ଆଜିଠାରୁ ଓଡ଼ିଶା ଟ୍ରାଭେଲ ବଜାର

ଭୁବନେଶ୍ୱର ,୭।୨ ( ଅଭୟ ଦାଶ): ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ ଏବଂ ଫେଡେରେଶନ ଅଫ୍‌ ଇଣ୍ଡିଆନ ଚାମ୍ବର୍ସ ଅଫ୍‌ କର୍ମସ ଆଣ୍ଡ ଇଣ୍ଡଷ୍ଟ୍ରି (ଫିକି)ର ମିଳିତ ସହଯୋଗରେ ଏକ ୩ଦିନିଆ ପ୍ରଦର୍ଶନୀ ତଥା ୫ମ ଓଡ଼ିଶା ଟ୍ରାଭେଲ ବଜାର(ଓଟିବି) ପୁରୀ ଜିଲା କୋଣାର୍କ(ଇକୋ ରିଟ୍ରିଟ୍‌ କୋଣାର୍କ)ଠାରେ ଆୟୋଜିତ ହେବାକୁ ଯାଉଛି। ଉଲ୍ଲେଖଯୋଗ୍ୟ, ୨୦୨୪ ଫେବୃଆରୀ ୭ରୁ ୯ ପର୍ଯ୍ୟନ୍ତ ଉକ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଉକ୍ତ କାର୍ଯ୍ୟକ୍ରମରେ ୧୮ ରାଜ୍ୟରୁ ପ୍ରାୟ ୭୦ ଡୋମେଷ୍ଟିକ ଟୁର୍‌ ଅପରେଟର (ଡିଟିଓ) ଏବଂ ୧୬ ଦେଶରୁ ୬୦ ଫରେନ୍‌ ଟୁର୍‌ ଅପରେଟର (ଏଫ୍‌ଟିଓ) ଅଂଶ ଗ୍ରହଣ କରୁଛନ୍ତି ବୋଲି ଆୟୋଜକଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ସେହିଭଳି ଏହି ୩ଦିନିଆ ପ୍ରଦର୍ଶନୀରେ ବିଭିନ୍ନ ପ୍ରକାର ସମ୍ମିଳନୀ, ଚୁକ୍ତିନାମା ସହ ନିବେଶକ ଓ ଏୟାରଲାଇନ ଅପରେଟରମାନଙ୍କ ସହ ବି୨ଜି ବୈଠକର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ସେଲରମାନେ ନିଜର ଉପତ୍ାଦଗୁଡିକୁ ପ୍ରଦର୍ଶିତ କରିବା ପାଇଁ ମଧ୍ୟ ସୁଯୋଗ ପାଇବେ। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ଭୁବନେଶ୍ୱରର ସ୍ବସ୍ତି ପ୍ରିମିୟମଠାରେ ଏକ ଖବରଦାତା ସମ୍ମିଳନୀର ଆୟୋଜନ କରାଯାଇଥିଲା। ଉକ୍ତ ସମ୍ମିଳନୀରେ ଓଟିଡିସିର ଚେୟାରମ୍ୟାନ (ଅଧ୍ୟକ୍ଷ) ଡ. ଲେନିନ୍‌ ମହାନ୍ତି, ପର୍ଯ୍ୟଟନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର, ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ର ଯାଦବ, ଫିକିର ଟ୍ରାଭେଲ, ଟୁରିଜମ୍‌ ଓ ହସ୍ପିଟାଲିଟି କମିଟି ଉପାଧ୍ୟକ୍ଷ ତଥା ସ୍ବସ୍ତି ହୋଟେଲ୍ସର ସିଏମ୍‌ଡି ଜେ.କେ.ମହାନ୍ତି ପ୍ରମୁଖ ଉପସ୍ଥିତ ରହି ୫ମ ଓଟିବି ସଂସ୍କରଣର ଆଭିମୁଖ୍ୟ, ପର୍ଯ୍ୟଟନ କ୍ଷେତ୍ର ଓ ଶିଳ୍ପର ବିକାଶ ସହ ଓଡ଼ିଶା ଟ୍ରାଭେଲ ବଜାରର ବିଭିନ୍ନ ଦିଗ ଉପରେ ବିସ୍ତୃତ ଆଲୋଚନା ଓ ଚର୍ଚ୍ଚ କରାଯାଇଥିଲା। ଉଲ୍ଲେଖଯୋଗ୍ୟ, ୨୦୨୪ ଫେବୃଆରୀ ୭ରେ ଆୟୋଜନ ହେବାକୁ ଥିବା ୫ମ ଓଡ଼ିଶା ଟ୍ରାଭେଲ ବଜାରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଉଦ୍‌ଘାଟନ କରିବେ ବୋଲି ଆୟୋଜକଙ୍କ ପକ୍ଷରୁ କୁହାଯାଇଛି। ସେହିପରି ଭାରତର ଘରୋଇ ଗ୍ରାହକଙ୍କ ସମେତ ଅନ୍ତର୍ଜାତୀୟ ବଜାରଗୁଡିକ ପାଇଁ ଓଡ଼ିଶାରେ ପର୍ଯ୍ୟଟନ ଗନ୍ତବ୍ୟସ୍ଥଳୀକୁ ପ୍ରୋତ୍ସାହିତ କରିବା ଲାଗି ଏକ ପ୍ଲାଟ୍‌ଫର୍ମ ସୃଷ୍ଟି କରିବା ଓଟିବି-୨୪ର ମୂଳ ଉଦ୍ଦେଶ୍ୟ ବୋଲି ଆୟୋଜକଙ୍କ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି। ଏହି ପ୍ରଦର୍ଶନୀ ଜରିଆରେ ରାଜ୍ୟର ଏକ ସମ୍ପୂର୍ଣ୍ଣ ନୂତନ ଦୃଷ୍ଟିକୋଣକୁ ଉପସ୍ଥାପନ କରି ଓଡ଼ିଶାକୁ ଅନ୍ତର୍ଜାତୀୟ ମାନକ ବିଶିଷ୍ଟ ଏକ ବହୁମୁଖୀ ପର୍ଯ୍ୟଟନ କେନ୍ଦ୍ର ଭାବେ ସ୍ଥାପନ କରିବା ପାଇଁ ରାଜ୍ୟ ସରକାର ବ୍ୟାପକ ରଣନୈତିକ ପଦକ୍ଷେପ ଗ୍ରହଣ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri