Posted inରାଜ୍ୟ

ପିଏମ୍‌ଏଓ୍ବାଇ-ଅର୍ବାନ ପୁରସ୍କାରରେ ସମ୍ମାନିତ ହେଲା ଓଡ଼ିଶା

ଭୁବନେଶ୍ବର,୨୦ା୧୦(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଆବାସ ଓ ସହରୀ ବିକାଶ ମନ୍ତ୍ରଣାଳୟ ପ୍ରଦତ୍ତ ପିଏମ୍‌ଏଓ୍ବାଇ-ଅର୍ବାନ ପୁରସ୍କାର ଅନ୍ତର୍ଗତ ସ୍ବତନ୍ତ୍ର ବର୍ଗରେ ଶ୍ରେଷ୍ଠ ନୀତିଗତ ପଦକ୍ଷେପ ନେଇଥିବା ରାଜ୍ୟ ଭାବେ ଓଡ଼ିଶା ପୁରସ୍କାର ଲାଭ କରିଛି। ଗୁଜରାଟର ରାଜକୋଟ୍‌ଠାରେ ବୁଧବାରଠାରୁ ଆରମ୍ଭ ହୋଇଥିବା ତ୍ରିଦିବସୀୟ ଇଣ୍ଡିଆନ ଅର୍ବାନ ହାଉସିଂ କନ୍‌କ୍ଲେଭରେ କେନ୍ଦ୍ର ଆବାସ ଓ ସହରୀ ବିକାଶ ମନ୍ତ୍ରୀ ହରଦୀପ୍‌ ସିଂ ପୁରୀ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା ପୌର ପ୍ରଶାସନ ନିର୍ଦ୍ଦେଶକ ସଂଗ୍ରାମଜିତ ନାୟକ ଏବଂ ଓଡ଼ିଶା ସହରାଞ୍ଚଳ ଗୃହ ନିର୍ମାଣ ମିଶନ ଆବାସର ମିଶନ ନିର୍ଦ୍ଦେଶକ ଦେବାଶିଷ ସିଂହ ମିଳିତ ଭାବେ ଏହି ପୁରସ୍କାର ଗ୍ରହଣ କରିଛନ୍ତି। ସହରାଞ୍ଚଳର ଭୂମିହୀନ ଗରିବ ବ୍ୟକ୍ତିବିଶେଷଙ୍କୁ ଓଡ଼ିଶା ସରକାର ତାଙ୍କର ଅଗ୍ରଣୀ ଯୋଜନା ଜାଗା ମିଶନ ଜରିଆରେ ସୁରକ୍ଷିତ ଭୂମିସ୍ବତ୍ୱ ଅବଧିର ଅଧିକାର ଯୋଗାଇ ଦେଇଛନ୍ତି। ଏଥିପାଇଁ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅର୍ବାନ ଅନ୍ତର୍ଗତ ସହାୟତା ନିମନ୍ତେ ଅନ୍ତର୍ଭୁକ୍ତ କରିବା ଦିଗରେ ନେଇଥିବା ଉଲ୍ଲେଖଯୋଗ୍ୟ ପଦକ୍ଷେପର ସ୍ବୀକୃତି ସ୍ବରୂପ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏହି ପୁରସ୍କାର ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଖେମୁଣ୍ଡି ରାଜକୁମାର ମୋହନ ପ୍ରସାଦ ଦେବଙ୍କ ପରଲୋକ; ରାଜ ଶ୍ମଶାନରେ ହେଲା ଅନ୍ତିମ ସଂସ୍କାର, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ବଡ଼ଖେମୁଣ୍ଡି ରାଜକୁମାର ମୋହନ ପ୍ରସାଦ ଦେବଙ୍କ ଦେହାନ୍ତ ହୋଇଛି । ଗଞ୍ଜାମ ଜିଲାର ତତ୍କାଳୀନ ବଡ଼ଖେମୁଣ୍ଡି ରାଜ୍ୟର ଶେଷ ସମ୍ରାଟ ରାଜା ରାମଚନ୍ଦ୍ର…

ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲରୁ ଧମକ, ବିକ୍ରମ ପଣ୍ଡାଙ୍କ ନାଁରେ ପୁଣି ମାମଲା

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ ): ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ପୁଣି ବଢ଼ିଲା ଅଡୁଆ । ଜେଲରେ ରହିଥିବା ସମୟରେ ମୃତ ଭାଜପା ନେତା ତଥା ଆଇନଜୀବୀ…

ସହରର ମୁଖ୍ୟ ରାସ୍ତାରେ ଗଦାହୋଇଛି ବାଲି, ଦୁର୍ଘଟଣାକୁ ଆମନ୍ତ୍ରଣ କରି…

ଗଞ୍ଜାମ,୧୬ା୯(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥଠାରୁ ଗଞ୍ଜାମ ସହରକୁ ସଂଯୋଗ ମୁଖ୍ୟ ରାସ୍ତାରେ ଅଧିକାଂଶ ସମୟରେ ଘର ନିର୍ମାଣ କାର୍ଯ୍ୟ ପାଇଁ ବାଲି ଶୁଖା ଯାଉଥିବା…

ବଜ୍ରପାତରେ ଦୁଇ ପରିବାରର ଚାଲିଗଲା ୨ ଜୀବନ

ବଞ୍ଚୋ/ଆନନ୍ଦପୁର,,୧୬ା୯(ପ୍ରଦୋଷ ବିଶ୍ୱାଳ/ ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ବୁଧବାର ବଜ୍ରପାତ ଘଟି ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଅଚାନକ ବଜ୍ରପାତରେ ଦୁଇଟି…

ମୂର୍ତ୍ତି ବିସର୍ଜନବେଳେ ପୋଖରୀରେ ବୁଡ଼ି ଛାତ୍ରଙ୍କ ଜୀବନ ଗଲା, ଗାଁରେ ଶୋକାକୁଳ ପରିବେଶ

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ପଞ୍ଚାୟତ ସିଦ୍ଧଖଣ୍ଡି ଗାଁ ସ୍କୁଲରେ ୮ମ ଶ୍ରେଣୀରେ ପଢୁଥିବା ମରମ ଜେନାଙ୍କ ପୁଅ ସୀତାଂଶୁ (୧୩)ଙ୍କ…

ଅଳିଦାଗଦାରେ ପୂରିଛି ସିମନବାଡ଼ି, ଯାତାୟାତବେଳେ ନାକ ଟେକୁଛନ୍ତି ପର୍ଯ୍ୟଟକ, ମାସିକ ବୈଠକରେ…

ଦାରିଙ୍ଗବାଡ଼ି,୧୬ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଅନ୍ୟତମ ପର୍ଯ୍ୟଟକଙ୍କ ଯାତାୟାତ ସ୍ଥାନ ସିମନବାଡ଼ି ପଞ୍ଚାୟତ ଅଞ୍ଚଳ ଏବେ କୁଢ଼କୁଢ଼ ଅଳିଆ ଗଦାରେ ପୁତ୍ତିମୟ ଗନ୍ଧରେ ନାକ…

ପାରିବାରିକ କଳହର କରୁଣ ପରିଣତି, ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀଙ୍କ ଜୀବନ ଗଲା, ଘରେ ପଡ଼ିଛି…

ଚାନ୍ଦବାଲି,୧୬ା୯(କିଷାନ ପାତ୍ର): ଏମିତି ଏକ ଦୁଃଖଦ ଘଟଣାକୁ ନେଇ ଚାନ୍ଦବାଲି ଅଞ୍ଚଳରେ ଚାଞ୍ଚଲ୍ୟ ଦେଖାଦେଇଛି। ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଧୀନ ପାଇକିରାପୁର ଗ୍ରାମରେ ପାରିବାରିକ କଳହକୁ…

U-15ରେ ଓଡ଼ିଶା ପାଇଁ ଖେଳିବେ ଗୁଡ଼ାରି ଝିଅ ଆୟୁଷା

ଗୁଡ଼ାରି,୧୬ା୯(ପ୍ରମୋଦ କୁମାର ପତି): ୧୫ ବର୍ଷରୁ କମ୍‌ କ୍ରିକେଟ୍‌ରେ ଓଡ଼ିଶା ପାଇଁ ଖେଳିବାର ସୁଯୋଗ ପାଇଛନ୍ତି ରାୟଗଡ଼ା ଜିଲା ଗୁଡ଼ାରି ଝିଅ ଆୟୁଷା ମିଶ୍ର। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?