ଓଡ଼ିଶା ଟ୍ରାଭେଲ ବଜାର ପ୍ରଦର୍ଶନୀ ଉଦ୍‌ଘାଟିତ

ଭୁବନେଶ୍ୱର, ୮।୨: ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ ଏବଂ ଫେଡେରେଶନ ଅଫ୍‌ ଇଣ୍ଡିଆନ ଚାମ୍ବର୍ସ ଅଫ୍‌ କର୍ମସ ଆଣ୍ଡ ଇଣ୍ଡଷ୍ଟ୍ରି (ଫିକି)ର ମିଳିତ ସହଯୋଗରେ ଏକ ୩ ଦିନିଆ ପ୍ରଦର୍ଶନୀ ତଥା ୫ମ ଓଡ଼ିଶା ଟ୍ରାଭେଲ ବଜାର-୨୦୨୪ ପୁରୀର କୋଣାର୍କ ଇକୋ ରିଟ୍ରିଟ୍‌ଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଓଡ଼ିଶା ପର୍ଯ୍ୟଟନ ବିକାଶ ନିଗମ (ଓଟିଡିସି)ର ଅଧ୍ୟକ୍ଷ ଡା. ଲେନିନ୍‌ ମହାନ୍ତି ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପର୍ଯ୍ୟଟନ ବିଭାଗ ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ର ଯାଦବଙ୍କ ସମେତ ଉଭୟ ପର୍ଯ୍ୟଟନ ବିଭାଗ ଓ ଫିକିର ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଅପରପକ୍ଷରେ ମଧ୍ୟ ଓଡ଼ିଶା ପର୍ଯ୍ୟଟନ ବିକ୍ରେତାମାନଙ୍କର ଏକ ପ୍ରଦର୍ଶନୀ ଏବଂ ବି୨ବି ବୈଠକ ମଧ୍ୟ ଶୁଭାରମ୍ଭ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୪ ଫେବୃଆରୀ ୯ ପର୍ଯ୍ୟନ୍ତ ହେବାକୁ ଥିବା ଏହି ମେଗା ପ୍ରଦର୍ଶନୀରେ ଆସାମ, ଛତିଶଗଡ଼, ଦିଲ୍ଲୀ, ଗୋଆ, ଗୁଜରାଟ, ଜମ୍ମୁ ଓ କଶ୍ମୀର, ଝାଡ଼ଖଣ୍ଡ, କର୍ନାଟକ, କେରଳ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ରାଜସ୍ଥାନ, ତାମିଲନାଡ଼ୁ, ତେଲଙ୍ଗାନା, ତ୍ରିପୁରା, ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ ଏବଂ ପଶ୍ଚିମବଙ୍ଗ ଭଳି ୧୮ଟି ରାଜ୍ୟରୁ ମୋଟ ୭୦ ଘରୋଇ ଟୁର୍‌ ଅପରେଟରଙ୍କ ସମେତ ବେଲଜିୟମ, ଇଣ୍ଡୋନେସିଆ, ମାଲେସିଆ, ମ୍ୟାନ୍‌ମାର,ନେଦରଲାଣ୍ଡ,ସିଙ୍ଗାପୁର, ଦକ୍ଷିଣ ଆଫ୍ରିକା, ସ୍ପେନ୍‌, ଶ୍ରୀଲଙ୍କା, ଥାଇଲାଣ୍ଡ, ତୁର୍କୀ, ବ୍ରିଟେନ ଏବଂ ଭିଏଟ୍‌ନାମ ଭଳି ୧୬ଟି ଦେଶରୁ ୬୦ଜଣ ବିଦେଶୀ ଟୁର୍‌ ଅପରେଟର ଯୋଗଦେଇଛନ୍ତି। ଅପରପକ୍ଷରେ ଏହି ୩ ଦିନିଆ ପ୍ରଦର୍ଶନୀରେ ଓଡ଼ିଶାର ପର୍ଯ୍ୟଟନ ଅଂଶୀଦାରମାନେ ସେମାନଙ୍କର ବିଭିନ୍ନ ଉତ୍ପାଦ ଓ ସେବା ସମ୍ପର୍କିତ ଆକର୍ଷଣୀୟ ଷ୍ଟଲ୍‌ କରିଛନ୍ତି। ଉକ୍ତ ଷ୍ଟଲ୍‌ ଜରିଆରେ ଅଂଶୀଦାରମାନେ ଉଭୟ ଘରୋଇ ଓ ବିଦେଶୀ ପରିଦର୍ଶକଙ୍କୁ ସେମାନଙ୍କ ସେବା ପ୍ରଦାନ ଓ ପ୍ରଦର୍ଶନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?