ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଜାରି କରାଯାଇଛି । ମୟୂରଭଞ୍ଜରେ ସର୍ବାଧିନ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି । ବାକି ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି ।

ଗୁରୁବାର ବର୍ଷାର ପରିମାଣ ବୃଦ୍ଧି ପାଇବାର ସମ୍ଭାବନା ରହିଛି ।ରାୟଗଡା,ଗଜପତି, ଗଞ୍ଜାମ, ମାଲକାନଗିରି, କୋରାପୁଟ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର,ନୂଆପଡା,  ଢେଙ୍କାନାଳ, ଅନୁଗୁଳ, ଦେଓଗଡ ଓ ସୁନ୍ଦରଗଡ, ଭଦ୍ରକ, ବାଲେଶ୍ୱର ,ଯାଜପୁରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୪୮ ଘଣ୍ଟାରେ ସାରା ରାଜ୍ୟରେ ବର୍ଷାର ଆକଳନ କରାଯାଇଥିବା ବେଳେ ସତର୍କ ରହିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଆଜି ପାଇଁ ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର, ସମ୍ବଲପୁର, କେନ୍ଦୁଝର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ଏବଂ ନୟାଗଡ଼ ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଥିଲା ।

 

Dharitri – Odisha’s No.1 Odia Daily