ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ମିଳିବ ପାଉଁଜି, ଶାଢ଼ୀ, ଚୁଡ଼ି

ଭୁବନେଶ୍ୱର,୯।୧: ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ଆର୍ଥିକ ସହାୟତା ସହିତ ସରକାର ଉପହାର ମଧ୍ୟ ଦେବେ। ଏନେଇ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଯୋଗ୍ୟ କନ୍ୟାଙ୍କୁ ଉପହାର ପ୍ରଦାନ କରିବା ପାଇଁ ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ଓଡ଼ିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି।

ଉତ୍କଳିକା ଏହି ଯୋଜନାରେ କନ୍ୟାଙ୍କୁ ହସ୍ତତନ୍ତ ଶାଢ଼ି, ଚୁଡ଼ି, ରୁପାର ପାଉଁଜି ଓ ଝୁଣ୍ଟିଆ ଭଳି ଶୃଙ୍ଗାର ସାମଗ୍ରୀ ସହ ବାସନକୁସନ ଭଳି ଘରୋଇ ବ୍ୟବହାର ସାମଗ୍ରୀ ଯୋଗାଇବ। ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ସହଯୋଗ ଦ୍ୱାରା ମହିଳା କଲ୍ୟାଣକାରୀ ଯୋଜନା ହିତାଧିକାରୀଙ୍କ ପାଖରେ ପହଞ୍ଚିବା ସହ ରାଜ୍ୟର ହସ୍ତଶିଳ୍ପ ଓ ହସ୍ତକଳା କ୍ଷେତ୍ରକୁ ମଧ୍ୟ ପ୍ରୋତ୍ସାହନ ମିଳିବ।

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ଯୋଗ୍ୟ କନ୍ୟାଙ୍କୁ ବିବାହ ପଞ୍ଜୀକରଣର ୭ ଦିନ ପରେ ୩୫ ହଜାର ଟଙ୍କା ଆକାଉଣ୍ଟକୁ ଦିଆଯିବ। ଏହା ବ୍ୟତୀତ ଉପହାର ପାଇଁ ୧୦ ହଜାର ଟଙ୍କା ଏବଂ ସାଜସଜ୍ଜା ପାଇଁ ୬ ହଜାର ଟଙ୍କା ଦେବାର ବ୍ୟବସ୍ଥା ରହିଛି।

ଏହି ଏମ୍ଓୟୁ ସ୍ୱାକ୍ଷର କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶୁଭା ଶର୍ମା ଏବଂ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ନିର୍ଦ୍ଦେଶିକା ନିବେଦିତା ପୃଷ୍ଟିଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। ଏହି ବୁଝାମଣାପତ୍ର ମହିଳା ଓ ଶିଶୁ ବିକାଶ ବିଭାଗ ଅତିରିକ୍ତ ସଚିବ ସୁମିତ୍ରା ପଟ୍ଟନାୟକ ଓ ଉତ୍କଳିକାର ପରିଚାଳନା ନିର୍ଦ୍ଦେଶିକା ମମତା ନାୟକଙ୍କ ମଧ୍ୟରେ ସ୍ୱାକ୍ଷର ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri