ଓଡ଼ିଶାରେ କେଉଁଠି, କେଉଁ ସମୟରେ ଭୋଟ୍‌; ଜାଣନ୍ତୁ…

ଭୁବନେଶ୍ୱର,୧୮।୪: ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ମେ ୧୩ ତାରିଖରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ ହେବ। କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ୨୮ଟି ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟ ଗ୍ରହଣ ହେବ। ତେବେ କେଉଁଠି କେଉଁ ସମୟରେ ଭୋଟ ଗ୍ରହଣ ହେବ ସେନେଇ ମଧ୍ୟ ବିଜ୍ଞପ୍ତିରେ ଦର୍ଶାଯାଇଛି ।

ବିଜ୍ଞପ୍ତି ଅନୁଯାୟୀ, କଳାହାଣ୍ଡି ଲୋକସଭା କ୍ଷେତ୍ରରେ ଥିବା ନୂଆପଡ଼ା, ଖଡ଼ିଆଳ, ଲାଞ୍ଜିଗଡ଼ ବିଧାନସଭା କ୍ଷେତ୍ରରେ ସକାଳ ୭ଟାରୁ ଅପରାହ୍ନ ୪ଟା ଯାଏଁ ଭୋଟ ଗ୍ରହଣ ହେବ । ଜୁନାଗଡ଼ ଧର୍ମଗ ଭବାନୀପାଟଣା, ନର୍ଲାରେ ସକାଳ ୭ଟାରୁ ଅପରାହ୍ନ ୫ଟା ଯାଏ ଭୋଟ ଗ୍ରହଣ ହେବ ।

ନବରଙ୍ଗପୁର ଲୋକସଭା କ୍ଷେତ୍ରର ଉମରକୋଟ, ଝରିଗାଁ ଓ ଡାବୁଗାଁ ଓ ନବରଙ୍ଗପୁର ବିଧାନସଭା ଆସନରେ ସକାଳ ୭ଟାରୁ ୪ଟା ଯାଏ ଭୋଟ ଗ୍ରହଣ ହେବ । କୋଟପା ମାଲକାନଗିରି, ଚିତ୍ରକୋଣ୍ଡାରେ ୭ଟାରୁ ୫ଟା ଭୋଟ ଗ୍ରହଣ ହେବ ।

ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି, ଚିକିଟି, ପାରଳାଖେମୁଣ୍ଡିରେ ସକାଳ ୭ଟାରୁ ସଂଧ୍ୟା ୬ଟା ଓ କେବଳ ମୋହନାରେ ସକାଳ ୭ଟାରୁ ଅପରାହ୍ଣ ୪ଟା ଯାଏ ଭୋଟ ଗ୍ରହଣ ହେବ।

କୋରାପୁଟ ସଂସଦୀୟ କ୍ଷେତ୍ରର ଗୁଣୁପୁର, ବିଷମକଟକ, ରାୟଗଡ଼ା ଓ କୋରାପୁଟ ବିଧାନସଭା କ୍ଷେତ୍ରରେ ସକାଶ ୭ଟାରୁ ଅପରାହ୍ନ ୫ଟା ଯାଏ ଭୋଟ ଗ୍ରହଣ ହେବ । ସେହିପରି ଲକ୍ଷ୍ମୀପୁର ଓ ପଟାଙ୍ଗୀରେ ସକାଳ ୭ଟାରୁ ଅପରାହ୍ନ ୪ଟା ଓ ଜୟପୁର ବିଧାନସଭା କ୍ଷେତ୍ରରେ ସକାଳ ୭ଟାରୁ ସା ୬ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ

ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ…

କକରୋଚ୍ ଜନତା ପାର୍ଟି ଆନ୍ଦୋଳନ ଉପରେ ହେବ ଫିଲ୍ମ: ୨୦୨୭ରେ ହେବ ରିଲିଜ୍‌, ଜାଣନ୍ତୁ କିଏ କରିବେ ଅଭିନୟ?

ଦିଲ୍ଲୀର ଜନ୍ତର-ମନ୍ତରରେ ‘କକରୋଚ୍ ଜନତା ପାର୍ଟି’ (CJP) ର ଆନ୍ଦୋଳନ ସାରା ଦେଶର ଧ୍ୟାନ ଆକର୍ଷଣ କରିଥିଲା। ଦେଶସାରାର ଯୁବକମାନେ ଏହି ଆନ୍ଦୋଳନର ଅଂଶବିଶେଷ ହୋଇଥିଲେ ଏବଂ…

ସାହସ ଦେଖି ସମସ୍ତେ ଆଶ୍ଚର୍ଯ୍ୟ! ଚଳନ୍ତା ବସ୍‌ ଆଗରେ ଛିଡା ହୋଇଗଲେ ACP ମୋନିକା, ଜାଣନ୍ତୁ କାରଣ

ଭୋପାଳ,୩୦।୭: ମଧ୍ୟପ୍ରଦେଶର ଭୋପାଳରେ କୃଷକ ଆନ୍ଦୋଳନ ସମୟରେ ACP ମୋନିକା ଶୁକ୍ଲାଙ୍କ ସାହସିକ ପଦକ୍ଷେପ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି । ଆନ୍ଦୋଳନକାରୀମାନେ ବ୍ୟାରିକେଡ୍…

ସମୁଦ୍ର ଗଭୀରରେ ଭାରତର ସବୁଠାରୁ ବଡ଼ ସନ୍ଧାନ! ମିଳିବ କି ଶ୍ରୀକୃଷ୍ଣଙ୍କ ଦ୍ୱାରକା? ୨୦୩୦ ଯାଏଁ ଚାଲିବ…

ସମୁଦ୍ରର ଗଭୀରତାରେ ଲୁଚି ରହିଥିବା ଭାରତର ପ୍ରାଚୀନ ଇତିହାସକୁ ସାମ୍ନାକୁ ଆଣିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ଅଭିଯାନ ଆରମ୍ଭ କରିଛନ୍ତି। ବର୍ଷ ୨୦୩୦ ପର୍ଯ୍ୟନ୍ତ…

ଗୋରୁ ବୋଝେଇ ଗାଡ଼ି ସହ ୨ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ହାଟରେ ବିକ୍ରି ପାଇଁ ନେଉଥିଲେ

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳରେ କିଛି ଗୋରୁ ବେପାରୀ ଗତ କିଛିଦିନ ହେଲା ବେଧଡକ ଭାବେ ବେଆଇନ ଗୋରୁ ବ୍ୟବସାୟ…

ପେଲେଟ୍ ଗନ୍ କ’ଣ, ଏହା କେତେ ଘାତକ? କେଉଁ ପରିସ୍ଥିତିରେ ବ୍ୟବହାର ହୁଏ ଜାଣନ୍ତୁ

ନୂଆଦିଲ୍ଲୀ,୩୦।୭: ସଂସଦରେ ଆଣ୍ଟି ପେପର ଲିକ୍ ବିଲ୍ ଉପରେ ଆଲୋଚନା ସମୟରେ ପେଲେଟ୍ ଗନ୍ ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ ତୀବ୍ର ବାକ୍‌ଯୁଦ୍ଧ ଦେଖିବାକୁ…

ବିଦ୍ୟୁତ୍‌ ଖୁଣ୍ଟ ଉପରେ ୫ ଦିନ ହେଲା ପଡ଼ିଛି ଗଛ, ହଟାଇବାର ନାଁ ଧରୁନି ବିଭାଗ, ଆନ୍ଦୋଳନ ପାଇଁ…

ଦାରିଙ୍ଗବାଡ଼ି,୩୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ଦୁର୍ଗମ ଗ୍ରାମ ପାଙ୍ଗାଲିଠାରୁ ଗଣ୍ଡିଗୁଡ଼ାକୁ ସଂଯୋଗ କରୁଥିବା ୧୧ କେଭି ବିଦ୍ୟୁତ ଖୁଣ୍ଟ ପାଙ୍ଗାଲି ନିକଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri