ପ୍ଲଟ ପ୍ରିୟ ସରକାରୀ ବାବୁ: ଲାଞ୍ଚ ଟଙ୍କାରେ କରିଛନ୍ତି ୫୭ ଏକର ଜମି, ୨ ଫାର୍ମହାଉସ୍‌

ଭୁବନେଶ୍ୱର/ଭବାନୀପାଟଣା,୩୦।୬ (ଉତ୍ତମ କୁମାର ଦାଶ): ମୃତ୍ତିକା ସଂରକ୍ଷଣ ଏବଂ ଜଳଛାୟା ବିକାଶ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗଙ୍କ ବିରୋଧରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ରେଡ୍‌ କରିଛି। ଏହି ରେଡ୍‌ରେ ଦୟାନିଧିଙ୍କ ନାଁରେ ୫୭ ଏକର ଜମି, ଦୁଇଟି ଫାର୍ମହାଉସ୍‌, ଏକ ସପିଂ କମ୍ପ୍ଲେକ୍ସ ଏବଂ ବେନାମୀ ଗାଡ଼ି ଠାବ ହୋଇଛି।

ଭିଜିଲାନ୍ସ ତଦନ୍ତରୁ ଜଣାପଡ଼ିଛି ଯେ, ଦୟାନିଧିଙ୍କ ନାଁରେ ଭୁବନେଶ୍ବର ଗୋଠପାଟଣାରେ ଏକ 3-BHK ଫ୍ଲାଟ୍‌, ଚନ୍ଦ୍ରଶେଖରପୁରରେ ଏକ ବିଲ୍ଡିଂ, ନବରଙ୍ଗପୁରରେ ୩ ହଜାର ବର୍ଗଫୁଟର ଏକ ନିର୍ମାଣାଧୀନ କୋଠା ଏବଂ ଏକ ସପିଂ କମ୍ପ୍ଲେକ୍ସ ରହିଛି। ଏହା ସହ ନବରଙ୍ଗପୁରରେ ୪୦ ଏକରର ଏକ ଫାର୍ମହାଉସ୍‌ରେ ପ୍ରାୟ ୧ କୋଟି ଟଙ୍କାର ବିନିଯୋଗ କରାଯାଇଛି। ଏହା ବ୍ୟତୀତ ୬ ଏକରର ଆଉ ଏକ ଫାର୍ମହାଉସ୍‌ରେ ୩୪ ଲକ୍ଷ ଟଙ୍କା ବିନିଯୋଗ ହୋଇଥିବା ଜଣାପଡ଼ିଛି। ଭବାନୀପାଟଣା ଉପକଣ୍ଠରେ ଆଉ ୧୧ ଏକର ଜମି ମଧ୍ୟ ଠାବ ହୋଇଛି।

ତଦନ୍ତ ସମୟରେ ୫୫ ଲକ୍ଷ ଟଙ୍କାର ବ୍ୟାଙ୍କ ଜମା ଏବଂ ଏକ ଚାରି ଚକିଆ ବେନାମୀ ଗାଡ଼ି ମଧ୍ୟ ଜବତ କରାଯାଇଛି। ଭିଜିଲାନ୍ସ ବିଭାଗ ଏହି ସମ୍ପତ୍ତିର ଉତ୍ସ ସମ୍ପର୍କରେ ଗଭୀର ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri