ବଡ଼ଧରଣର ଭିଜିଲାନ୍ସ ରେଡ୍: ଏକକାଳୀନ ଫରେଷ୍ଟରଙ୍କ ୫ଟି ଠିକଣାରେ ଚଢ଼ାଉ

କୋରାପୁଟ,୨୬।୧୨(କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼): ଆୟ ବହିର୍ଭୂତ ସମ୍ପତ୍ତି (DA) ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ଶୁକ୍ରବାର କୋରାପୁଟ ଫରେଷ୍ଟ ଡିଭିଜନ୍‌ର ଫରେଷ୍ଟର ନିରଞ୍ଜନ ଶତପଥୀଙ୍କର ୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଉଛି।

ଭୁବନେଶ୍ୱରସ୍ଥିତ ସ୍ପେଶାଲ ଜଜ୍, ଭିଜିଲାନ୍ସଙ୍କ ଦ୍ୱାରା ଜାରି ସର୍ଚ୍ଚ ୱାରେଣ୍ଟ ବଳରେ ୬ ଜଣ ଡିଏସ୍‌ପି, ୭ ଜଣ ଇନ୍ସପେକ୍ଟର ଏବଂ ଅନ୍ୟ କର୍ମଚାରୀଙ୍କ ନେତୃତ୍ୱରେ ଏହି ଖାନତଲାସି କରାଯାଉଛି।

ଚଢ଼ାଉ ହୋଇଥିବା ସ୍ଥାନଗୁଡ଼ିକ ହେଉଛି, ଝାରପଡ଼ା, ଭୁବନେଶ୍ୱର: ପ୍ଲଟ୍ ନଂ ୪୦୮/୨୩୯୦/୬୩୮୮ରେ ଥିବା ଏକ ତିନି ମହଲା କୋଠା। ଝାରପଡ଼ା, ଭୁବନେଶ୍ୱରରେ ପ୍ଲଟ୍ ନଂ ୪୦୮/୨୩୯୦/୬୨୭୪ରେ ଥିବା ଆଉ ଏକ ତିନି ମହଲା କୋଠା। ବିଳା ଗ୍ରାମ, ମୁକୁନ୍ଦପୁର, ଜଗତସିଂହପୁରରେ ତାଙ୍କ ପୈତୃକ ଘର। ସେମିଳିଗୁଡ଼ା, କୋରାପୁଟ: ଫରେଷ୍ଟ ଡିଭିଜନ ଅଧୀନରେ ତାଙ୍କ ସରକାରୀ କ୍ୱାର୍ଟର୍। ସେମିଳିଗୁଡ଼ା, କୋରାପୁଟରେ ତାଙ୍କ ଅଫିସ୍ ରୁମ୍।

ବର୍ତ୍ତମାନ ସୁଦ୍ଧା ଚଢ଼ାଉ ଜାରି ରହିଛି। ଅଧିକ ସୂଚନା ପରେ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀ ଅପହରଣ ଘଟଣାର ପର୍ଦ୍ଦାଫାଶ: ସାମ୍ନାକୁ ଆସିଲା ବଡ଼ କାରଣ: ‘ହନୁମାନ ପଇସା’ କାରବାରରୁ…

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ‘ହନୁମାନ ପଇସା’ କାରବାରକୁ କେନ୍ଦ୍ର କରି ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ଅପହରଣ କରାଯାଇଥିବା ଜଣାପଡ଼ିଛି। ଭୁବନେଶ୍ୱରରୁ…

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri