୨୮ରୁ ୩ ଦିନିଆ ଓଡ଼ିଶା ଟ୍ରାଭେଲ ବଜାର

ଭୁବନେଶ୍ୱର,୨୭।୧୦: ସମଗ୍ର ଭାରତରେ ତଥା ଆନ୍ତର୍ଜାତୀୟ ସ୍ତରରେ ଓଡିଶା ପର୍ଯ୍ୟଟନର ଯଶ ବୃଦ୍ଧି କରିବା ନିମନ୍ତେ ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ ଏବଂ ଫେଡେରେସନ୍‌ ଅଫ୍‌ ଇଣ୍ଡିଆନ୍‌ ଚାମ୍ବର ଅଫ୍‌ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି (ଫିକି) ର ମିଳିତ ଆନୁକୁଲ୍ୟରେ ଓଡିଶା ଟ୍ରାଭେଲ ବଜାର(ଓଟିବି)ର ୪ର୍ଥ ସଂସ୍କରଣ ଚଳିତ ବର୍ଷ ଅକ୍ଟୋବର ୨୮ ରୁ ୩୦ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଅନୁଷ୍ଠିତ ହେବ। ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଫ୍ଲାଗସିପ୍‌ ପ୍ରଦର୍ଶନୀକୁ ୨୮ ଅକ୍ଟୋବରରେ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଦେଶ ଓ ବିଦେଶର ବିକ୍ରେତାମାନେ ଏହି ୩ ଦିନିଆ ପ୍ରଦର୍ଶନୀରେ ସେମାନଙ୍କ ପର୍ଯ୍ୟଟନ ସମ୍ବନ୍ଧିୟ ଉତ୍ପାଦ ପ୍ରଦର୍ଶନ କରିବାର ସୁଯୋଗ ପାଇବେ ଯାହା ଭୁବନେଶ୍ୱରର ସ୍ବସ୍ଥି ପ୍ରିମିୟମ ହୋଟେଲ ଠାରେ ଅନୁଷ୍ଠିତ ହେବ। ବିଶେଷ କରି ଓଡିଶା ଟ୍ରାଭେଲ ବଜାରର ୪ର୍ଥ ସଂସ୍କରଣରେ ୨୫ ଟି ବିଦେଶୀ ଟୁର୍‌ ଅପରେଟରଙ୍କ ସହ ୮୩ଟି ଜଣାଶୁଣା ଘରୋଇ ଟୁର ଅପରେଟର ମଧ୍ୟ ଉକ୍ତ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ।

ବୁଧବାର ସ୍ଥାନୀୟ ଜୟଦେବ ବିହାରସ୍ଥିତ ଏକ ୫ ତାରକା ହୋଟେଲରେ ଆୟୋଜିତ ଖବରଦାତା ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଓଡ଼ିଶାର ପର୍ଯ୍ୟଟନ ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର କହିଥିଲେ ଯେ, ଓଡ଼ିଶା ହେଉଛି ପ୍ରାକୃତିକ ସମ୍ବଳର ଗନ୍ତାଘର। କିଛି ବର୍ଷ ଭିତରେ ଆମ ରାଜ୍ୟ ଏକ ପ୍ରମୁଖ ସାଂସ୍କୃତିକ ଓ ଧାର୍ମିକ ପର୍ଯ୍ୟଟନସ୍ଥଳୀ ଭାବେ ଉଭା ହୋଇଛି। ଆମର ୪୮୨ କିମି ବ୍ୟାପୀ ଲମ୍ବା ବେଳାଭୂମି, ୧୯ ବନ୍ୟଜନ୍ତୁ ଅଭୟାରଣ୍ୟ ସହିତ ଆମର ସମୃଦ୍ଧ ସଂସ୍କୃତି ଓ ଐତିହ୍ୟକୁ ନେଇ ସାରା ବିଶ୍ୱର ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ଲାଗି ଓଡ଼ିଶା ପାଖରେ ପୂର୍ଣ୍ଣ ସମ୍ଭାବନା ରହିଛି।

ସେହି ସମ୍ଭାବନା ବିଷୟରେ ଦେଶ ଭିତରର ଓ ବିଦେଶର ଟୁର ଅପରେଟରମାନଙ୍କୁ ଜଣାଇବା ଲାଗି ଆମେ ଏହି ୩ଦିନିଆ ଓଡ଼ିଶା ଟ୍ରାଭେଲ ବଜାରର ଆୟୋଜନ କରୁଛୁ। ସେହିଭଳି ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ସୁରେନ୍ଦ୍ର କୁମାର କହିଛନ୍ତି, ଓଡ଼ିଶାର ଅନେକ ସ୍ବତନ୍ତ୍ରତା ରହିଛି। ବିଶେଷ କରି କେରଳ, ମହାରାଷ୍ଟ୍ର ଏବଂ ୟୁରୋପୀୟ ରାଷ୍ଟ୍ରଗୁଡ଼ିକରେ କାରାଭାନ୍‌ର ପ୍ରଚଳନ ଯାହା ହୋଟେଲ ରହଣୀଠାରୁ ଶସ୍ତା ଏବଂ ପର୍ଯ୍ୟଟକଙ୍କ ପାଇଁ ବେଶ ଉପାଦେୟ ସେ ବିଷୟରେ ମଧ୍ୟ ବିସ୍ତୁତ ଆଲୋଚନା କରିଥିଲେ। ସେହିପରି ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗର ନିର୍ଦେଶକ ସଚିନ ରାମଚନ୍ଦ୍ର ଯାଦବ କହିଛନ୍ତି,କୋଭିଡ୍‌ ଅନ୍ତରାଳ ପରେ ଆମେ ଓଡ଼ିଶା ଟ୍ରାଭେଲ ବଜାରର ୪ର୍ଥ ସଂସ୍କରଣ ଆୟୋଜନ କରୁଛୁ। ଓଡ଼ିଶା ପର୍ଯ୍ୟଟନର ଏହା ହେଉଛି ପ୍ରମୁଖ କାର୍ଯ୍ୟକ୍ରମ। ଏହାର ଲକ୍ଷ୍ୟ ହେଉଛି ଓଡ଼ିଶାର ପର୍ଯ୍ୟଟନୀ ସ୍ଥଳଗୁଡ଼ିକ ବିଷୟରେ ଭାରତର ଏବଂ ଆନ୍ତର୍ଜାତିକ ଟୁର ଅପରେଟରମାନଙ୍କୁ ଅବଗତ କରିବା। ଅନ୍ୟମାନଙ୍କ ମଧ୍ୟରେ ସ୍ବସ୍ତି ହୋଟେଲ୍‌ସର ସିଏମ୍‌ଡି ଜେ.କେ ମହାନ୍ତି ଏବଂ ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗର ଓଏସ୍‌ଡି ଅଂଶୁମାନ ରଥ ଉପସ୍ଥିତ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?