Posted inରାଜ୍ୟ

ଆସନ୍ତାକାଲି ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା: ୫ ଜିଲାକୁ ରେଡ୍ ଓ୍ବାର୍ନିଂ

ଭୁବନେଶ୍ୱର,୮।୯: ଆସନ୍ତାକାଲି ପାଇଁ ଓଡିଶାର ପାଞ୍ଚଟି ଜିଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର(ଆଇଏମଡି) ୫ ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରିଛି। ବଙ୍ଗୋପସାଗରରେ ସୃଷ୍ଟ ସୁଦୃଶ୍ୟ ଲଘୁଚାପ ଅବପାତରେ ପରିଣତ ହୋଇ ଉତ୍ତରପଶ୍ଚିମ ଆଡ଼କୁ ଅଗ୍ରସର ହେଉଛି । ପାଣିପାଗ ବିଭାଗର ସୂଚନା ଅନୁସାରେ, ଏହା ଉତ୍ତର-ପଶ୍ଚିମକୁ ଗତି କରି ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳକୁ ମୁହାଁଇବ ।

ଆସନ୍ତା ୧୬ ଘଣ୍ଟା ମଧ୍ୟରେ ଏହା ଗଭୀର ଅବପାତରେ ପରିଣତହେବା ସମ୍ଭାବନା ରହିଥିବା ପାଣିପାଗ ବିଭାଗ କହିଛି । ଆସନ୍ତାକାଲି ଏବଂ ମଙ୍ଗଳବାର ଦିନ ବର୍ଷାର ପ୍ରଭାବ ଅଧିକ ରହିବ ବୋଲି ଅନୁମାନ କରାଯାଇଛି । ଏଥିପାଇଁ ଆସନ୍ତାକାଲି ପାଇଁ ପୁରୀ, ଜଗତସିଂହପୁର, ଖୋର୍ଦ୍ଧା, କଟକ ଏବଂ ଢେଙ୍କାନାଳ ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଛି।

ସେହିଭଳି ୧୨ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଓ ୧୩ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୧୦ ତାରିଖ ପାଇଁ ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ରହିଥିବାବେଳେ ସୋନପୁର, ବରଗଡ଼, ଅନୁଗୋଳ, ବୌଦ୍ଧ, କେନ୍ଦୁଝର ଏବଂ ଦେବଗଡ ଆଦି ରହିଛି। ପ୍ରବଳ ବର୍ଷା ସହ ଘଣ୍ଟା ପ୍ରତି ୪୦ ରୁ ୫୦ କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି। ସମୁଦ୍ର ଅଶାନ୍ତ ରହିବା ଆଶଙ୍କା ଥିବାରୁ ୧୦ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?