ଭୁବନେଶ୍ୱର, ୩୦।୭(ବ୍ୟୁରୋ): ଓଡ଼ିଶା ସ୍ବାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ ଚଳିତବର୍ଷଠାରୁ କାର୍ଯ୍ୟକ୍ଷମ ହେବ। ବିଶ୍ୱବିଦ୍ୟାଳୟ ଅଗ୍ରଗତି ନେଇ ଶନିବାର ସ୍ବାସ୍ଥ୍ୟ ବିଭାଗର ସମୀକ୍ଷା ବୈଠକରୁ ଏହି ସୂଚନା ମିଳିଛି। ୨୦୨୧ ଜୁଲାଇରେ ବିଧାନସଭାରେ ଓଡ଼ିଶା ସ୍ବାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ ବିଲ୍ ପାସ୍ ହୋଇଥିଲା। ବର୍ତ୍ତମାନ ଭୁବନେଶ୍ୱରର ଶିଶୁ ଭବନ ଛକ ସନ୍ନିକଟ ଏକ ସରକାରୀ କାର୍ଯ୍ୟାଳୟରେ ବିଶ୍ୱବିଦ୍ୟାଳୟ କାର୍ଯ୍ୟ ଆରମ୍ଭ ହୋଇଛି। ଏସ୍ସିବି ମେଡିକାଲ କଲେଜ ଏବଂ ହସ୍ପିଟାଲର ଡିନ୍ ଓ ପ୍ରିନ୍ସିପାଲ ପ୍ରଫେସର ଡା. ଦତ୍ତେଶ୍ୱର ହୋତାଙ୍କୁ ଓଏସ୍ଡି ଭାବେ ନିଯୁକ୍ତି ଦିଆଯାଇଛି। ଏହା ମଧ୍ୟରେ ବିଶ୍ୱବିଦ୍ୟାଳୟ ଓ୍ବେବ୍ସାଇଟ କାର୍ଯ୍ୟ ଆରମ୍ଭ କରାଯାଇଥିବାବେଳେ ଶୀଘ୍ର କାର୍ଯ୍ୟକ୍ଷମ କରାଯିବାକୁ ବୈଠକରେ ଗୁରୁତ୍ୱାରୋପ କରାଯାଇଛି। ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଭୁବନେଶ୍ୱର ସହର ଉପକଣ୍ଠରେ ୨୦ ରୁ ୨୫ ଏକର ଜାଗା ଆବଶ୍ୟକ ଥିବାବେଳେ ଜାଗା ଚିହ୍ନଟ ପାଇଁ ଏକ କମିଟି ଗଠନ କରାଯାଇଛି। ଭବିଷ୍ୟତରେ ଏହାକୁ ଏକ ସ୍ବୟଂଶାସିତ ଓ ଉତ୍କର୍ଷ କେନ୍ଦ୍ର ଭାବେ ପ୍ରତିଷ୍ଠା କରାଯିବ ବୋଲି ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଜାତୀୟ ସ୍ବାସ୍ଥ୍ୟ ମିଶନ ପରିଚାଳନା ନିର୍ଦ୍ଦେଶକ ଶାଳିନୀ ପଣ୍ଡିତଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।
ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍ ଆଗୁଆ
ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍ରେ ଭାରତ ୧୪ ରନରେ…
ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ
ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…
ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….
ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…
ଗଣ୍ଡ ସମାଜର ନୂଆଁଖାଇ ଭେଟ୍ଘାଟ୍, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ
କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍ଘାଟ୍ କାର୍ଯ୍ୟକ୍ରମ…
ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍ ଆଗରେ ୨୨୪ ରନ୍ର ଟାର୍ଗେଟ ରଖିଲା ଭାରତ
ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…
‘କୃଷି, ଏକତା ଅଘରିଆଙ୍କ ଶକ୍ତି’
ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍ଘାଟ୍ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…
କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…
ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…
ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ
ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

