‘ଖୁବ୍‌ଶୀଘ୍ର ଓଡ଼ିଶାର ଜଳବିବାଦ ସମାଧାନ ହେବ’

ଭୁବନେଶ୍ୱର, ୭।୯(ବ୍ୟୁରୋ): ଦୀର୍ଘଦିନ ଧରି ଲାଗି ରହିଥିବା ମହାନଦୀ ଜଳ ବିବାଦ ସମେତ ବିଭିନ୍ନ ଜଳ ସମସ୍ୟା ଯୋଗୁ ରାଜ୍ୟବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଟ୍ରିବୁନାଲରେ ରହିଥିବା ସମସ୍ତ ମାମଲାକୁ ଏବେ ଅନୁଧ୍ୟାନ କରାଯାଉଛି। ଖୁବ୍‌ଶୀଘ୍ର ଓଡ଼ିଶାରେ ଜଳବିବାଦର ସମାଧାନ ହେବ ବୋଲି କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ କଲ୍ୟାଣ ବିଭାଗ ରାଷ୍ଟ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ପ୍ରକାଶ କରିଛନ୍ତି। ସୋମବାର ୬ ଦିନିଆ ଓଡିଶା ଗସ୍ତରେ ଆସି ସେ କହିଛନ୍ତି, ଓଡିଶାରେ ସଂଘୀୟ ବ୍ୟବସ୍ଥାରେ ବହୁ ବ୍ୟତିକ୍ରମ ହେଉଛି। ସ୍ବାସ୍ଥ୍ୟ ସେବା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଜଳଜୀବନ ମିଶନ, ଆଦିବାସୀ କଲ୍ୟାଣକାରୀ ଯୋଜନାର ଠିକ କାର୍ଯ୍ୟକାରୀ ହେବାରେ ସମସ୍ୟା ଦେଖାଦେଉଛି। ଆଦିବାସୀଙ୍କ କଲ୍ୟାଣ ପାଇଁ ବିଭାଗ ତରଫରୁ ଅନେକ ବ୍ୟବସ୍ଥା ରହିଛି। କେନ୍ଦ୍ର ସରକାର ରାଜ୍ୟବାସୀଙ୍କ ପାଇଁ ପ୍ରଚୁର ଅର୍ଥ ପଠାଉଛନ୍ତି। ରାଜ୍ୟବାସୀଙ୍କ ସ୍ବାର୍ଥରେ ଏହାକୁ କାର୍ଯ୍ୟକାରୀ କରିବା ସରକାରଙ୍କ ଦାୟିତ୍ୱ। ରାଜ୍ୟ ସରକାରଙ୍କ ଆନ୍ତରିକତା ଏବଂ ଦୁରଦୃଷ୍ଟି ଅଭାବରୁ ସରଳ ଓ ଗରିବ ଲୋକେ ସେମାନଙ୍କ ନାର୍ଯ୍ୟ ହକ୍‌ ପାଇବାରୁ ବଞ୍ଚିତ ହେଉଛନ୍ତି ବୋଲି ଟୁଡୁ କହିଛନ୍ତି। ସେ ଆହୁରି କହିଛନ୍ତି, ସଂଘୀୟ ବ୍ୟବସ୍ଥାରେ କେନ୍ଦ୍ର ଟଙ୍କା ଦିଏ ଏବଂ ରାଜ୍ୟ ସରକାର ତାକୁ କାର୍ଯ୍ୟକାରୀ କରନ୍ତି। ଦିଆଯାଉଥିବା କେନ୍ଦ୍ରୀୟ ଅନୁଦାନକୁ ରାଜ୍ୟ ସରକାର ଖର୍ଚ୍ଚ କରି ନ ପାରିବାରୁ ତାହା ପୁଣି କେନ୍ଦ୍ରକୁ ଫେରିଯାଉଛି। ‘ହର୍‌ ଘର୍‌ ଜଲ୍‌’ ଯୋଜନାରେ ଓଡିଶାକୁ ୩୨୩୨ କୋଟି ଟଙ୍କା ପ୍ରଦାନ କରାଯାଇଛି। ପଞ୍ଚଦଶ ଅର୍ଥ କମିଶନଙ୍କ ସୁପାରିଶ ଆଧାରରେ ୧ ଲକ୍ଷ ୪୨ କୋଟି ଟଙ୍କା ରାଜ୍ୟ ସରାକାର ପାଇଛନ୍ତି। ବିଶେଷ ଭାବେ ଆଦିବାସୀଙ୍କ ବିକାଶ ପାଇଁ କେନ୍ଦ୍ରରୁ ବ୍ୟାପକ ଅର୍ଥ ଆସୁଛି। ରାଜ୍ୟ ସରକାର ୟୁସି ଦେବାରେ ବିଫଳ ହେଉଛନ୍ତି। ଅନ୍ୟପଟେ ନିଜ ନାଁ ରେ ବ୍ରାଣ୍ଡିଂ କରି କେନ୍ଦ୍ରୀୟ ଯୋଜନାକୁ ହଡପ୍‌ କରିବାରେ ରାଜ୍ୟ ସରକାର ବ୍ୟସ୍ତ ବୋଲି ଟୁଡୁ କହିଛନ୍ତି। ଟୁଡୁ ଲିଙ୍ଗରାଜଙ୍କୁ ଦର୍ଶନ କରିବା ପରେ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ପୁରୀ ଗସ୍ତ ଅବସରରେ ତାଙ୍କୁ ବିଭିନ୍ନ ସ୍ଥାନରେ ବିପୁଳ ସ୍ବାଗତ ଓ ସମ୍ବର୍ଦ୍ଧନା ଦିଆଯାଇଥିଲା। ସେ ମଙ୍ଗଳବାର ବାରିପଦାରେ ରାତ୍ରିଯାପନ କରିବେ। ଆସନ୍ତା ୮, ୯, ୧୦ ଓ ୧୧ରେ ମୟୁରଭଞ୍ଜ ସଂସଦୀୟ କ୍ଷେତ୍ରରେ ବିଭିନ୍ନ ସ୍ଥାନ ଗସ୍ତ କରି ଦଳୀୟ ଏବଂ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri