ମୁଖ୍ୟମନ୍ତ୍ରୀଙ୍କୁ ଭେଟଲେ ଓଡ଼ିଶା ଆଦିବାସୀ ମହାସଂଘ କର୍ମକର୍ତ୍ତା, ପ୍ରତିଶ୍ରୁତି ଦେଇ କହିଲେ ଆଦିବାସୀ ପାଇଁ…

ଭୁବନେଶ୍ୱର,୨୪।୭: ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଗୁରୁବାର ଆଦିବାସୀ ମହାସଂଘର କର୍ମକର୍ତ୍ତା ଭେଟି ଆଦିବାସୀଙ୍କ ବିଭିନ୍ନ ସମସ୍ୟା ଏବଂ ସାମୂହିକ ବିକାଶ ସମ୍ପର୍କରେ ଆଲୋଚନା କରିଛନ୍ତି।

ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ, ଆଦିବାସୀଙ୍କ ସର୍ବାଙ୍ଗୀନ ବିକାଶ ସରକାରଙ୍କ ପ୍ରାଥମିକତା ରହିଛି। ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିବା ସମାଜର ୪ଟି ବର୍ଗଙ୍କ ଭିତରେ ପ୍ରଥମରେ ଥିବା ଗରିବଙ୍କ ଭିତରେ ଆଦିବାସୀ ସମ୍ପ୍ରଦାୟ ଅଛନ୍ତି। ପ୍ରଧାନମନ୍ତ୍ରୀ ଆଦିବାସୀଙ୍କ କଲ୍ୟାଣ ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଭାଜପା ସରକାର ମଧ୍ୟ ଆଦିବାସୀଙ୍କ କଲ୍ୟାଣକୁ ସର୍ବାଧିକ ଗୁରୁତ୍ୱ ଦେଉଛି।

ଜୀବନ ଜୀବିକା ସହିତ ସେମାନଙ୍କ ଶିକ୍ଷାର ବିକାଶ ପାଇଁ ଅନେକ ପଦକ୍ଷେପ ଗ୍ରହଣ କରିଛନ୍ତି। ଆଦିବାସୀ ଅଞ୍ଚଳଗୁଡିକର ସାମଗ୍ରିକ ବିକାଶ ପାଇଁ ଖୁବଶୀଘ୍ର ଉତ୍ତର ଓଡିଶା ବିକାଶ ପରିଷଦ ଏବଂ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ କରାଯାଉଛି। ଆଦିବାସୀ ସମାଜରୁ କୁସଂସ୍କାର ଦୂର କରିବା ପାଇଁ ମହାସଂଘକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେବା ସହିତ ଆଲୋଚନା ମାଧ୍ୟମରେ ସବୁ ସମସ୍ୟା ସମାଧାନ ହେବ ବୋଲି କହିଥିଲେ। ବୈଠକରେ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର ମାଝୀ, ମହାସଂଘର ସଭାପତି କର୍ମା ଲାକ୍ରା, ସାଧାରଣ ସମ୍ପାଦକ ଶରତ ଚନ୍ଦ୍ର ନାୟକ ଏବଂ ପ୍ରାୟ ୧୧ ଜିଲାରୁ ସଦସ୍ୟମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷୁଦ୍ର ବ୍ୟବସାୟୀଙ୍କୁ ଥଇଥାନ କରାଯାଉ: ଜିଲାପାଳଙ୍କୁ ଦାବିପତ୍ର

ଛତ୍ରପୁର,୧୭।୩(ଦିଲ୍ଲୀପ ସାମଲ): ବ୍ରହ୍ମପୁର ନୂତନ ବସଷ୍ଟାଣ୍ଡର କ୍ଷୁଦ୍ର ବ୍ୟବସାୟୀ ମାଙ୍ଗଳିକ ସଂଘ ଥଇଥାନ ନିମନ୍ତେ ଜିଲାପାଳଙ୍କୁ ସାକ୍ଷାତ କରି ଦାବିପତ୍ର ପ୍ରଦାନ କରିଛନ୍ତି। ସୂଚନା ଥାଉକି, ଦୀର୍ଘ…

ଭାରତରେ ୨ଟା ପହଞ୍ଚିବା ପରେ ହରମୁଜରେ ଫସିଲା ୧୯ ଜାହାଜ, LPG ଜାହାଜକୁ ଘେରିଗଲେ…

ନୂଆଦିଲ୍‌ଲୀ,୧୭।୩: ଚାଲିଥିବା ବିବାଦ ମଧ୍ୟରେ, ଇରାନ ହରମୁଜରେ ଜାହାଜ ଚଳାଚଳ ରାସ୍ତା ଅବରୋଧ କରିଛି। ଆମେରିକା ସମେତ ବିଶ୍ୱର ବିଭିନ୍ନ ରାଷ୍ଟ୍ରର ଜାହାଜଗୁଡ଼ିକ ହରମୁଜରେ ଫସି ରହିଥିବା…

ରୁଷିକୂଲ୍ୟାରେ ବୁଡ ପକାଇଲେ ହଜାର ହଜାର ଭକ୍ତ: ପିତୃପୁରୁଷଙ୍କୁ ପିଣ୍ଡ ଦାନ

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କିମ୍ବଦନ୍ତୀପୂର୍ଣ୍ଣ ପ୍ରତାପୁର ଗ୍ରାମ ଋଷିକୁଲ୍ୟା ନଦୀ ଉତ୍ତରବାଙ୍କ ତୁମ୍ବେଶ୍ବର ଘାଟରେ ମହାବାରୁଣୀ ସ୍ନାନ ଅବସରରେ ମଙ୍ଗଳବାର ହଜାର…

ଯୁଦ୍ଧ ଭିତରେ ଚାଇନା ପାଇଁ ବଡ଼ ଘୋଷଣା କଲା ଭାରତ, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଗୁରୁତ୍ୱପୂର୍ଣ୍ଣ ଉତ୍ତେଜନା ଜାରି ରହିଛି। ଆମେରିକା ଏବଂ ଇସ୍ରାଏଲ ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ କରୁଛନ୍ତି, ଯେତେବେଳେ ଇରାନ ସେନା ଡ୍ରୋନ ଆକ୍ରମଣ…

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା…

ସୋଫିଆ ଫିର୍ଦ୍ଦୋସ କଂଗ୍ରେସରୁ ନିଲମ୍ବିତ ପରେ ମୁହଁ ଖୋଲିଲେ ମହମ୍ମଦ ମୋକିମ: ମୋ ଝିଅକୁ କରାଯାଉଥିଲା…

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ସନରାଇଜର୍ସ ହାଇଦ୍ରାବାଦର ନେତୃତ୍ୱ ନେଇପାରନ୍ତି ଇଶାନ କିଶନ

ନୂଆଦିଲ୍ଲୀ,୧୭ା୩: ଭାରତର ବାମହାତୀ ବିସ୍ଫୋରକ ବ୍ୟାଟର ଇଶାନ କିଶନ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ଦଳର ନେତୃତ୍ୱ ନେଇପାରନ୍ତି। ନିୟମିତ ଅଧିନାୟକ ପ୍ୟାଟ କୁମିନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri