ସିକିମ୍‌ରେ ଫସିଛନ୍ତି ଓଡ଼ିଆ ପର୍ଯ୍ୟଟକ: ଉଦ୍ଧାର ପାଇଁ ଲୋଡ଼ିଲେ ସରକାରଙ୍କ ସହାୟତା

ସୋନପୁର,୧୭।୬(ମୃତ୍ୟୁଞ୍ଜୟ ଶତପଥୀ): ଉତ୍ତର-ପୂର୍ବ ସିକିମ୍‌ ରାଜ୍ୟକୁ ପରିବାର ସହିତ ଖରାଛୁଟିରେ ବୁଲିବାକୁ ଯାଇଥିବା ସୁବର୍ଣ୍ଣପୁର ଜିଲାର ୪ ଜଣଙ୍କ ସମେତ ମୟୂରଭଞ୍ଜ ଜିଲାର ଅନ୍ୟ ପର୍ଯ୍ୟଟକ ୫ ଦିନ ହେଲା ରାସ୍ତା ଅବରୋଧ ପାଇଁ ଫସି ରହିଛନ୍ତି। ସିକିମ୍‌ର ରାଜଧାନୀ ଗ୍ୟାଙ୍ଗଟକରୁ ଚାଇନା ସୀମା ମଧ୍ୟରେ ବିଭିନ୍ନ ସ୍ଥାନରେ ଭୂ-ସ୍ଖଳନ ହୋଇ ରାସ୍ତା ଓ ପୋଲ ଭାଙ୍ଗିଯାଇଥିବାରୁ ଏଭଳି ସମସ୍ୟା ସୃଷ୍ଟି ହୋଇଥିବା ଜଣାପଡିଛି। ଉଦ୍ଧାର ପାଇଁ ପର୍ଯ୍ୟଟକମାନେ ସରକାରଙ୍କ ସହାୟତା ଲୋଡ଼ିଛନ୍ତି।

ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଭଜବଲପୁର ଗାଁର ରାମନାରାୟଣ ମିଶ୍ର ସ୍ତ୍ରୀ ମୀନାକ୍ଷୀ, ଝିଅ ଶ୍ରୀ ଓ ପୁଅ କ୍ରିସ୍‌ଙ୍କ ସହିତ ଗତ ୯ ତାରିଖରେ ଭୁବନେଶ୍ୱରରୁ କୋଲକାତା ଯାଇଥିଲେ। ପରେ ସେଠାରୁ ଗ୍ୟାଙ୍ଗଟକକୁ ଫ୍ଲାଇଟ୍‌ରେ ଯିବା ପରେ ପୁଣି ଚାଇନା ସୀମାକୁ ଲାଗିଥିବା ଲାଚୁମ୍‌କୁ ପରିବାର ସହିତ ସଡକ ପଥରେ ବୁଲିବାକୁ ଯାଇଥିଲେ।

ଲାଚୁମ୍‌ରୁ ୧୩ ତାରିଖରେ ଗ୍ୟାଙ୍ଗଟକକୁ ଫେରିବାର କାର୍ଯ୍ୟକ୍ରମ ଥିଲା। ତେବେ ୧୨ ତାରିଖ ରାତିରେ ପ୍ରବଳ ବର୍ଷା ଓ ପାଗ ଖରାପ ହେବାରୁ ବିଭିନ୍ନ ସ୍ଥାନରେ ଭୂ-ସ୍ଖଳନ ହୋଇଛି। ତେଣୁ ସେମାନେ ଫେରି ନ ପାରି ଲାଚୁମ୍‌ସ୍ଥିତ ହୋଟେଲ ଆଲପାଇନ ରିସୋର୍ଟରେ ରହିଛନ୍ତି। ଗ୍ୟାଙ୍ଗଟକରୁ ଚାଇନା ସୀମା ପ୍ରାୟ ୧୨୦ କିଲୋମିଟର ହେବ। ସେମାନେ ସମୁଦ୍ର ପତ୍ତନଠାରୁ ପ୍ରାୟ ୫ ହଜାର ଫୁଟ ଉଚ୍ଚରେ ରହୁଛନ୍ତି। ଏବେ ମଧ୍ୟ ପ୍ରବଳ ଶୀତ ହେଉଛି। ସିକିମ୍‌ ସରକାର ପାହାଡ଼ିଆ ରାସ୍ତା ଓ ପୋଲ ସଫା କରିପାରୁ ନ ଥିବାରୁ ସେମାନେ ଆସି ପାରୁନାହାନ୍ତି। ସମସ୍ତ ପର୍ଯ୍ୟଟକଙ୍କୁ ହେଲିକପ୍ଟର ଜରିଆରେ ଗ୍ୟାଙ୍ଗଟକ ପର୍ଯ୍ୟନ୍ତ ଏୟାରଲିଫ୍ଟ କରିବେ ବୋଲି କୁହାଯାଉଥିବା ବେଳେ ବିଳମ୍ବ ହେଉଛି।

ଦିନ ଗଡୁଥିବା ବେଳେ ପର୍ଯ୍ୟଟକ ଚିନ୍ତାରେ ରହୁଛନ୍ତି। ଦୀର୍ଘ ୫ ଦିନ ଧରି ରାସ୍ତା ବନ୍ଦ ଯୋଗୁ ଖାଦ୍ୟ ସମସ୍ୟା ଦେଖାଦେଇଛି। ୧୦ ଟଙ୍କାର ସାମଗ୍ରୀ ୨୦୦ ଟଙ୍କାରେ କିଣିବାକୁ ପଡୁଥିବା ରାମନାରାୟଣ କହିଛନ୍ତି। ଜୁନ୍‌ ୧୮ରେ ସ୍କୁଲ ଖୋଲୁଥିବାରୁ ଝିଅ ପୁଅ କିପରି ଘରେ ପହଞ୍ଚିବେ ସେ ଚିନ୍ତାରେ ଅଛନ୍ତି। ଓଡ଼ିଶା ସରକାର ଆବଶ୍ୟକ ପଦକ୍ଷେପ ନେଇ ଉଦ୍ଧାର କରିବାକୁ ସେ ନିବେଦନ କରିଛନ୍ତି। ଅନ୍ୟପକ୍ଷେ ପର୍ଯ୍ୟଟକଙ୍କୁ ଉଦ୍ଧାର କରିବା ପାଇଁ ବୀରମହାରାଜପୁର ଅଞ୍ଚଳର ସମାଜସେବୀ କୁଶ କୁମାର ସାହୁ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ସିକିମ୍‌ର ମୁଖ୍ୟମନ୍ତ୍ରୀ ପ୍ରେମ ସିଂ ତମଙ୍ଗଙ୍କୁ ଟୁଇଟ୍‌ କରି ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri