Posted inରାଜ୍ୟ

ଆସନ୍ତାକାଲି ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା: ୫ ଜିଲାକୁ ରେଡ୍ ଓ୍ବାର୍ନିଂ

ଭୁବନେଶ୍ୱର,୮।୯: ଆସନ୍ତାକାଲି ପାଇଁ ଓଡିଶାର ପାଞ୍ଚଟି ଜିଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର(ଆଇଏମଡି) ୫ ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରିଛି। ବଙ୍ଗୋପସାଗରରେ ସୃଷ୍ଟ ସୁଦୃଶ୍ୟ ଲଘୁଚାପ ଅବପାତରେ ପରିଣତ ହୋଇ ଉତ୍ତରପଶ୍ଚିମ ଆଡ଼କୁ ଅଗ୍ରସର ହେଉଛି । ପାଣିପାଗ ବିଭାଗର ସୂଚନା ଅନୁସାରେ, ଏହା ଉତ୍ତର-ପଶ୍ଚିମକୁ ଗତି କରି ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳକୁ ମୁହାଁଇବ ।

ଆସନ୍ତା ୧୬ ଘଣ୍ଟା ମଧ୍ୟରେ ଏହା ଗଭୀର ଅବପାତରେ ପରିଣତହେବା ସମ୍ଭାବନା ରହିଥିବା ପାଣିପାଗ ବିଭାଗ କହିଛି । ଆସନ୍ତାକାଲି ଏବଂ ମଙ୍ଗଳବାର ଦିନ ବର୍ଷାର ପ୍ରଭାବ ଅଧିକ ରହିବ ବୋଲି ଅନୁମାନ କରାଯାଇଛି । ଏଥିପାଇଁ ଆସନ୍ତାକାଲି ପାଇଁ ପୁରୀ, ଜଗତସିଂହପୁର, ଖୋର୍ଦ୍ଧା, କଟକ ଏବଂ ଢେଙ୍କାନାଳ ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଛି।

ସେହିଭଳି ୧୨ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଓ ୧୩ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୧୦ ତାରିଖ ପାଇଁ ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ରହିଥିବାବେଳେ ସୋନପୁର, ବରଗଡ଼, ଅନୁଗୋଳ, ବୌଦ୍ଧ, କେନ୍ଦୁଝର ଏବଂ ଦେବଗଡ ଆଦି ରହିଛି। ପ୍ରବଳ ବର୍ଷା ସହ ଘଣ୍ଟା ପ୍ରତି ୪୦ ରୁ ୫୦ କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି। ସମୁଦ୍ର ଅଶାନ୍ତ ରହିବା ଆଶଙ୍କା ଥିବାରୁ ୧୦ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତି ବୃଦ୍ଧି ଘୋଷଣା କଲେ ଟ୍ରମ୍ପ, ମୁନିର-ଶେହବାଜଙ୍କ ଅନୁରୋଧ ପରେ ନେଲେ ଏହି ନିଷ୍ପତ୍ତି

ଓ୍ବାଶିଂଟନ୍‌,୨୨।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି ଘୋଷଣା କରିଛନ୍ତି। ବର୍ତ୍ତମାନର ଯୁଦ୍ଧବିରତି ଶେଷ ହେବାର କିଛି ଘଣ୍ଟା ପୂର୍ବରୁ ପାକିସ୍ତାନର ଅନୁରୋଧରେ…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଭୁବନେଶ୍ୱର,୨୨ା୪(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ରାଜ୍ୟ ମନ୍ତ୍ରିମଣ୍ଡଳର ୩୯ତମ ବୈଠକ ତଥା ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

ଥୁଆମୂଳ ରାମପୁରରେ ଖଣି ଖନନ ନେଇ ଜନଗର୍ଜନ: ବିରାଟ ଶୋଭାଯାତ୍ରା, ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଥୁଆମୂଳ ରାମପୁର,୨୧ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ପ୍ରସ୍ତାବିତ ସିଜିମାଲି ଖଣି ଖନନକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ମଙ୍ଗଳବାର…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି କରିବାକୁ ମନା କଲେ ଟ୍ରମ୍ପ, ବଡ଼ ପଦକ୍ଷେପ ନେଉଛି ପାକିସ୍ତାନ

ଓ୍ବାଶିଂଟନ,୨୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ଯୁଦ୍ଧବିରତିକୁ ବୃଦ୍ଧି କରିବାକୁ ମନା କରିଦେଇଛନ୍ତି, ଯାହା ଆଞ୍ଚଳିକ ଉତ୍ତେଜନାକୁ ଆହୁରି ବୃଦ୍ଧି କରିଛି ।…

ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିଲେ ଦମ୍ପତି, ବାଇକ ଧକ୍କାରେ ଚାଲିଗଲା ଜୀବନ

ଆନନ୍ଦପୁର,୨୧।୪(ସୁଶାନ୍ତ କୁମାର ସାହୁ ): ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିବା ବେଳେ ବାଟରେ ଭୟଙ୍କର ଦୁର୍ଘଟଣା । ସ୍ବାମୀ, ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri