ଓଡ଼ିଶା ଅଣସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ କଲ୍ୟାଣ ଯୋଜନାରେ ସାମିଲ ହେବେ ୫୦ ବର୍ଗ, ଜାଣନ୍ତୁ କେଉଁ ବର୍ଗ ହୋଇଛନ୍ତି ସାମିଲ…

ଭୁବନେଶ୍ୱର,୨ା୮(ଅସମାପିକା ସାହୁ): ଶ୍ରମିକ ତଥା ଗରିବ ବର୍ଗର କଲ୍ୟାଣ ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାର୍ଯ୍ୟ କରୁଛନ୍ତି। ସେମାନଙ୍କ ସାମାଜିକ ନିରାପତ୍ତା ପାଇଁ ଅନେକ ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ଅଣସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ ଜରିଆରେ ହିତାଧିକାରୀମାନଙ୍କୁ ବିଭିନ୍ନ ସହାୟତା ଯୋଗାଇ ଦିଆଯାଉଛି। ବର୍ତ୍ତମାନ ବୁଲାବିକାଳି, ଛୋଟ ଦୋକାନୀ, ଘରୋଇ ସହାୟକ, ରିକ୍ସାବାଲା, ଅଟୋ ଡ୍ରାଇଭର, ମୋଚି, କୃଷି ଶ୍ରମିକ, ଜଙ୍ଗଲ ଶ୍ରମିକ, ସମ୍ବାଦପତ୍ର ହକର ଏବଂ ସଫେଇ କର୍ମଚାରୀଙ୍କ ପରି ୧୦ଟି ବର୍ଗର ଲୋକ ବୋର୍ଡର କଲ୍ୟାଣ ଯୋଜନାରେ ସୁବିଧା ପାଉଛନ୍ତି।

ଏବେ ଆଉ ୫୦ ବର୍ଗର ଅଣସଂଗଠିତ କର୍ମଚାରୀଙ୍କୁ ଏହି ବୋର୍ଡର କଲ୍ୟାଣ ଯୋଜନାରେ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ସେମାନେ ହେଲେ (୧) ଦରଜି, ଏମ୍ବ୍ରୋଡୋରି କାରିଗର, (୨) ବାରିକ, ସ୍ପା, ସେଲୁନ ଓ ବିଉଟି ପାର୍ଲରରେ କାମ କରୁଥିବା କର୍ମଚାରୀ, (୩) ମହାରଣା, (୪) ମତ୍ସ୍ୟଜୀବୀ, (୫) କମାର, (୬) ରେଳବାଇ କୁଲି, (୭) ମାଲ୍‌ ଲୋଡିଂ ଏବଂ ଅନ୍‌ଲୋଡିଂରେ ନିୟୋଜିତ ଶ୍ରମିକ ତଥା ମୁଣ୍ଡରେ ବୋଝ ବୋହୁଥିବା ଶ୍ରମିକ, (୮) କୁମ୍ଭାର, (୯) ପଥର ଶିଳ୍ପୀ ଏବଂ ସହାୟକ, (୧୦) ଜରି ଗୋଟାଳି, (୧୧) ପରିମଳ କର୍ମଚାରୀ, (୧୨) ରଜକ/ ଲଣ୍ଡ୍ରି ଓ ଡ୍ରାଏ କ୍ଲିନର କର୍ମଚାରୀ, (୧୩) ବୁଣାକାର, ହସ୍ତଶିଳ୍ପ ଓ ହସ୍ତତନ୍ତ କାରିଗର, (୧୪) କତା ଶିଳ୍ପ ଶ୍ରମିକ, (୧୫) ଲୋକକଳା କଳାକାର, (୧୬) ଚିତ୍ରଶିଳ୍ପୀ/ପଟ୍ଟଚିତ୍ର ଶିଳ୍ପୀ, (୧୭) ମାଂସ କଟାଳି, (୧୮) ରତ୍ନ ପଥର ତଥା ସୁନାରୂପା କାରିଗର, (୧୯) ହୋଟେଲ, ରେଷ୍ଟୁରାଣ୍ଟ ଓ ଢାବାରେ କାର୍ଯ୍ୟରତ ଶ୍ରମିକ, (୨୦) ଫଟୋଗ୍ରାଫର ଓ ଭିଡିଓଗ୍ରାଫର, (୨୧) ଓ୍ବେଲ୍ଡିଂ କାରିଗର, ଓ୍ବେଲ୍ଡିଂ ସହାୟକ, (୨୨) ଇଲେକ୍ଟ୍ରିସିଆନ, (୨୩) ପାଣି ପାଇପ ମିସ୍ତ୍ରୀ, (୨୪) ଟୁଲ୍‌ ମେକର,ଡାଏ ମେକର, ରଙ୍ଗ ପ୍ରସ୍ତୁତକାରୀ, (୨୫) ମେକାନିକାଲ ଓ ଇଲେକ୍ଟ୍ରିକାଲ ଯନ୍ତ୍ରାଂଶ ମରାମତି କର୍ମଚାରୀ, (୨୬) ମାଳି, (୨୭) ଆସବାବପତ୍ର ମରାମତିରେ ନିୟୋଜିତ ଶ୍ରମିକ, (୨୮) ତେଜରାତି ଓ ପରିବା ଦୋକାନରେ କାର୍ଯ୍ୟରତ ସହାୟକ, (୨୯) ଫୁଲ ଦୋକାନୀ, (୩୦) ଟେଣ୍ଟହାଉସ/ଡେକୋରେସନ କାର୍ଯ୍ୟରେ ନିୟୋଜିତ ଶ୍ରମିକ, (୩୧) ବ୍ୟାଣ୍ଡପାର୍ଟି ସଦସ୍ୟ, (୩୨) ମନୋରଞ୍ଜନ କଳାକାର, (୩୩) ମ୍ୟୁଜିସିଆନ ଓ କଣ୍ଠଶିଳ୍ପୀ, (୩୪) ଚଳଚ୍ଚିତ୍ର ଅପରେଟର/ସହାୟକ, (୩୫) ସିନେମା ହଲ ବୁକିଂ କ୍ଲର୍କ, (୩୬) ବାଦ୍ୟଯନ୍ତ୍ର ନିର୍ମାଣ କାର୍ଯ୍ୟରେ ନିୟୋଜିତ ଶ୍ରମିକ, (୩୭) ସମସ୍ତ ପ୍ରକାର କାରିଗର, (୩୮) ବୃକ୍ଷରୋପଣ କାର୍ଯ୍ୟରେ ନିୟୋଜିତ ଶ୍ରମିକ, (୩୯) ଡଙ୍ଗା ଚାଳକ/ସହାୟକ, (୪୦) ମିକ୍ସଚର୍‌ ଫ୍ୟାକ୍ଟ୍ରି ଶ୍ରମିକ, (୪୧) ଆଚାର, ବଡି, ପାମ୍ପଡ ପ୍ରସ୍ତୁତକାରୀ, (୪୨) ସ-ମିଲ ଶ୍ରମିକ, (୪୩) କ୍ଷୀର ବିକ୍ରୟ କରୁଥିବା ବ୍ୟକ୍ତି, (୪୪) କେୟାରଟେକର/ହାଉସ କିପର(୪୫) କେକ୍‌/କ୍ୟାଣ୍ଡି ପ୍ରସ୍ତୁତକାରୀ, (୪୬) ବରଫ ପ୍ରସ୍ତୁତକାରୀ/ ଆଇସକ୍ରିମ ପ୍ରସ୍ତୁତକାରୀ, (୪୭) ଡାଏରୀ ପ୍ରଡକ୍ଟ ପ୍ରସ୍ତୁତକାରୀ, (୪୮) ଟ୍ରାଭେଲ ଓ ଟୁରିଷ୍ଟ ଗାଇଡ, (୪୯) ଡେଲିଭରି ବଏ, (୫୦) କୃଷି ଶ୍ରମିକ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?