ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ସଂଲଗ୍ନ ବାଂଲାଦେଶ ଉପକୂଳ ଅଞ୍ଚଳରେ ସକ୍ରିୟ ରହିଛି। ରବିବାର ସୁଦ୍ଧା ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଓଡ଼ିଶାରେ ୨୮ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ୱନୁମାନ କରାଯାଇଛି। ରବିବାର ୫ଟି ଜିଲା ଯଥା କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, ରାୟଗଡ଼ା ଏବଂ କୋରାପୁଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ୱାର୍ନିଂ ଜାରି କରାଯାଇଛି। ସେହିପରି ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ୱଲପୁର, ସୁବର୍ଣ୍ଣପୁର, ବଲାଙ୍ଗୀର, କନ୍ଧମାଳ, ନବରଙ୍ଗପୁର, ମାଲକାନଗିରି, ଗଜପତି ଓ ଗଞ୍ଜାମ ଜିଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ୱାର୍ନିଂ ଦିଆଯାଇଛି। ଏଥିସହ ସମସ୍ତ ଜିଲାର କିଛି ସ୍ଥାନରେ ଘଡ଼ଘଡ଼ି ସହିତ ଝଡ଼ବର୍ଷା ନେଇ ସତର୍କ କରାଯାଇଛି। ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି। ଅନ୍ୟପକ୍ଷରେ ଶନିବାରଠାରୁ ଆକାଶ ମେଘାଚ୍ଛନ୍ନ ହେବା ସହ ବର୍ଷା ଆରମ୍ଭ ହୋଇଛି।
ଖୋର୍ଦ୍ଧା ଜିଲା ଚିଲିକାଠାରେ ସର୍ୱାଧିକ ୯୩ ମି.ମି ବର୍ଷା ହୋଇଥିବାବେଳେ ନବରଙ୍ଗପୁର ୮୩ ମି.ମି., ନଣ୍ଡାହାଣ୍ଡି ୭୬ ମି.ମି., ତେନ୍ତୁଳିଖୁଣ୍ଟି ୬୭ ମି.ମି., ରାୟଗଡା ଜିଲା ଗୁଣପୁର ୫୯.୨ ମିମି., ପୁରୀ ଜିଲା କାକଟପୁର ୫୭ ମି.ମି., ଜଗତ୍‌ସିଂହପୁର ଜିଲା ବାଲିକୁଦା ୫୬ ମି.ମି., ଖୋର୍ଦ୍ଧା ୫୫ ମି.ମି., ରାୟଗଡ଼ା ଜିଲା ଆର୍‌ ଗୁଡାରେ ୫୪.୮ ମି.ମି. ବର୍ଷା ରେକର୍ଡ ହୋଇଛି। ଅପରପକ୍ଷେ ବର୍ଷା ସତ୍ତ୍ୱେ ବିଭିନ୍ନ ସ୍ଥାନରେ ଗରମ ଓ ଗୁଳୁଗୁଳି ଅନୁଭୂତ ହେବା ସହିତ ୧୩ ସ୍ଥାନର ତାପମାତ୍ରା ୩୦ ଡିଗ୍ରୀ ଉପରେ ରହିଥିଲା। ଜଗତ୍‌ସିଂହପୁର ଜିଲାରେ ସର୍ୱାଧିକ ତାପମାତ୍ରା ୩୪.୮ ଡିଗ୍ରୀ ରହିଥିବାବେଳେ ବାରିପଦାରେ ୩୪ ଡିଗ୍ରୀ, ଛତ୍ରପୁରରେ ୩୩.୭ ଡିିଗ୍ରୀ, ରାଉରକେଲାରେ ୩୩.୨ ଡିଗ୍ରୀ, ଚାନ୍ଦବାଲିରେ ୩୩.୧ ଡିଗ୍ରୀ, ତାଳଚେରରେ ୩୨.୮ ଡିଗ୍ରୀ, ସୋନପୁର ଓ ଭଦ୍ରକରେ ୩୨.୫ ଡିଗ୍ରୀ, ବାଲେଶ୍ୱର ଓ ଯାଜପୁରରେ ୩୨ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?