବାଦ କରିଛନ୍ତି। ନିଯୁକ୍ତି ପାଇ ନ ଥିବା ଶତାଧିକ ଏମ୍‌ବିବିଏସ୍‌ ଡାକ୍ତର ବିକ୍ଷୋଭ ପ୍ରଦର୍ଶନ…

ଆମେରିକା-ଇରାନ ବିବାଦ ଶେଷ ହେବ, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ? ପାକିସ୍ତାନ ପ୍ରସ୍ତୁତ କଲାଣି ଡ୍ରାପ୍ଟ – ସର୍ତ୍ତାବଳୀ କ’ଣ ଜାଣନ୍ତୁ

ତେହରାନ,୬।୪: ଆମେରିକା ଏବଂ ଇରାନ ମଧ୍ୟରେ ଏକ ମାସରୁ ଅଧିକ ସମୟ ଧରି ଚାଲିଥିବା ସଂଘର୍ଷ ଶେଷ ହେବାକୁ ଯାଉଛି ଏବଂ ହର୍ମୁଜ ପ୍ରଣାଳୀ ଖୁବ ଶୀଘ୍ର…

ପୁଣି ସରଣ୍ଡାରେ ବିସ୍ଫୋରଣ: କୋବ୍ରା ୨୦୫ ବାଟାଲିୟନର ଯବାନ ଆହତ

ବଣାଇଁ,୬।୪(ପ୍ରଦୀପ ତ୍ରିପାଠୀ): ଓଡ଼ିଶା-ଝାଡଖଣ୍ଡ ସୀମା ସଂଲଗ୍ନ ସରଣ୍ଡା ଜଙ୍ଗଲରେ ସୋମବାର ପୁଣି ବିସ୍ଫୋରଣର ଖବର ସାମ୍ନାକୁ ଆସିଛି। ଯାହା ସୁରକ୍ଷା ବ୍ୟବସ୍ଥା ଏବଂ ନକ୍ସଲ କାର୍ଯ୍ୟକଳାପକୁ ନେଇ…

ରାଜ୍ୟ ସଭାରେ ଶପଥ ନେଲେ ଓଡ଼ିଶାର ନବ ନିର୍ବାଚିତ ଏମପି, ଓଡ଼ିଆରେ କହିଲେ ମୁଁ….

ଭୁବନେଶ୍ବର,୬ା୪: ରାଜ୍ୟ ସଭାରେ ସୋମବାର ଓଡ଼ିଶାର ନବ ନିର୍ବାଚିତ ଏମପି ଶପଥ ନେଇଛନ୍ତି । ଓଡ଼ିଶାରୁ ୩ ଏମପି ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ…

ଯୁଦ୍ଧ ମଧ୍ୟରେ ଇରାନକୁ ଶକ୍ତ ଝଟକା: ଆମେରିକା-ଇସ୍ରାଏଲ ଆକ୍ରମଣରେ IRGC ଗୁପ୍ତଚର ମୁଖ୍ୟଙ୍କ ମୃତ୍ୟୁ

ତେହରାନ,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇରାନକୁ ଏକ ଶକ୍ତ ଧକ୍କା ଲାଗିଛି। ସୋମବାର (ଏପ୍ରିଲ ୬) ସକାଳେ ଆମେରିକା-ଇସ୍ରାଏଲର ମିଳିତ ଆକ୍ରମଣରେ IRGCର ଗୁପ୍ତଚର ମୁଖ୍ୟ…

କଲେଜରୁ ଫେରୁଥବା ବେଳେ ଯୁବତୀଙ୍କୁ ଅପହରଣ: କାର ଭିତରକୁ ନେଇ..

ପାଟକୁରା,୬।୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଳକ ଅଧୀନ କୁଳତୁଠୀ ଅରକ୍ଷିତ ଦାସଙ୍କ ମନ୍ଦିର ନିକଟ ନଦୀ ବନ୍ଧଗଡା ନିକଟର ଜଣେ ଯୁବତୀଙ୍କୁ ଅପହରଣ କରାଯାଇଛି।…

ଆବେଲ ପୁରସ୍କାର-୨୦୨୬

ଆବେଲ ପୁରସ୍କାର ହେଉଛି ଗଣିତ ପାଇଁ ଏକ ଉଲ୍ଲେଖନୀୟ ସମ୍ମାନ। ଏହାକୁ ନୋବେଲ ପୁରସ୍କାର ସହ ସମାନ ମନେ କରାଯାଇଥାଏ। ନରଓ୍ବେର ବିଶିଷ୍ଟ ଗଣିତଜ୍ଞ ନିଲ୍‌ସ ହେନରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri