ଓଡ଼ିଶା ପୁଣିଥରେ ଦେଖିବ ସରକାର ପରିବର୍ତ୍ତନ; କ୍ଷମତାକୁ ଆସିବ କଂଗ୍ରେସ: ସୋଫିଆ ଫିର୍ଦୋସ୍

ଭୁବନେଶ୍ୱର,୨୦।୯: ଓଡ଼ିଶାରେ ୨୪ ବର୍ଷରୁ ଅଧିକ ସମୟ ଧରି ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜେଡି ସରକାର ରହିବା ପରେ ସରକାର ପରିବର୍ତ୍ତନ ହୋଇଛି।ରାଜ୍ୟର ନୂତନ ସରକାର ତାଙ୍କର ୧୦୦ ଦିନର ଉପଲବ୍ଧି ସମ୍ପର୍କରେ ଅନେକ କଥା ସାଧାରଣରେ ରଖିଛନ୍ତି।

ଏହାରି ମଧ୍ୟରେ ଏକ ସାକ୍ଷାତକାରରେ ବାରବାଟୀ-କଟକ ବିଧାୟକ ସୋଫିଆ ଫିର୍ଦୋସ୍ କହିଛନ୍ତି ଯେ, ରାଜ୍ୟରେ କଂଗ୍ରେସ କ୍ଷମତାକୁ ଆସିବାକୁ ଚେଷ୍ଟା କରୁଛି। ସେ କହିଛନ୍ତି, ”ଭାଜପା ସରକାର ଓଡ଼ିଶାରେ ବେଶି ଦିନ ତିଷ୍ଠି ରହିବେ ନାହିଁ। ରାଜ୍ୟରେ ଭାଜପା କ୍ଷମତାକୁ ଆସିବାର ତିନି ମାସ ବିତିଗଲାଣି। ସରକାର ପରିବର୍ତ୍ତନ ହେଲେ ଅଧିକାରୀଙ୍କ ମନରେ ଥିବା ଭୟ ଦୃଶ୍ୟମାନ ହେଉନାହିଁ।”

ସୋଫିଆଙ୍କ କହିବାନୁସାରେ, କଂଗ୍ରେସ ପାଇଁ ଏବେ ଏକ ଭଲ ସୁଯୋଗହ ରହିଛି। ୨୦୨୯  ମସିହାରେ ଓଡିଶାରେ କଂଗ୍ରେସ କ୍ଷମତାକୁ ଆସିବା ପାଇଁ ଆମେ ଯଥାସମ୍ଭବ ଚେଷ୍ଟା କରୁଛୁ। ଯଦିଓ କଂଗ୍ରେସ ବିଧାୟକ ଦଳର ଭବିଷ୍ୟତକୁ ନେଇ ଅତ୍ୟନ୍ତ ଆତ୍ମବିଶ୍ୱାସୀ ମନେ ହେଉଥିଲେ ମଧ୍ୟ ବାରବାଟୀ-କଟକ ନବ ନିର୍ବାଚିତ ବିଧାୟକ ବଡ ଆଶା ପ୍ରକଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

ରାଜ୍ୟ ସଭା ନିର୍ବାଚନ: ବିଜୟ ପରେ ବିଜେଡି, କଂଗ୍ରେସ ବିଧାୟକଙ୍କୁ ଏମିତି କହିଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ଓଡ଼ିଶା ରାଜ୍ୟସଭା ନିର୍ବାଚନର ସବୁଠାରୁ ଚର୍ଚ୍ଚିତ ଆସନରେ ସ୍ୱାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ଭାଜପା ସମର୍ଥିତ ଏହି ଅଭିଜ୍ଞ ନେତାଙ୍କ ବିଜୟ ପରେ…

ଓଡ଼ିଶା ରାଜ୍ୟସଭା ନିର୍ବାଚନ: ଭାଜପାର ଦବଦବା; ବିଜେଡି ଗୋଟିଏରେ ବିଜୟୀ

ଭୁବନେଶ୍ୱର,୧୬।୩: ଓଡ଼ିଶାରେ ସୋମବାର ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ବଡ଼ ସଫଳତା ହାସଲ କରିଛି। ରାଜ୍ୟର ୪ଟି ଆସନ ମଧ୍ୟରୁ ଭାଜପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri