ଓଡ଼ିଶା ସ୍ବାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ

ଭୁବନେଶ୍ୱର,୨୯।୮(ବ୍ୟୁରୋ): ରାଜ୍ୟରେ ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ ଓଡ଼ିଶା ସ୍ବାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ। ଏହା ଅଧୀନରେ ରାଜ୍ୟରେ ଥିବା ମେଡିକାଲ କଲେଜଗୁଡ଼ିକ କାର୍ଯ୍ୟ କରିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ସୂଚନା ଦେଇଛନ୍ତି। ଓଡ଼ିଶା ସ୍ବାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟର ଏକ ଦୃଷ୍ଟିକୋଣ ଯୋଜନା ପ୍ରସ୍ତୁତ କରିବା ପାଇଁ ରବିବାର ସ୍ଥାନୀୟ ଏକ ହୋଟେଲରେ ଏକ ଜାତୀୟ କର୍ମଶାଳା ଅନୁଷ୍ଠିତ ହୋଇଥିଲା। ଦେଶର ବିଭିନ୍ନ ସ୍ଥାନରୁ ବିଶିଷ୍ଟ ଶିକ୍ଷାବିତ୍‌, ସ୍ବାସ୍ଥ୍ୟ ବିଶ୍ୱବିଦ୍ୟାଳୟ କୁଳପତି, ବାଙ୍ଗାଲୁରୁସ୍ଥିତ ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସାଇନ୍ସର ଡିନ୍‌, ସ୍ବାସ୍ଥ୍ୟ ବିଭାଗ ପ୍ରଶାସକ, ମେଡିକାଲ କଲେଜ ନିର୍ଦ୍ଦେଶକ, ଡିନ୍‌ ଏବଂ ଅଧ୍ୟକ୍ଷ ପ୍ରମୁଖ ଏଥିରେ ଯୋଗଦେଇଥିଲେ। ସ୍ବାସ୍ଥ୍ୟ ମନ୍ତ୍ରୀ ଦାସ ଯୋଗଦେଇ କହିଲେ, ଓଡ଼ିଶାରେ ପୂର୍ବରୁ ୩ଟି ମେଡିକାଲ କଲେଜ ରହିଥିଲା। ଏବେ ଆଉ ୭ଟି ମେଡିକାଲ କଲେଜରେ ଏମ୍‌ବିବିଏସ୍‌ ପାଠ୍ୟକ୍ରମ ଆରମ୍ଭ ହୋଇଛି। ଫଳରେ ରାଜ୍ୟରେ ମୋଟ ୧୦ଟି ମେଡିକାଲ କଲେଜ ସହିତ ହୋମିଓପାଥି, ଆୟୂର୍ବେଦ ଓ ଅନ୍ୟାନ୍ୟ ପାଠ୍ୟକ୍ରମ ଚାଲୁ ରହିଛି। ଏଣିକି ଏସବୁ ଶିକ୍ଷାନୁଷ୍ଠାନଗୁଡ଼ିକ ଓଡ଼ିଶା ସ୍ବାସ୍ଥ୍ୟ ବିଶ୍ୱବିଦ୍ୟାଳୟ ଅଧୀନରେ ରହିବେ। ଏହାଦ୍ୱାରା ଗୋଟିଏ ପ୍ଲାଟ୍‌ଫର୍ମ ଷ୍ଟାଣ୍ଡାର୍ଡର ମେଡିକାଲ ଶିକ୍ଷା ପ୍ରଚଳିତ ହେବ। ନିୟମିତ ତାଲିମ, ସମୟାନୁଯାୟୀ ପରୀକ୍ଷା ଓ ଫଳ ପ୍ରକାଶ ପାଇବ। ଏଥିସହିତ ଗବେଷଣା ଉପରେ ମଧ୍ୟ ଗୁରୁତ୍ୱ ଦିଆଯିବ। ଏହି ବିଶ୍ୱବିଦ୍ୟାଳୟ ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେଲେ ଏହା ଦେଶର ୧୭ତମ ସ୍ବାସ୍ଥ୍ୟ ବିଶ୍ୱବିଦ୍ୟାଳୟ ଭାବେ ପରିଗଣିତ ହେବ ବୋଲି ସ୍ବାସ୍ଥ୍ୟ ମନ୍ତ୍ରୀ କହିଛନ୍ତି।
ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଅଧ୍ୟକ୍ଷ ସୁବ୍ରତୋ ବାଗ୍‌ଚୀଙ୍କ ଦ୍ୱାରା ପରିଚାଳିତ ଏହି କର୍ମଶାଳାରେ ଡିଏମ୍‌ଇଟି ପ୍ରଫେସର ଡା. ରମାରମଣ ମହାନ୍ତି, ଓଡ଼ିଶା ସ୍ବାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟର ଓଏସ୍‌ଡି ପ୍ରଫେସର ଡା. ଦତ୍ତେଶ୍ୱର ହୋତା ପ୍ରମୁଖ ଯୋଗଦେଇଥିଲେ। ସ୍ବାସ୍ଥ୍ୟ ବିଶ୍ୱବିଦ୍ୟାଳୟର ସାଙ୍ଗଠନିକ ଢାଞ୍ଚା, ଅଭିନବ ପାଠ୍ୟକ୍ରମର ବିକାଶ, ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରର ଉତ୍କର୍ଷ କେନ୍ଦ୍ର ସହିତ ଅନୁସନ୍ଧାନ ଓ ସହଯୋଗ, ବିଶ୍ୱବିଦ୍ୟାଳୟ କାର୍ଯ୍ୟର ଡିଜିଟାଇଜେଶନ, ଅଧ୍ୟାପନା କ୍ଷେତ୍ରରେ ବିକାଶ, ଆଭ୍ୟନ୍ତରୀଣ ସହଯୋଗ ଓ ପ୍ରତିଷ୍ଠିତ ମହାବିଦ୍ୟାଳୟର ଭୂମିକା ସମ୍ପର୍କରେ କର୍ମଶାଳାରେ ଆଲୋଚନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜାଣି ରଖନ୍ତୁ କିପରି କିଡ୍‌ନୀକୁ ରଖିବେ ସୁସ୍ଥ

ଆମ ଶରୀରର ଅନ୍ୟତମ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରବାହିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି ଅଦରକାରୀ ତତ୍ତ୍ୱକୁ ନିଷ୍କାସନ...

୨ ଦଳ ମିଶି କଲେ ମାତ୍ର ୨୩ ରନ: ଅନ୍ତର୍ଜାତୀୟ ଟି-୨୦ରେ ସବୁଠୁ ଲଜ୍ଜାଜନକ ରେକର୍ଡ

ନୂଆଦିଲ୍ଲୀ,୨୨।୧୨: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ ସାଧାରଣତଃ ଦ୍ରୁତ ରନ, ବଡ଼ ଛକା ଏବଂ ବଡ଼ ସ୍କୋର ପାଇଁ ଜଣାଶୁଣା। ଏହି ଫର୍ମାଟ କେତେକ ସମୟରେ ବ୍ୟାଟସମ୍ୟାନଙ୍କ...

ଶ୍ମଶାନରେ ଗୁଣିଆଙ୍କ ତନ୍ତ୍ର ସାଧନା: ପ୍ରେମିକାଙ୍କ ନାଁରେ ଭୁବନେଶ୍ୱରରେ ଯୁବକ କିଣିଥିଲେ ପ୍ଲଟ ଓ ଆଉ ଗାଡ଼ି, ଧରାଛୁଆଁ ନ ଦେବାରୁ…

ବାଲିକୁଦା,୨୨।୧୨(ତାପସ ସ୍ବାଇଁ): ବାଲିକୁଦା ବ୍ଲକ ମରିଚପୁର ଗ୍ରାମ୍ୟ ଶ୍ମଶାନରେ ଶନିବାର ବିଳମ୍ବିତ ରାତିରେ କୌଣସି ଗୁଣିଆ ତନ୍ତ୍ର ସାଧନା କରିଥିବା ସ୍ଥାନୀୟ ଲୋକେ ସନ୍ଦେହ କରିଛନ୍ତି।...

୨୫ରୁ ଧର୍ମଶାଳା ମହୋତ୍ସବ: ବ୍ୟବସାୟ ପାଇଁ ରସିଦ୍‌ ଆଣିବାକୁ ବ୍ୟବସାୟୀଙ୍କ ଅସମ୍ଭାଳ ଭିଡ଼

ଧର୍ମଶାଳା,୨୨ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଐତିହ୍ୟ ପରମ୍ପରା, ଧର୍ମଶାଳା ମହୋତ୍ସବ ଆସନ୍ତା ୨୫ ତାରିଖରେ ଧର୍ମଶାଳା ମହୋତ୍ସବର ପଡ଼ିଆରେ ଆରମ୍ଭ ହୋଇ ଜାନୁଆରୀ ୭ରେ...

ରୁଷିଆ ପୋଲିସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଭାରତୀୟ ଯୁବକ: ମୋଦିଙ୍କୁ କଲେ ଏମିତି ନିବେଦନ

ନୂଆଦିଲ୍ଲୀ,୨୨।୧୨: ରୁଷିଆ ଏବଂ ୟୁକ୍ରେନ ଦୀର୍ଘ ସମୟ ଧରି ଯୁଦ୍ଧ ଚାଲିଛି। ଦୁଇ ଦେଶ ମଧ୍ୟରେ ଯୁଦ୍ଧବିରାମ ପାଇଁ ମଧ୍ୟସ୍ଥତା ପାଇଁ ପ୍ରୟାସ ଜାରି ରହିଛି।...

ଘର ଆଗରେ ପଡ଼ିଛି ଅବସରପ୍ରାପ୍ତ ମହିଳା ଏଏନ୍‌ଏମ୍‌ଙ୍କ ମୃତଦେହ, ଏକାକୀର ସୁଯୋଗ ନେଇ…

ଭବାନୀପାଟଣା,୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅନ୍ତର୍ଗତ ଗଡ଼ିଆଜୋର ଗ୍ରାମରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଘରେ ଏକାକୀ...

ବଡ଼ଦିନ ପାଇଁ ସଜେଇ ହେଉଛି ଦାରିଙ୍ଗବାଡ଼ି, ପର୍ଯ୍ୟଟକଙ୍କ ଆଗମନକୁ ଦୃଷ୍ଟିରେ ରଖି…

ଦାରିଙ୍ଗବାଡ଼ି,୨୨ା୧୨(ଅରୁଣ ସାହୁ): ଆଉ ମାତ୍ର ୨ ଦିନର ଅପେକ୍ଷା ସାରା ବିଶ୍ୱରେ ଦେଖାଦେବ ଖୁସି ଓ ଆନନ୍ଦ। ପ୍ରଭୁ ଯୀଶୁଖ୍ରୀଷ୍ଟ ଜନ୍ମ ନେବେ ଏଥିପାଇଁ ଚାରିଆଡ଼େ...

ପାର୍କରେ ବସିଥିଲେ ପ୍ରେମୀଯୁଗଳ, ହଠାତ୍‌ ଆସିଲେ ୨ ଯୁବକ: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୨୨ା୧୨(ତ୍ରିନାଥ ମହାନ୍ତି):ଆଇଜି ପାର୍କରେ ଯୁବତୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ କ୍ୟାପିଟାଲ ଥାନା ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଗୌରୀନଗରର ଆଶିଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri