ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ପଡିଲେ RI, ଝରକା ବାହାରକୁ ଫିଙ୍ଗି ଦେଲେ ଟଙ୍କା

ଅନୁଗୋଳ,୮ା୧: ଜମି ଚିହ୍ନଟ ପାଇଁ ଲାଞ୍ଚ ନେଉଥିବା ବେଳେ ଧାରା ପଡିଲେ ରାଜସ୍ବ ନିରୀକ୍ଷକ(RI)। ଗୁରୁବାର ଅନୁଗୋଳ ଜିଲା ଆଠମଲ୍ଲିକ ତହସିଲ ଅନ୍ତର୍ଗତ ତୁସର RI ସର୍କଲର ରାଜସ୍ୱ ନିରୀକ୍ଷକ ସୁରେନ୍ଦ୍ର କୁମାର ଦାଶଙ୍କୁ ରେଡ୍ ହ୍ୟାଣ୍ଡ ଧରିଛି ଭିଜିଲାନ୍ସ।

ଜଣେ ଜମି ମାଲିକ ନିଜ ପ୍ଲଟ୍‌ର ସୀମା ନିର୍ଦ୍ଧାରଣ ପାଇଁ ଗତ ନଭେମ୍ବର ୨୪ ତାରିଖରେ ଆବେଦନ କରିଥିଲେ। ଏହି କାର୍ଯ୍ୟ କରିବା ପାଇଁ RI ସୁରେନ୍ଦ୍ର ଦାଶ ୧୦,୦୦୦ ଟଙ୍କା ଲାଞ୍ଚ ଦାବି କରିଥିଲେ।

ପୂର୍ବରୁ ଜାନୁଆରୀ ୫ ତାରିଖରେ ସେ ପ୍ରଥମ କିସ୍ତି ଭାବେ ୨,୦୦୦ ଟଙ୍କା ଗ୍ରହଣ କରିଥିଲେ। ବାକି ୮,୦୦୦ ଟଙ୍କା ପାଇଁ ବାଧ୍ୟ କରିବା ପରେ, ଆଲୋଚନା ମାଧ୍ୟମରେ ଏହାକୁ ୬,୦୦୦ ଟଙ୍କାକୁ କମାଇଥିଲେ।

ଅଭିଯୋଗକାରୀ ଏ ସମ୍ପର୍କରେ ଭିଜିଲାନ୍ସକୁ ସୂଚନା ଦେଇଥିଲେ। ଗୁରୁବାର କିଆକଟା ସ୍ଥିତ RI ଅଫିସ୍ ପରିସରରେ ଦ୍ୱିତୀୟ ତଥା ଶେଷ କିସ୍ତିର ୬,୦୦୦ ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ଟିମ୍ ତାଙ୍କୁ ମାଡ଼ି ବସିଥିଲେ। ଭିଜିଲାନ୍ସ ଟିମ୍‌କୁ ଦେଖି RI ଦାଶ ଟଙ୍କାତକ ଝରକା ବାହାରକୁ ଫିଙ୍ଗି ଦେଇଥିଲେ, କିନ୍ତୁ ଅଧିକାରୀମାନେ ସମସ୍ତ ଟଙ୍କା ଜବତ କରିବାରେ ସଫଳ ହୋଇଛନ୍ତି।

ଏହି ମାମଲାରେ କଟକ ଭିଜିଲାନ୍ସ ଥାନାରେ ମାମଲା ରୁଜୁ କରାଯାଇଛି। ବର୍ତ୍ତମାନ ଆୟ ବହିର୍ଭୂତ ସମ୍ପତ୍ତି ଠାବ କରିବା ପାଇଁ RI ଦାଶଙ୍କ ୩ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷ ବନ୍ଧୁଙ୍କ ଆଗରେ ଯୁବତୀଙ୍କୁ ଉଲଗ୍ନ କରିଦେଲେ ୫ ଯୁବକ: ଲହୁଲୁହାଣ…

ଭୁବନେଶ୍ୱର,୨୭।୨(ତ୍ରିନାଥ ମହାନ୍ତି):ଧଉଳି ଘଟଣାଠୁ ବଳି ଗଲା ଶହୀଦନଗର ଥାନା ୟୁନିଟ୍‌-୯ ଆଦିବାସୀ ହଷ୍ଟେଲ ସମ୍ମୁଖ ଘଟଣା। ପୁରୁଷ ବନ୍ଧୁଙ୍କ ଆଗରେ ଯୁବତୀଙ୍କୁ ୫ଜଣ ଅଭିଯୁକ୍ତ ଅସଦାଚରଣ କରିବା…

୧୦ଟିକିଆ ହାତୀପଲ ସହ ଯିବାବେଳେ କୂଅରେ ପଡ଼ିଗଲା ଛୁଆ ହାତୀ, ତାପରେ…

କେନ୍ଦୁଝର,୨୭।୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ରେଞ୍ଜ କାଠବାଉଁଶୁଳି ଗାଁରେ ଅଘଟଣ । କୂଅରେ ପଡ଼ି ଚାଲିଗଲା ହାତୀ ଛୁଆର ଜୀବନ । ଗୁରୁବାର ବିଳମ୍ବିତ ରାତିରେ…

ବିବାହ ବାର୍ଷିକୀରେ ଦମ୍ପତି ନେଲେ ବଡ଼ ନିଷ୍ପତ୍ତି: ଅଞ୍ଚଳରେ ଚର୍ଚ୍ଚା

ଭବାନୀପାଟଣା, ୨୭ା୨(ଉତ୍ତମ କୁମାର ଦାଶ):ଜନ୍ମଦିନ, ବିବାହ ବାର୍ଷିକୀ ଭଳି ଜୀବନର ସ୍ବତନ୍ତ୍ର ଦିନକୁ ସ୍ମରଣୀୟ କରିବାକୁ ଲୋକେ ବିଭିନ୍ନ ପଦକ୍ଷେପ ନିଅନ୍ତି ଲୋକେ। ଏଭଳି ଏକ ଘଟଣାକ୍ରମେ…

ସାଇବର ଠକେଇ, ପୁଣି ଜଣେ ଅଭିଯୁକ୍ତ ଗିରଫ

ବରଗଡ଼,୨୭।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପୋଲିସ ସାଇବର ଠକେଇ ପାଇଁ ଚାଲିଥିବା ଅପରେଶନ କବଚକୁ ଜୋରଦାର କରିଛି। ବୁଧବାର ଜିଲା ପୋଲିସ ୪ ଅଭିଯୁକ୍ତଙ୍କୁ ଗିରଫ କରଥିଲା। ଗୁରୁବାର…

ମ୍ୟୁଚୁଆଲ୍‌ ଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ: ଏବେ ୪୦ କ୍ୟାଟେଗୋରିରେ ହେବ ନିବେଶ, ‘ଇକ୍ୱୁଟି ଫଣ୍ଡ’ ଟଙ୍କାରେ…

ନୂଆଦିଲ୍ଲୀ,୨୬।୨: ଭାରତୀୟ ପୁଞ୍ଜି ବଜାର ନିୟନ୍ତ୍ରକ ସେବି (SEBI) ମ୍ୟୁଚୁଆଲ ଫଣ୍ଡ ହାଉସ୍‌ଗୁଡ଼ିକୁ ପୂର୍ବ ଅପେକ୍ଷା ଅଧିକ ସ୍ବାଧୀନତା ପ୍ରଦାନ କରିଛନ୍ତି। ନିବେଶକଙ୍କ ବିପଦ (Risk) କମାଇବା…

ଏଚ୍‌ପିଭି ଟିକାକରଣର ଶୁଭାରମ୍ଭ କରିବେ ମୋଦି

ନୂଆଦିଲ୍ଲୀ,୨୬ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୮ ତାରିଖ ଦେଶବ୍ୟାପୀ ହ୍ୟୁମ୍ୟାନ୍‌ ପାଭିଲୋମାଭାଇରସ୍‌ (ଏଚ୍‌ପିଭି) ଟିକାକରଣ ଅଭିଯାନ ରାଜସ୍ଥାନର ଆଜମେରରୁ ଶୁଭାରମ୍ଭ କରିବେ। ୧୪ ବର୍ଷ ବୟସର…

ପ୍ରଥମ ଥର ପାଇଁ ଏଭଳି କାରନାମା  କଲେ ଅଭିଷେକ ଶର୍ମା, ହତବାକ୍‌ ହୋଇଗଲା ଜିମ୍ବାଓ୍ବେ! 

ଚେନ୍ନାଇ,୨୬।୨: ଟି-୨୦ ବିଶ୍ୱକପ୍‌ ୨୦୨୬ରେ ଖରାପ ଫର୍ମ ଦେଇ ଗତି କରୁଥିବା ଅଭିଷେକ ଶର୍ମା ଶେଷରେ ଜିମ୍ବାୱେ ବିପକ୍ଷରେ ନିଜର ରୌଦ୍ର ରୂପ ଦେଖାଇଛନ୍ତି। ସିକନ୍ଦର ରଜାଙ୍କ…

ଅଭିନେତ୍ରୀ ନିକିତା ହତ୍ୟା ମାମଲା: ସ୍ବାମୀ ଲିପନ ସାହୁଙ୍କୁ ଆଜୀବନ ଜେଲ

କଟକ,୨୬।୨(କାର୍ତ୍ତିକ ସାହୁ/ପ୍ରଭୁ କଲ୍ୟାଣ ପାଲ): ବହୁ ଚର୍ଚ୍ଚିତ ଅଭିନେତ୍ରୀ ନିକିତା ହତ୍ୟାକାଣ୍ଡ ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। କଟକ ତୃତୀୟ ଅତିରିକ୍ତ ଜିଲା ଓ ଦୌରାଜଜ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri