Posted inଖେଳ

ଓଡ଼ିଶା ଉସୁ ଦଳକୁ ୧ ସ୍ବର୍ଣ୍ଣ ସହ ୫ ପଦକ

ଭୁବନେଶ୍ୱର, ୨୬।୩(କ୍ରୀଡ଼ା ପ୍ରତିନିଧି)-ଝାଡ଼ଖଣ୍ଡର ରାଞ୍ଚତ୍ଠାରେ ୨୧ରୁ ୨୫ ମାର୍ଚ୍ଚ ପର୍ଯ୍ୟନ୍ତ ଅନୁଷ୍ଠିତ ୨୦ତମ ଜାତୀୟ ସବ୍‌ଜୁନିୟର ଉସୁ ପ୍ରତିଯୋଗିତାରେ ଓଡ଼ିଶା ପ୍ରତିଯୋଗୀମାନେ ପ୍ରଭାବୀ ପ୍ରଦର୍ଶନ କରି ରାଜ୍ୟକୁ ଗର୍ବିତ କରିଛନ୍ତି। ଏଥିରୁ ଓଡ଼ିଶାକୁ ୧ ସ୍ବର୍ଣ୍ଣ, ୩ ରୌପ୍ୟ ଓ ୧ ବ୍ରୋଞ୍ଜ ପଦକ ମିଳିଛି। ଶ୍ୱେତାରାଣୀ ମହନ୍ତ ୩୨ କେଜି ବାଳିକା ସାନଶୋଉ ବିଭାଗରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ସୁମିତା ମୁଣ୍ଡା ୩୬ କେଜି ବାଳିକା ସାନଶୋଉ, ଗାର୍ଦି ମୁଣ୍ଡା ୨୦ କେଜି ବାଳକ ସାନଶୋଉ ଏବଂ ଅଖିଳ ମୁଣ୍ଡା ୨୪ କେଜି ବାଳକ ସାନଶୋଉ ବିଭାଗରେ ରୌପ୍ୟ ପଦକ ପାଇଛନ୍ତି। ସେହିପରି ମାଳିନୀ ମୁଣ୍ଡା ୨୮ କେଜି ବାଳିକା ସାନଶୋଉରେ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ଦଳଗତ ସାଣ୍ଡା ବିଭାଗରେ ରାଜସ୍ଥାନ, ହରିୟାଣା, ଉତ୍ତର ପ୍ରଦେଶ, ତାଓଲୁରେ ମଣିପୁର, ମଧ୍ୟପ୍ରଦେଶ, ଆସାମ ପ୍ରଥମ ତିନି ସ୍ଥାନ ଅଧିକାର କରିଛନ୍ତି। ମଣିପୁର ଓଭରଅଲ୍‌ ଚାମ୍ପିୟନ ହୋଇଛି। ଉସୁ ଆସୋସିଏଶନ ଅଫ୍‌ ଓଡ଼ିଶା ସଭାପତି ଏସ.ଏସ. ହରିଚନ୍ଦନ, ସାଧାରଣ ସମ୍ପାଦକ ପ୍ରଦ୍ୟୁମ୍ନ ବେହେରା, ଅଲ୍‌ ଓଡ଼ିଶା କିକ୍‌ବକ୍ସିଂ ଆସୋସିଏଶନ (ଏଓକେଏ) ସମ୍ପାଦକ ବିଭୂତି ଭୂଷଣ ବେହେରା କୃତୀ ଖେଳାଳିମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

କାହିଁକି ଚର୍ଚ୍ଚାରେ ରିୟାନ ପରାଗଙ୍କ ସେଲିବ୍ରେଶନ? ଗୁଜରାଟକୁ ହରାଇବା ପରେ ସେ ପଡ଼ିଆରେ କ’ଣ କରିଥିଲେ? ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୫।୪: ଇଣ୍ଡିଆନ ପ୍ରିମିୟର ଲିଗର ନୂଆ ସିଜିନରେ ଜଣେ ନୂତନ ପୂର୍ଣ୍ଣକାଳୀନ ଅଧିନାୟକଙ୍କ ସହିତ ପ୍ରବେଶ କରି, ରାଜସ୍ଥାନ ରୟାଲ୍ସ କ୍ରିକେଟର ଏକ ଚମତ୍କାର ପ୍ରଦର୍ଶନ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri