ଓଡ଼ିଶା-ପଶ୍ଚିମବଙ୍ଗ ସୀମା ବିବାଦ: ଆରମ୍ଭ ହେଲା ସାଟେଲାଇଟ୍‌ ସର୍ଭେ

ଜଳେଶ୍ୱର, ୩୦।୧(ଡି.ଏନ.ଏ.)-ଦୀର୍ଘବର୍ଷ ହେଲା ଓଡ଼ିଶା-ପଶ୍ଚିମବଙ୍ଗ ସୀମା ବିବାଦ ଲାଗି ରହିଛି। ପଶ୍ଚିମବଙ୍ଗ ବାଲିମାଫିଆମାନେ ଓଡ଼ିଶା ସୀମାରୁ କୋଟି କୋଟି ଟଙ୍କାର ବାଲି ଚୋରାଚାଲାଣ କରି ମାଲେମାଲ ହେଉଛନ୍ତି। ବେଆଇନ ବାଲି ଉତ୍ତୋଳନ ଯୋଗୁ ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକର ନଦୀକୂଳ ଗ୍ରାମ ବିଳାସପୁର, ଗୋପାଳପୁର, କୁଆଁରପୁର, ମାକିଡ଼ିଆ, ତୋଟାପଡ଼ା, ବେହେରାସାହି, ପ୍ରହରାଜପୁର, ଦକ୍ଷିଣ ପ୍ରହରାଜପୁର ଓ ମକରମପୁର ଗାଁ ପ୍ରତି ବିପଦ ସୃଷ୍ଟି ହୋଇଛି। ଏ ସମ୍ପର୍କରେ ଏନ୍‌ଜିଟିରେ ମାମଲା ଚାଲୁ ରହିଥିଲା ବେଳେ ଉଭୟ ରାଜ୍ୟକୁ କୋର୍ଟ ତାଗିଦ୍‌ କରିବା ସହ ଏହାର ସୀମା ନିର୍ଦ୍ଧାରଣ ଲାଗି ପରାମର୍ଶ ଦେଇଥିଲେ। ଜିଲାପାଳଙ୍କ ନିର୍ଦ୍ଦେଶରେ ଏହି ସମସ୍ତ ଗ୍ରାମର ସୀମାରେ ଜଳେଶ୍ୱର ତହସିଲ ପକ୍ଷରୁ ମାପଚୁପ କରାଯାଇ ୩୬ଟି ପଏଣ୍ଟ ନିର୍ଦ୍ଧାରଣ କରାଯାଇଛି।
ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ଏଗୁଡିକର ସାଟେଲାଇଟ୍‌ ପଏଣ୍ଟ ନିର୍ଦ୍ଧାରଣ ଲାଗି ଆସ୍କାର ସାଟେଲାଇଟ୍‌ ପକ୍ଷରୁ ୧୦ଜଣିଆ ବୈଜ୍ଞାନିକ ଦଳ ଏଠାରେ ପହଞ୍ଚି ଏଗୁଡ଼ିକର ଡିଜିପି ଓ ଇଟିଏସ୍‌ ହାଇଟେକ୍‌ ସାଟେଲାଇଟ୍‌ ସର୍ଭେ କରିଛନ୍ତି। ଭବିଷ୍ୟତରେ ନଦୀ ମଧ୍ୟରେ ଏହି ପଏଣ୍ଟଗୁଡ଼ିକ ନଷ୍ଟ ହୋଇଗଲେ ମଧ୍ୟ ତାହା ପୁଣିଥରେ ପୁନଃ ଅବସ୍ଥାପନା କରାଯାଇପାରିବ ବୋଲି ଜଳେଶ୍ୱର ତହସିଲଦାର କ୍ଷୀରୋଦ କୁମାର ପଣ୍ଡା କହିଛନ୍ତି। ଆସନ୍ତା ୨ ତାରିଖ ପର୍ଯ୍ୟନ୍ତ ଏହି ସର୍ଭେ କାର୍ଯ୍ୟ ଚାଲିବାକୁ ଥିବାବେଳେ ଶୁକ୍ରବାର ସୁଦ୍ଧା ୨୦ଟି ବୋଲି ଜଣାଯାଇଛି ା ଏହି କାର୍ଯ୍ୟରେ ଜଳେଶ୍ୱର ତହସିଲର ଆରଆଇ ଦିଲୀପ କୁମାର ଚନ୍ଦ, ମାନସ କୁମାର ବେହେରା, ସୃଷ୍ଟିଧର ପଟ୍ଟାୟତ, ସଞ୍ଜୟ ପଣ୍ଡା, ଇନ୍ସପେକ୍ଟର ପ୍ରତାପ ଭଞ୍ଜ, ଗୌରାଙ୍ଗ ଜେନା, ଅମୀନ ସୁବଳ ପରିଡ଼ା ଓ ବିବେକ ମୁର୍ମୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଦିନିକିଆ ପାଇଁ ଟିମ ଇଣ୍ଡିଆର ମାଷ୍ଟରପ୍ଲାନ ହେଲା ଲିକ୍‌’! ବଡ଼ କଥା କହିଲେ ଭାରତୀୟ କୋଚ

ନୂଆଦିଲ୍ଲୀ,୨୬।୯: ୨୦୨୭ ଦିନିକିଆ ବିଶ୍ୱକପକୁ ନଜରରେ ରଖି ଭାରତୀୟ କ୍ରିକେଟ ଦଳ ପାଇଁ ଆଗାମୀ ପ୍ରତ୍ୟେକ ସିରିଜ ଗୁରୁତ୍ୱପୂର୍ଣ୍ଣ ହେବ। ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ୩…

ନିର୍ବାଚିତ ହେବାର କିଛି ଘଣ୍ଟା ପରେ ଓମ ବିର୍ଲଙ୍କ ବାସଭବନ ସାମ୍ନାରେ ନତମସ୍ତକ ହେଲେ ମେୟର, ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୬।୯: ରାଜସ୍ଥାନର କୋଟା ନଗର ନିଗମର ନୂଆ ମେୟର ଭାବେ ଭାଜପାର ଅନୁସୂୟା ଗୋସ୍ବାମୀ ନିର୍ବାଚିତ ହେବାର କିଛି ଘଣ୍ଟା ପରେ ଏକ ଭିଡିଓ ସୋସିଆଲ ମିଡିଆରେ…

ରିପୋର୍ଟରେ ବଡ଼ ଖୁଲାସା: ଦଳ ବଦଳାଇଛନ୍ତି ୧୧୧ ଏମ୍‌ପି, ବିଧାୟକ

ନୂଆଦିଲ୍ଲୀ,୨୬ା୯: ୨୦୨୨ରୁ ୨୦୨୬ ମଧ୍ୟରେ ପାର୍ଲାମେଣ୍ଟ କିମ୍ବା ରାଜ୍ୟ ବିଧାନସଭା ନିର୍ବାଚନ ଜିତିବା ପରେ ୧୧୧ ଏମ୍‌ପି ଏବଂ ବିଧାୟକ ଦଳ ବଦାଇଛନ୍ତି। ସର୍ବାଧିକ ଦଳବଦଳ ନାଗାଲାଣ୍ଡ…

କାଜୁ ବୁଦାରେ ଝୁଲୁଛି ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ମୃତଦେହ: ଖେଳିଗଲା ଚାଞ୍ଚଲ୍ୟ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନା ଅନ୍ତର୍ଗତ ରାଉତରାପୁର ପଞ୍ଚାୟତର ନୂଆସାହି ଗ୍ରାମରେ ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣାକୁ ନେଇ…

ରୁଷିକୁଲ୍ୟାରୁ କମୁଛି ଜଳସ୍ତର: ଟଳିଲା ବନ୍ୟା ଆଶଙ୍କା

ପୁରୁଷୋତ୍ତମପୁର, ୨୬।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତର ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ଗତ ଚାରିଦିନ ଧରି ଲଗାଣ ବର୍ଷା ଜାରି…

ପ୍ରଶାନ୍ତ କିଶୋରଙ୍କୁ ଜୋରଦାର ଝଟ୍‌କା: ପ୍ରାର୍ଥୀ ଘୋଷଣାର ୨୪ ଘଣ୍ଟାରେ…

ପାଟନା,୨୬।୯: ବିହାର ବିଧାନ ପରିଷଦ ନିର୍ବାଚନ ପୂର୍ବରୁ ପ୍ରଶାନ୍ତ କିଶୋରଙ୍କ ଦଳ ଜନ ସୁରଜକୁ ଝଟକା ଲାଗିଛି। ତିରହୁତ ଶିକ୍ଷକ ନିର୍ବାଚନମଣ୍ଡଳୀ ପାଇଁ ଦଳର ପ୍ରାର୍ଥୀ ଘୋଷଣା…

ଭଜନ କ୍ଲବିଂରେ ସାମିଲ ପ୍ରଧାନମନ୍ତ୍ରୀ ମୋଦି: ରାମ ଭଜନରେ ବଜାଇଲେ ଡଫଲି

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀର ଦୀନ ଦୟାଲ ଉପାଧ୍ୟାୟ ପାର୍କରେ ଆୟୋଜିତ ‘ଭଜନ କ୍ଲବିଂ’ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୧୦ତମ ଜୟନ୍ତୀ…

ରାହୁଙ୍କ ଘରେ ଶୁକ୍ରଙ୍କ ପ୍ରବେଶ: ଆଜିଠୁ ଆରମ୍ଭ ହେଲା ୩ ରାଶିଙ୍କ ଗୋଲଡେନ୍‌ ଟାଇମ୍‌, ଜାଣନ୍ତୁ ସେହି ଭାଗ୍ୟଶାଳୀ ରାଶି କିଏ…

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ପ୍ରେମ, ସୌନ୍ଦର୍ଯ୍ୟ, ଧନ, ଐଶ୍ୱର୍ଯ୍ୟ ଏବଂ ଭୌତିକ ସୁଖ-ସୁବିଧାର କାରକ ଗ୍ରହ ଭାବେ ମନେ କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ ଶୁକ୍ରଙ୍କ ଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?