ଚଳିତବର୍ଷ କାର୍ଯ୍ୟକ୍ଷମ ହେବ ଓଡ଼ିଶା ସ୍ବାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର, ୩୦।୭(ବ୍ୟୁରୋ): ଓଡ଼ିଶା ସ୍ବାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ ଚଳିତବର୍ଷଠାରୁ କାର୍ଯ୍ୟକ୍ଷମ ହେବ। ବିଶ୍ୱବିଦ୍ୟାଳୟ ଅଗ୍ରଗତି ନେଇ ଶନିବାର ସ୍ବାସ୍ଥ୍ୟ ବିଭାଗର ସମୀକ୍ଷା ବୈଠକରୁ ଏହି ସୂଚନା ମିଳିଛି। ୨୦୨୧ ଜୁଲାଇରେ ବିଧାନସଭାରେ ଓଡ଼ିଶା ସ୍ବାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ ବିଲ୍‌ ପାସ୍‌ ହୋଇଥିଲା। ବର୍ତ୍ତମାନ ଭୁବନେଶ୍ୱରର ଶିଶୁ ଭବନ ଛକ ସନ୍ନିକଟ ଏକ ସରକାରୀ କାର୍ଯ୍ୟାଳୟରେ ବିଶ୍ୱବିଦ୍ୟାଳୟ କାର୍ଯ୍ୟ ଆରମ୍ଭ ହୋଇଛି। ଏସ୍‌ସିବି ମେଡିକାଲ କଲେଜ ଏବଂ ହସ୍ପିଟାଲର ଡିନ୍‌ ଓ ପ୍ରିନ୍ସିପାଲ ପ୍ରଫେସର ଡା. ଦତ୍ତେଶ୍ୱର ହୋତାଙ୍କୁ ଓଏସ୍‌ଡି ଭାବେ ନିଯୁକ୍ତି ଦିଆଯାଇଛି। ଏହା ମଧ୍ୟରେ ବିଶ୍ୱବିଦ୍ୟାଳୟ ଓ୍ବେବ୍‌ସାଇଟ କାର୍ଯ୍ୟ ଆରମ୍ଭ କରାଯାଇଥିବାବେଳେ ଶୀଘ୍ର କାର୍ଯ୍ୟକ୍ଷମ କରାଯିବାକୁ ବୈଠକରେ ଗୁରୁତ୍ୱାରୋପ କରାଯାଇଛି। ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଭୁବନେଶ୍ୱର ସହର ଉପକଣ୍ଠରେ ୨୦ ରୁ ୨୫ ଏକର ଜାଗା ଆବଶ୍ୟକ ଥିବାବେଳେ ଜାଗା ଚିହ୍ନଟ ପାଇଁ ଏକ କମିଟି ଗଠନ କରାଯାଇଛି। ଭବିଷ୍ୟତରେ ଏହାକୁ ଏକ ସ୍ବୟଂଶାସିତ ଓ ଉତ୍କର୍ଷ କେନ୍ଦ୍ର ଭାବେ ପ୍ରତିଷ୍ଠା କରାଯିବ ବୋଲି ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଜାତୀୟ ସ୍ବାସ୍ଥ୍ୟ ମିଶନ ପରିଚାଳନା ନିର୍ଦ୍ଦେଶକ ଶାଳିନୀ ପଣ୍ଡିତଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri