ଆଜିଠାରୁ ଓଡ଼ିଶା ଟ୍ରାଭେଲ ବଜାର

ଭୁବନେଶ୍ୱର ,୭।୨ ( ଅଭୟ ଦାଶ): ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ ଏବଂ ଫେଡେରେଶନ ଅଫ୍‌ ଇଣ୍ଡିଆନ ଚାମ୍ବର୍ସ ଅଫ୍‌ କର୍ମସ ଆଣ୍ଡ ଇଣ୍ଡଷ୍ଟ୍ରି (ଫିକି)ର ମିଳିତ ସହଯୋଗରେ ଏକ ୩ଦିନିଆ ପ୍ରଦର୍ଶନୀ ତଥା ୫ମ ଓଡ଼ିଶା ଟ୍ରାଭେଲ ବଜାର(ଓଟିବି) ପୁରୀ ଜିଲା କୋଣାର୍କ(ଇକୋ ରିଟ୍ରିଟ୍‌ କୋଣାର୍କ)ଠାରେ ଆୟୋଜିତ ହେବାକୁ ଯାଉଛି। ଉଲ୍ଲେଖଯୋଗ୍ୟ, ୨୦୨୪ ଫେବୃଆରୀ ୭ରୁ ୯ ପର୍ଯ୍ୟନ୍ତ ଉକ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଉକ୍ତ କାର୍ଯ୍ୟକ୍ରମରେ ୧୮ ରାଜ୍ୟରୁ ପ୍ରାୟ ୭୦ ଡୋମେଷ୍ଟିକ ଟୁର୍‌ ଅପରେଟର (ଡିଟିଓ) ଏବଂ ୧୬ ଦେଶରୁ ୬୦ ଫରେନ୍‌ ଟୁର୍‌ ଅପରେଟର (ଏଫ୍‌ଟିଓ) ଅଂଶ ଗ୍ରହଣ କରୁଛନ୍ତି ବୋଲି ଆୟୋଜକଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ସେହିଭଳି ଏହି ୩ଦିନିଆ ପ୍ରଦର୍ଶନୀରେ ବିଭିନ୍ନ ପ୍ରକାର ସମ୍ମିଳନୀ, ଚୁକ୍ତିନାମା ସହ ନିବେଶକ ଓ ଏୟାରଲାଇନ ଅପରେଟରମାନଙ୍କ ସହ ବି୨ଜି ବୈଠକର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ସେଲରମାନେ ନିଜର ଉପତ୍ାଦଗୁଡିକୁ ପ୍ରଦର୍ଶିତ କରିବା ପାଇଁ ମଧ୍ୟ ସୁଯୋଗ ପାଇବେ। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ଭୁବନେଶ୍ୱରର ସ୍ବସ୍ତି ପ୍ରିମିୟମଠାରେ ଏକ ଖବରଦାତା ସମ୍ମିଳନୀର ଆୟୋଜନ କରାଯାଇଥିଲା। ଉକ୍ତ ସମ୍ମିଳନୀରେ ଓଟିଡିସିର ଚେୟାରମ୍ୟାନ (ଅଧ୍ୟକ୍ଷ) ଡ. ଲେନିନ୍‌ ମହାନ୍ତି, ପର୍ଯ୍ୟଟନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର, ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ର ଯାଦବ, ଫିକିର ଟ୍ରାଭେଲ, ଟୁରିଜମ୍‌ ଓ ହସ୍ପିଟାଲିଟି କମିଟି ଉପାଧ୍ୟକ୍ଷ ତଥା ସ୍ବସ୍ତି ହୋଟେଲ୍ସର ସିଏମ୍‌ଡି ଜେ.କେ.ମହାନ୍ତି ପ୍ରମୁଖ ଉପସ୍ଥିତ ରହି ୫ମ ଓଟିବି ସଂସ୍କରଣର ଆଭିମୁଖ୍ୟ, ପର୍ଯ୍ୟଟନ କ୍ଷେତ୍ର ଓ ଶିଳ୍ପର ବିକାଶ ସହ ଓଡ଼ିଶା ଟ୍ରାଭେଲ ବଜାରର ବିଭିନ୍ନ ଦିଗ ଉପରେ ବିସ୍ତୃତ ଆଲୋଚନା ଓ ଚର୍ଚ୍ଚ କରାଯାଇଥିଲା। ଉଲ୍ଲେଖଯୋଗ୍ୟ, ୨୦୨୪ ଫେବୃଆରୀ ୭ରେ ଆୟୋଜନ ହେବାକୁ ଥିବା ୫ମ ଓଡ଼ିଶା ଟ୍ରାଭେଲ ବଜାରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଉଦ୍‌ଘାଟନ କରିବେ ବୋଲି ଆୟୋଜକଙ୍କ ପକ୍ଷରୁ କୁହାଯାଇଛି। ସେହିପରି ଭାରତର ଘରୋଇ ଗ୍ରାହକଙ୍କ ସମେତ ଅନ୍ତର୍ଜାତୀୟ ବଜାରଗୁଡିକ ପାଇଁ ଓଡ଼ିଶାରେ ପର୍ଯ୍ୟଟନ ଗନ୍ତବ୍ୟସ୍ଥଳୀକୁ ପ୍ରୋତ୍ସାହିତ କରିବା ଲାଗି ଏକ ପ୍ଲାଟ୍‌ଫର୍ମ ସୃଷ୍ଟି କରିବା ଓଟିବି-୨୪ର ମୂଳ ଉଦ୍ଦେଶ୍ୟ ବୋଲି ଆୟୋଜକଙ୍କ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି। ଏହି ପ୍ରଦର୍ଶନୀ ଜରିଆରେ ରାଜ୍ୟର ଏକ ସମ୍ପୂର୍ଣ୍ଣ ନୂତନ ଦୃଷ୍ଟିକୋଣକୁ ଉପସ୍ଥାପନ କରି ଓଡ଼ିଶାକୁ ଅନ୍ତର୍ଜାତୀୟ ମାନକ ବିଶିଷ୍ଟ ଏକ ବହୁମୁଖୀ ପର୍ଯ୍ୟଟନ କେନ୍ଦ୍ର ଭାବେ ସ୍ଥାପନ କରିବା ପାଇଁ ରାଜ୍ୟ ସରକାର ବ୍ୟାପକ ରଣନୈତିକ ପଦକ୍ଷେପ ଗ୍ରହଣ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri