ଓଡ଼ିଶା ସ୍ବାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ

ଭୁବନେଶ୍ୱର,୨୯।୮(ବ୍ୟୁରୋ): ରାଜ୍ୟରେ ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ ଓଡ଼ିଶା ସ୍ବାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ। ଏହା ଅଧୀନରେ ରାଜ୍ୟରେ ଥିବା ମେଡିକାଲ କଲେଜଗୁଡ଼ିକ କାର୍ଯ୍ୟ କରିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ସୂଚନା ଦେଇଛନ୍ତି। ଓଡ଼ିଶା ସ୍ବାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟର ଏକ ଦୃଷ୍ଟିକୋଣ ଯୋଜନା ପ୍ରସ୍ତୁତ କରିବା ପାଇଁ ରବିବାର ସ୍ଥାନୀୟ ଏକ ହୋଟେଲରେ ଏକ ଜାତୀୟ କର୍ମଶାଳା ଅନୁଷ୍ଠିତ ହୋଇଥିଲା। ଦେଶର ବିଭିନ୍ନ ସ୍ଥାନରୁ ବିଶିଷ୍ଟ ଶିକ୍ଷାବିତ୍‌, ସ୍ବାସ୍ଥ୍ୟ ବିଶ୍ୱବିଦ୍ୟାଳୟ କୁଳପତି, ବାଙ୍ଗାଲୁରୁସ୍ଥିତ ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସାଇନ୍ସର ଡିନ୍‌, ସ୍ବାସ୍ଥ୍ୟ ବିଭାଗ ପ୍ରଶାସକ, ମେଡିକାଲ କଲେଜ ନିର୍ଦ୍ଦେଶକ, ଡିନ୍‌ ଏବଂ ଅଧ୍ୟକ୍ଷ ପ୍ରମୁଖ ଏଥିରେ ଯୋଗଦେଇଥିଲେ। ସ୍ବାସ୍ଥ୍ୟ ମନ୍ତ୍ରୀ ଦାସ ଯୋଗଦେଇ କହିଲେ, ଓଡ଼ିଶାରେ ପୂର୍ବରୁ ୩ଟି ମେଡିକାଲ କଲେଜ ରହିଥିଲା। ଏବେ ଆଉ ୭ଟି ମେଡିକାଲ କଲେଜରେ ଏମ୍‌ବିବିଏସ୍‌ ପାଠ୍ୟକ୍ରମ ଆରମ୍ଭ ହୋଇଛି। ଫଳରେ ରାଜ୍ୟରେ ମୋଟ ୧୦ଟି ମେଡିକାଲ କଲେଜ ସହିତ ହୋମିଓପାଥି, ଆୟୂର୍ବେଦ ଓ ଅନ୍ୟାନ୍ୟ ପାଠ୍ୟକ୍ରମ ଚାଲୁ ରହିଛି। ଏଣିକି ଏସବୁ ଶିକ୍ଷାନୁଷ୍ଠାନଗୁଡ଼ିକ ଓଡ଼ିଶା ସ୍ବାସ୍ଥ୍ୟ ବିଶ୍ୱବିଦ୍ୟାଳୟ ଅଧୀନରେ ରହିବେ। ଏହାଦ୍ୱାରା ଗୋଟିଏ ପ୍ଲାଟ୍‌ଫର୍ମ ଷ୍ଟାଣ୍ଡାର୍ଡର ମେଡିକାଲ ଶିକ୍ଷା ପ୍ରଚଳିତ ହେବ। ନିୟମିତ ତାଲିମ, ସମୟାନୁଯାୟୀ ପରୀକ୍ଷା ଓ ଫଳ ପ୍ରକାଶ ପାଇବ। ଏଥିସହିତ ଗବେଷଣା ଉପରେ ମଧ୍ୟ ଗୁରୁତ୍ୱ ଦିଆଯିବ। ଏହି ବିଶ୍ୱବିଦ୍ୟାଳୟ ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେଲେ ଏହା ଦେଶର ୧୭ତମ ସ୍ବାସ୍ଥ୍ୟ ବିଶ୍ୱବିଦ୍ୟାଳୟ ଭାବେ ପରିଗଣିତ ହେବ ବୋଲି ସ୍ବାସ୍ଥ୍ୟ ମନ୍ତ୍ରୀ କହିଛନ୍ତି।
ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଅଧ୍ୟକ୍ଷ ସୁବ୍ରତୋ ବାଗ୍‌ଚୀଙ୍କ ଦ୍ୱାରା ପରିଚାଳିତ ଏହି କର୍ମଶାଳାରେ ଡିଏମ୍‌ଇଟି ପ୍ରଫେସର ଡା. ରମାରମଣ ମହାନ୍ତି, ଓଡ଼ିଶା ସ୍ବାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟର ଓଏସ୍‌ଡି ପ୍ରଫେସର ଡା. ଦତ୍ତେଶ୍ୱର ହୋତା ପ୍ରମୁଖ ଯୋଗଦେଇଥିଲେ। ସ୍ବାସ୍ଥ୍ୟ ବିଶ୍ୱବିଦ୍ୟାଳୟର ସାଙ୍ଗଠନିକ ଢାଞ୍ଚା, ଅଭିନବ ପାଠ୍ୟକ୍ରମର ବିକାଶ, ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରର ଉତ୍କର୍ଷ କେନ୍ଦ୍ର ସହିତ ଅନୁସନ୍ଧାନ ଓ ସହଯୋଗ, ବିଶ୍ୱବିଦ୍ୟାଳୟ କାର୍ଯ୍ୟର ଡିଜିଟାଇଜେଶନ, ଅଧ୍ୟାପନା କ୍ଷେତ୍ରରେ ବିକାଶ, ଆଭ୍ୟନ୍ତରୀଣ ସହଯୋଗ ଓ ପ୍ରତିଷ୍ଠିତ ମହାବିଦ୍ୟାଳୟର ଭୂମିକା ସମ୍ପର୍କରେ କର୍ମଶାଳାରେ ଆଲୋଚନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧ ଏପ୍ରିଲରୁ ୧୫ ଦିନ ଧରି ଚାଲିବ ସ୍ବ-ଗଣନା, ଏହି ୱେବସାଇଟ ମାଧ୍ୟମରେ ଦେବେ ସବୁ ତଥ୍ୟ, ଜିଲାପାଳ କହିଲେ…

ଛତ୍ରପୁର,୩୧।୩ (ଦିଲ୍ଲୀପ ସାମଲ ): ପ୍ରଥମ ପର୍ଯ୍ୟାୟର ଗୃହ ତାଲିକା ଓ ଗୃହ ଗଣନା (ସ୍ବ-ଗଣନା) ଆସନ୍ତାକାଲି ଅର୍ଥାତ୍‌ ୧ ଏପ୍ରିଲରୁ ୧୫ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

ନଦୀରେ ଭାସିଯାଇ ଯୁବକଙ୍କ ମୃତ୍ୟୁ: ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ, ୩୧।୩: (ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅନ୍ତର୍ଗତ ବଞ୍ଚୋ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ଚିନ୍ମୟ ସେଠୀ…

ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା: କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ

ଭୁବନେଶ୍ୱର,୩୧।୧: ବଢ଼ୁଛି ମାମଲା। ଖାରବେଳ ନଗର ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି। ସେଠାରେ ସେ କେସିଙ୍ଗା ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। କେସିଙ୍ଗା ଏସଡିପିଓ…

ସଇତାନ ସାଜିଲା ସ୍ବାମୀ: ଟଙ୍କା ପାଇଁ ସ୍ତ୍ରୀଙ୍କୁ ହତ୍ୟା କରି ନିଜ ଚାଷ ଜମିରେ ପୋତିଦେଲେ, ଆଜି ମିଳିଲା…

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ସନ୍ୟାସୀ କୁଣ୍ଡାମାଲ ଗ୍ରାମରୁ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ଟଙ୍କା ପାଇଁ…

ସରିଲା ମାଓବାଦୀଙ୍କ ଆତ୍ମସମର୍ପଣ ସମୟସୀମା: ଆଉ ମିଳିବ ନାହିଁ ସୁଯୋଗ

ଭୁବନେଶ୍ୱର,୩୧।୩: ଓଡ଼ିଶାରେ ମାଓବାଦୀ ଦମନ ଟାର୍ଗେଟ୍‌ ସଫଳ ହୋଇଛି ବୋଲି ADG ସଞ୍ଜୀବ ପଣ୍ଡା ମଙ୍ଗଳବାର ଗଣମାଧ୍ୟମକୁ କହିଛନ୍ତି। ଓଡ଼ିଶାକୁ ଆଉ ମାଓବାଦୀ ବିପଦ ନାହିଁ ବୋଲି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri